୨ସ୍ତ୍ରୀ, ୯ ସନ୍ତାନ ଥାଇ ପ୍ରାର୍ଥତ୍ପତ୍ର କାଏମ

କୁଆଁରମୁଣ୍ଡା,୨୫।୧(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ଦଲକି ପଞ୍ଚାୟତରେ ଜଣେ ସମିତି ସଭ୍ୟ ପ୍ରାର୍ଥୀଙ୍କର ୨ସ୍ତ୍ରୀ ଓ ୯ସନ୍ତାନ ଥାଇ ମଧ୍ୟ ପ୍ରାର୍ଥତ୍ପତ୍ର କାଏମ ରହିଛି ବୋଲି କଂଗ୍ରେସ ଅଭିଯୋଗ କରିଛି। ପ୍ରାର୍ଥତ୍ପତ୍ର ନାକଚ କରା ନ ଯିବା ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ କୁଆଁରମୁଣ୍ଡା ବ୍ଲକ ସମ୍ମୁଖରେ ବିକ୍ଷୋଭ କରାଯାଇଛି। ସୁନ୍ଦରଗଡ଼ ଜିଲା କଂଗ୍ରେସ ସଭାପତି ତଥା ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ଅପରାହ୍ନ ୩ଟାରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପ୍ରଶାସନ ବିରୋଧରେ ବିଭିନ୍ନ ନାରାବାଜି ଦେଇଥିଲେ।
ପୂର୍ବତନ ବିଧାୟକ ତିର୍କୀ କୁଆଁରମୁଣ୍ଡା ବିଡିଓ ବିକାଶ ଚନ୍ଦ୍ର ସାହୁଙ୍କୁ ଉକ୍ତ ଘଟଣା ସମ୍ପର୍କରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି କରିଥିଲେ। ଏପରି କି ପ୍ରାର୍ଥୀଙ୍କର ଚିହ୍ନ ଆସିବା ପୂର୍ବରୁ ଉକ୍ତ ବେନିୟମ ଘଟଣା ଉପରେ ନିରପେକ୍ଷ ତଦନ୍ତ କରି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି କଂଗ୍ରେସ ନେତାମାନେ ଦାବି କରିଛନ୍ତି। ନଚେତ୍‌ ଏଭଳି ବେଆଇନ କାର୍ଯ୍ୟ ବିରୋଧରେ ଆଗାମୀ ଦିନରେ କଂଗ୍ରେସ ପକ୍ଷରୁ କୁଆଁରମୁଣ୍ଡା ବ୍ଲକ ଘେରାଉ କରାଯିବ ବୋଲି ଜିଲା କଂଗ୍ରେସ ଉପସଭାପତି ବିରେନ୍‌ ସେନାପତି, ସାହିଦ୍‌ ଆଲମ, କୁଆଁରମୁଣ୍ଡା ବ୍ଲକ କଂଗ୍ରେସ ସଭାପତି ଜୟଶଙ୍କର ନନ୍ଦ, ସୁଷମା ମିଞ୍ଜ, ଶ୍ୟାମବିହାରି ଜୟସ୍ବାଲ, ଉର୍ମିଳା କୁଜୁର, ନିମନ୍ତୀ ଏକ୍କା ପ୍ରମୁଖଙ୍କ ସହ ଅନ୍ୟମାନେ ଚେତାବନୀ ଦେଇଛନ୍ତି। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ବୀରମିତ୍ରପୁର ଏସ୍‌ଡିପିଓ ଦାୟିତ୍ୱରେ ଥିବା ଡିଏସ୍‌ପି ଅର୍ପିତା ଖଟୁଆ, ରାଏବୋଗା ଥାନା ଅଧିକାରୀ ସୂର୍ଯ୍ୟକାନ୍ତି ଦାଶ, ହାତୀବାରି ଥାନା ଅଧିକାରୀ ହୃଷୀକେଶ ବେହେରାଙ୍କ ସହ ଏକ ପ୍ଲାଟୁନ ପୋଲିସ ଘଟଣାସ୍ଥଳରେ ଉପସ୍ଥିତ ରହିଥିଲେ।
କୁଆଁରମୁଣ୍ଡା ବ୍ଲକ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦଲକି ପଞ୍ଚାୟତର ଜଣେ ସମିତି ସଭ୍ୟ ପ୍ରାର୍ଥୀଙ୍କର ୨ଟି ସ୍ତ୍ରୀ ଓ ୯ ସନ୍ତାନ ଥିବା ନେଇ ଅନ୍ୟ ଜଣେ ପ୍ରାର୍ଥୀ ଅଭିଯୋଗ କରିଥିଲେ। ହେଲେ ନିର୍ବାଚନ ଅଧିକାରୀ ଏନେଇ ପଦକ୍ଷେପ ନେବା କହି ସମ୍ପୃକ୍ତ ଅଭିଯୋଗକାରୀଙ୍କୁ ଆଶ୍ୱାସନା ଦେଇଥିଲେ। ସମ୍ପୃକ୍ତ ପ୍ରାର୍ଥୀଙ୍କର ପ୍ରାର୍ଥିତ୍ୱ କାଏମ ରହିଥିବା ଖବର ପାଇ ସମ୍ପୃକ୍ତ ଅଭିଯୋଗକାରୀ ଆଶ୍ଚର୍ଯ୍ୟ ହୋଇଥିଲେ। ଏହି ଘଟଣା କଂଗ୍ରେସ ନେତାଙ୍କ ନଜରକୁ ଆସିବା ପରେ ପ୍ରଶାସନର କାର୍ଯ୍ୟକୁ ଦଳ ବିରୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri