୨ଶହ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ ଉଦ୍‌ଘାଟିତ

ନବରଙ୍ଗପୁର,୨୦ା୪(ବି.ପ୍ର.): ନବରଙ୍ଗପୁର ବିଏଡ୍‌ କଲେଜଠାରେ ୨ଶହ ଶଯ୍ୟା ବିଶିଷ୍ଟ କୋଭିଡ୍‌-୧୯ ସ୍ବାସ୍ଥ୍ୟକେନ୍ଦ୍ରକୁ ସୋମବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ, ମୁଖ୍ୟ ଶାସନ ସଚିବ ଉପସ୍ଥିତ ଥିବା ଜିଲାପାଳ ଡ. ଅଜିତ କୁମାର ମିଶ୍ର କହିଛନ୍ତି। ଏହି ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ପୂର୍ବରୁ ତ୍ରିପାକ୍ଷିକ ଚୁକ୍ତି ହୋଇଛି। ଏଠାରେ ଖ୍ରୀଷ୍ଟିୟାନ ହସ୍ପିଟାଲ ସ୍ବାସ୍ଥ୍ୟସେବା ଯୋଗାଇବ। କରୋନା ସନ୍ଦେହ ଓ କରୋନା ପଜିଟିଭଙ୍କୁ ଏଠାରେ ଚିକିତ୍ସା କରାଯିବ। କ୍ୱାରାରଣ୍ଟାଇନ ସେଣ୍ଟର ସହ ଆଇସୋଲେଶନ ୱାର୍ଡ, ଲାବ୍‌, ଭେଣ୍ଟିଲେଟର ଆଦି ସୁବିଧା ଏଠାରେ ରହିଛି। ଖ୍ରୀଷ୍ଟିୟାନ ହସ୍ପିଟାଲର ବିଶେଷଜ୍ଞ ଡାକ୍ତରଙ୍କ ସମେତ ୧୦ ଜଣ ତାଲିମପ୍ରାପ୍ତ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ଏଠାରେ ନିୟୋଜିତ ହୋଇଛନ୍ତି। ନାଲ୍‌କୋ ସ୍ବାସ୍ଥ୍ୟକେନ୍ଦ୍ର ପରିଚାଳନା ପାଇଁ ଅର୍ଥ ଦେବ। ଏନେଇ ଚୁକ୍ତି ମଧ୍ୟହୋଇ ସାରିଛି। ତେବେ ଜିଲାରୁ ୧୧୨ ଜଣଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିରୁ ୬୮ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି। ୪୪ ନମୁନା ପରୀକ୍ଷା ରିପୋର୍ଟ ଆସିନାହିଁ। ଏହି ରିପୋର୍ଟ ଆସିବା ପରେ ଲକ୍‌ଡାଉନ କଟକଣାରେ କିଛି କୋହଳ କରାଯିବ କି ନାହିଁ ତାହା ତାହା ଏସ୍‌ପି, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସହ ଆଲୋଚନା ପରେ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ ମିଶ୍ର କହିଛନ୍ତି। ଉଦ୍‌ଘାଟନ ସମୟରେ ଏସ୍‌ପି ନୀତିନ କୁସଲକର, ଅତିରିକ୍ତ ଜିଲାପାଳ ନିମାଇ ଚରଣ ସୂତାର, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସନ୍ତୋଷ କୁମାର ସ୍ବାଇଁ, ଥାନା ଅଧିକାରୀ ତାରିକ ଅହମ୍ମଦ, ଖ୍ରୀଷ୍ଟିୟାନ ହସ୍ପିଟାଲର ମୁଖ୍ୟ ସର୍ଜରି ବିଶେଷଜ୍ଞ ସନ୍ତୋଷ କୁମାର ନାଗ, ଜାତୀୟ ସ୍ବାସ୍ଥ୍ୟ ମିଶନର ଜିଲା ପ୍ରୋଗ୍ରାମ ମ୍ୟାନେଜର ସୁଶାନ୍ତ କୁମାର ପ୍ରହରାଜ, ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଚୌଧୁରୀ ଶୋଭାରାଣୀ ମିଶ୍ର, ଉପଜିଲାପାଳ ଭାସ୍କର ରଇତୋ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ପ୍ରକଳ୍ପ ନିର୍ଦ୍ଦେଶକ ରମାକାନ୍ତ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri