୨ହଜାର ଲୋକଙ୍କୁ ନେଇ ବିଚ୍ଛିନାଞ୍ଚଳରେ ପ୍ରଜାମେଳି

କୋରୁକୋଣ୍ଡା, ୨୮ା୫(ଡି.ଏନ. ଏ.)-ବିଚ୍ଛିନାଞ୍ଚଳବାସୀ ବାରମ୍ବାର ନିଜ ସମସ୍ୟା ନେଇ ପ୍ରଶାସନ ନିକଟରେ ଉପସ୍ଥାପନ କରିଥିଲେ ମଧ୍ୟ କିଛି ସୁଫଳ ମିଳୁନାହିଁ। ଫଳରେ ବିଚ୍ଛିନାଞ୍ଚଳବାସୀ ପୁଣି ଥରେ ପ୍ରଜାମେଳି କରିଥିବା ଦେଖିବାକୁ ମିଳିଛି। ସେମାନେ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ନାକାମାମୁଡି ପଞ୍ଚାୟତର ଗୋକୁଳି ଗ୍ରାମରେ ଏକାଠି ହୋଇଥିଲେ। ଯୋଡାମ୍ବ, ପଣସପୁଟ, ଯନ୍ତ୍ରୀ, ଅଣ୍ଡରାହାଲ ପଞ୍ଚାୟତର ପ୍ରାୟ ୨ହଜାରରୁ ଉଦ୍ଧର୍‌ବ ଲୋକ ପ୍ରଜାମେଳିରେ ସାମିଲ ହୋଇଥିଲେ। ଏହି ୪ ଟି ପଞ୍ଚାୟତରୁ ନାକାମାମୁଡି ପଞ୍ଚାୟତଟି କୋରୁକୋଣ୍ଡା ବ୍ଳକ ଅଧୀନରେ ଯାଉଥିବା ବେଳେ ଅନ୍ୟ ୩ଟି ପଞ୍ଚାୟତ ଚିତ୍ରକୋଣ୍ଡା ବ୍ଲକ ଅଧୀନରେ ରହିଛି। ଏହି ଅବସରରେ ସେମାନେ ମୁଦୁଲିଗୁଡାକୁ ନୂତନ ପଞ୍ଚାୟତ ରୂପେ ଘୋଷଣା କରିବାକୁ ଦାବି କରିଥିଲେ। ଦେଶୀ ଡଙ୍ଗା ଦ୍ୱାରା ଆବଶ୍ୟକ ସମୟରେ ନାକାମାମୁଡି ପଞ୍ଚାୟତକୁ ଯାତାୟାତ କରିବା ସମ୍ଭବ ହେଉ ନ ଥିବାରୁ ମୁଦୁଲିଗୁଡାକୁ ନୂତନ ପଞ୍ଚାୟତ କରିବା ଲାଗି ସେମାନେ ସରକାରଙ୍କ ନିକଟରେ ଦାବି କରିଛନ୍ତି। ସରକାରଙ୍କ କୌଣସି ଯୋଜନା ସେମାନଙ୍କ ନିକଟରେ ପହଞ୍ଚତ୍ପାରୁନି। ବିଦ୍ୟାଳୟ, ଅଙ୍ଗନଓ୍ବାଡି କେନ୍ଦ୍ର ନାମକୁ ମାତ୍ର ଚାଲିଛି। ସ୍ବାସ୍ଥ୍ୟସେବା ମଧ୍ୟ ସେମାନଙ୍କ ପାଇଁ ଅପହଞ୍ଚ ହୋଇଛି। ସେମାନେ କହିଛନ୍ତି ଯେ, ଆମ ଅଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ, ରାସ୍ତାଘାଟ ଆଦି ମୌଳିକ ଅଧିକାର ପାଇବା କ୍ଷେତ୍ରରେ ଆମେ ଅବହେଳିତ ହୋଇ ରହିଛୁ। ଏଥିପାଇଁ ଆମକୁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଆମ ଅଞ୍ଚଳର ଶିଶୁମାନେ ସୁଷମ ଖାଦ୍ୟ ପାଉନାହାନ୍ତି। ବିଦ୍ୟାଳୟକୁ ଶିକ୍ଷକ ଆସୁ ନ ଥିବାରୁ ପିଲାମାନେ ପାଠ ପଢ଼ାରୁ ବଞ୍ଚତ୍ତ ହେଉଛନ୍ତି। ଆମ ପଞ୍ଚାୟତଗୁଡ଼ିକରେ ଶତାଧିକ ଯୁବତୀ ଯୁବକ ଯୁକ୍ତ ୨ ଓ ଯୁକ୍ତ ୩ ପର୍ଯ୍ୟନ୍ତ ପାଠ ପଢ଼ି ବେକାର ହୋଇ ଘରେ ବସିଛନ୍ତି ବୋଲି ସେମାନେ ଅଭିଯୋଗ କରିଥିଲେ। ସରକାର ଯଦି ଆଗାମୀ ଦିନରେ ଏଦିଗରେ ପଦକ୍ଷେପ ନ ନିଅନ୍ତି ତେବେ ବିଚ୍ଛିନ୍ନାଞ୍ଚଳବାସୀ ଆନ୍ଦୋଳନକୁ ତୀବ୍ର କରି ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପ୍ରକଳ୍ପ ଜିଲାର ବଡ଼ ପରିବର୍ତ୍ତନ ଆଣିବ: ମନ୍ତ୍ରୀ

ମାଲକାନଗିରି,୫ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ ଜିଲା ପାଇଁ ମୋଟ…

ମାଲକାନଗିରି ଶାଖା କେସିସି ବ୍ୟାଙ୍କ ମ୍ୟାନେଜର ଗିରଫ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ

ମାଲକାନଗିରି, ୫।୫ (ଦୁର୍ଯ୍ୟୋଧନ ପାତ୍ର): ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରିବା ଅଭିଯୋଗରେ କୋରାପୁଟ ଭିଜିଲାନ୍ସ ସୋମବାର କୋରାପୁଟ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ (କେସିସି)ର ମାଲକାନଗିରି…

କଠିନ ପରିଶ୍ରମ ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା: ଗୋଡ଼ରେ ଲେଖି ମାଟ୍ରିକ୍‌ ପରୀକ୍ଷା ପାସ୍‌ କଲେ ଲକ୍ଷ୍ମୀ

ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଦୁର୍ଯ୍ୟୋଧନ ପାତ୍ର): ଦୃଢ଼ ଇଚ୍ଛାଶକ୍ତି ଏବଂ କଠିନ ପରିଶ୍ରମ ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା । ମାଲକାନଗିରି ଜିଲାର ଲକ୍ଷ୍ମୀ ଖିମୁଣ୍ଡୁ ୨ ହାତ…

ମାଟ୍ରିକ ପରୀକ୍ଷାରେ ମାଲକାନଗିରିର ସଫଳତା:ଶୁଭଶ୍ରୀ ଜିଲା ଟପ୍ପର

ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଶିବଦତ୍ତ ସାହୁ): ଚଳିତବର୍ଷ ବାର୍ଷିକ ମାଧ୍ୟମିକ ପରୀକ୍ଷା ଫଳରେ ମାଲକାନଗିରି ଜିଲାର ପାସ ହାର ରାଜ୍ୟର ହାରାହାରି ପାସ ହାରଠାରୁ ଅଧିକ ରହିବା ସହ ସର୍ବାଧିକ…

କୋଟିଏରୁ ଅଧିକ ଟଙ୍କା ଖାଇଗଲେ ବ୍ୟାଙ୍କ ମ୍ୟାନେଜର, ମିଛ ରସିଦ୍‌ ଦେଇ…

ମାଲକାନଗିରି,୨୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଶାଖା କେସିସି ବ୍ୟାଙ୍କ ମ୍ୟାନେଜର ଶୁଭେନ୍ଦୁ ଖରା ଲ୍ୟାମ୍ପସ ଟଙ୍କାକୁ ବ୍ୟକ୍ତିଗତ କାମରେ ଖର୍ଚ୍ଚ କରିଦେଇଥିବା ଜଣାପଡ଼ିଛି। ଯାହାର ଟେର୍‌ ପାଇ ନ…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍‌ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ…

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri