Posted inଜାତୀୟ

‘୨ରୁ ଅଧିକ ପିଲା ଥିବା ଦମ୍ପତିଙ୍କୁ ମତାଧିକାରରୁ ବଞ୍ଚିତ କରାଯାଉ’

ପାଟନା,୧୨।୭(ପି.ଟି.):ଜନସଂଖ୍ୟା ବୃ୍‌ଦ୍ଧିକୁ ନେଇ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ଗୁରୁବାର ଉଦ୍‌ବେଗ ପ୍ରକାଶ କରିବା ସହ ଯେଉଁମାନଙ୍କର ୨ରୁ ଅଧିକ ପିଲା ଅଛନ୍ତି ସେମାନଙ୍କୁ ମତାଧିକାରରୁ ବଞ୍ଚିତ କରିବା ସପକ୍ଷରେ ମତ ଦେଇଛନ୍ତି। ବିବାଦୀୟ ମନ୍ତବ୍ୟ ପାଇଁ ଜଣାଶୁଣା ଏହି ଭାଜପା ନେତା ବିଶ୍ୱ ଜନସଂଖ୍ୟା ଦିବସ ଅବସରରେ ଟୁଇଟରରେ ଏକ ଗ୍ରାଫିକ୍‌ ଶେୟାର କରିଛନ୍ତି। ଭାରତର ଜନସଂଖ୍ୟା ୧୯୪୭ରୁ ୨୦୧୯ ମଧ୍ୟରେ ୩୬୬% ବୃଦ୍ଧି ପାଇଥିବା ଏଥିରେ ଦର୍ଶାଯାଇଛି। ଜନସଂଖ୍ୟା ଅତ୍ୟଧିକ ବୃଦ୍ଧି ଯୋଗୁ ଭାରତର ଅର୍ଥନୀତି, ସାମାଜିକ ସଦ୍‌ଭାବନା, ସମ୍ବଳର ସନ୍ତୁଳନ ବାଧାପ୍ରାପ୍ତ ହେଉଛି। ଧାର୍ମିକ ବ୍ୟବସ୍ଥାର ଆଳ ଦେଖାଇ ଜନ୍ମ ନିୟନ୍ତ୍ରଣ କରାଯାଉ ନାହିଁ ବୋଲି ମୁସଲମାନମାନଙ୍କୁ ଲକ୍ଷ୍ୟ କରି କେନ୍ଦ୍ରମନ୍ତ୍ରୀ ଉଲ୍ଲେଖ କରିଛନ୍ତି। ଏହାକୁ ନେଇ ଭାରତ ଆଉ ଏକ ସାଂସ୍କୃତିକ ବିଭାଜନ ଆଡକୁ ମୁହାଁଉଥିବା ଜଣାପଡୁଛି। ଜନ୍ମ ନିୟନ୍ତ୍ରଣ ଆଇନ ଆଣିବା ପାଇଁ ସବୁ ରାଜନୈତିକ ଦଳ ଆଗେଇ ଆସିବାକୁ ସେ ଆହ୍ବାନ ଦେଇଛନ୍ତି। ଜନସଂଖ୍ୟା ନିୟନ୍ତ୍ରଣ ଲାଗି ୨ରୁ ଅଧିକ ପିଲା ଥିବା ସବୁ ଧର୍ମର ଦମ୍ପତିଙ୍କ ମତାଧିକାର ରଦ୍ଦ କରିବାକୁ ସେ ଯୁକ୍ତି ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri