Posted inଜାତୀୟ

୨ ଅଟୋ ଉପରେ ଓଲଟିଲା ଟ୍ରକ: ୧୬ ମୃତ

ଶାହଜାହାନପୁର,୨୭।୮: ଉତ୍ତରପ୍ରଦେଶ ଶାହାଜାହାନପୁର ଜିଲାରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଭାରସାମ୍ୟ ହରାଇ ୨ଟି ଅଟୋ ଉପରେ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ରୁ ଊର୍ଦ୍ଧ୍ୱ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଶାହାଜାହାନପୁର ଜିଲା ରୋଜା ଥାନା ଅଞ୍ଚଳରେ ମଙ୍ଗଳରେ ଲକ୍ଷ୍ନୌ-ଦିଲ୍ଲୀ ଜାତୀୟ ରାଜପଥରେ ଏକ ଟ୍ରକ ଭାରସାମ୍ୟ ହରାଇ ସେହି ରାସ୍ତାରେ ଯାଉଥିବା ୨ଟି ଅଟୋକୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୧୬ଜଣଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା ସହ ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଛି। ଗୁରୁତର ଆହତଙ୍କ ମଧ୍ୟରୁ କିଛି ବ୍ୟକ୍ତିଙ୍କ ସ୍ବସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଅପରପକ୍ଷରେ ଏହି ଘଟଣାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିବା ସହ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମୃତକଙ୍କ ପରିବାରଙ୍କୁ ଅନୁକମ୍ପାମୂଳକ ରାଶି ଓ ଆହତଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri