୨ଶହ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ ଉଦ୍‌ଘାଟିତ

ନବରଙ୍ଗପୁର,୨୦ା୪(ବି.ପ୍ର.): ନବରଙ୍ଗପୁର ବିଏଡ୍‌ କଲେଜଠାରେ ୨ଶହ ଶଯ୍ୟା ବିଶିଷ୍ଟ କୋଭିଡ୍‌-୧୯ ସ୍ବାସ୍ଥ୍ୟକେନ୍ଦ୍ରକୁ ସୋମବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ, ମୁଖ୍ୟ ଶାସନ ସଚିବ ଉପସ୍ଥିତ ଥିବା ଜିଲାପାଳ ଡ. ଅଜିତ କୁମାର ମିଶ୍ର କହିଛନ୍ତି। ଏହି ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ପୂର୍ବରୁ ତ୍ରିପାକ୍ଷିକ ଚୁକ୍ତି ହୋଇଛି। ଏଠାରେ ଖ୍ରୀଷ୍ଟିୟାନ ହସ୍ପିଟାଲ ସ୍ବାସ୍ଥ୍ୟସେବା ଯୋଗାଇବ। କରୋନା ସନ୍ଦେହ ଓ କରୋନା ପଜିଟିଭଙ୍କୁ ଏଠାରେ ଚିକିତ୍ସା କରାଯିବ। କ୍ୱାରାରଣ୍ଟାଇନ ସେଣ୍ଟର ସହ ଆଇସୋଲେଶନ ୱାର୍ଡ, ଲାବ୍‌, ଭେଣ୍ଟିଲେଟର ଆଦି ସୁବିଧା ଏଠାରେ ରହିଛି। ଖ୍ରୀଷ୍ଟିୟାନ ହସ୍ପିଟାଲର ବିଶେଷଜ୍ଞ ଡାକ୍ତରଙ୍କ ସମେତ ୧୦ ଜଣ ତାଲିମପ୍ରାପ୍ତ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ଏଠାରେ ନିୟୋଜିତ ହୋଇଛନ୍ତି। ନାଲ୍‌କୋ ସ୍ବାସ୍ଥ୍ୟକେନ୍ଦ୍ର ପରିଚାଳନା ପାଇଁ ଅର୍ଥ ଦେବ। ଏନେଇ ଚୁକ୍ତି ମଧ୍ୟହୋଇ ସାରିଛି। ତେବେ ଜିଲାରୁ ୧୧୨ ଜଣଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିରୁ ୬୮ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି। ୪୪ ନମୁନା ପରୀକ୍ଷା ରିପୋର୍ଟ ଆସିନାହିଁ। ଏହି ରିପୋର୍ଟ ଆସିବା ପରେ ଲକ୍‌ଡାଉନ କଟକଣାରେ କିଛି କୋହଳ କରାଯିବ କି ନାହିଁ ତାହା ତାହା ଏସ୍‌ପି, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସହ ଆଲୋଚନା ପରେ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ ମିଶ୍ର କହିଛନ୍ତି। ଉଦ୍‌ଘାଟନ ସମୟରେ ଏସ୍‌ପି ନୀତିନ କୁସଲକର, ଅତିରିକ୍ତ ଜିଲାପାଳ ନିମାଇ ଚରଣ ସୂତାର, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସନ୍ତୋଷ କୁମାର ସ୍ବାଇଁ, ଥାନା ଅଧିକାରୀ ତାରିକ ଅହମ୍ମଦ, ଖ୍ରୀଷ୍ଟିୟାନ ହସ୍ପିଟାଲର ମୁଖ୍ୟ ସର୍ଜରି ବିଶେଷଜ୍ଞ ସନ୍ତୋଷ କୁମାର ନାଗ, ଜାତୀୟ ସ୍ବାସ୍ଥ୍ୟ ମିଶନର ଜିଲା ପ୍ରୋଗ୍ରାମ ମ୍ୟାନେଜର ସୁଶାନ୍ତ କୁମାର ପ୍ରହରାଜ, ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଚୌଧୁରୀ ଶୋଭାରାଣୀ ମିଶ୍ର, ଉପଜିଲାପାଳ ଭାସ୍କର ରଇତୋ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ପ୍ରକଳ୍ପ ନିର୍ଦ୍ଦେଶକ ରମାକାନ୍ତ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri