୨୦ ଖଣି ନିଲାମ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ରାଜ୍ୟ ସରକାର ୨୦ଟି ଲୁହାପଥର ଓ ମାଙ୍ଗାନିଜ ଖଣି ନିଲାମ ପାଇଁ ପ୍ରସ୍ତୁତି ଚୂଡାନ୍ତ କରିଛନ୍ତି । ସେଥି ମଧ୍ୟରୁ ଶୁକ୍ରବାର ଇସ୍ପାତ ଓ ଖଣି ବିଭାଗ ପକ୍ଷରୁ ୧୦ଟି ଲୁହାପଥର ଓ ମାଙ୍ଗାନିଜ ଖଣି ନିଲାମ ପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଅବଶିଷ୍ଟ ଖଣିର ବିଜ୍ଞପ୍ତି ଆସନ୍ତା ୧୪ ତାରିଖ ମଧ୍ୟରେ ପ୍ରକାଶ କରାଯିବ ବୋଲି ବିଭାଗର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ସେଥିରୁ ୧୨ଟି ଲୁହାପଥର, ୨ଟି ମାଙ୍ଗାନିଜ ଏବଂ ୬ଟି ଲୁହାପଥର ଓ ମାଙ୍ଗାନିଜ (ଉଭୟ ମିଶ୍ରିତ) ଖଣି ଦୁଇଟି ପର୍ଯ୍ୟାୟରେ ନିଲାମ ହେବ। ଲେଟର ଅଫ ଇଣ୍ଟେଣ୍ଟ ୨୦୨୦ ଜାନୁୟାରୀ ୪ରୁ ୧୪ ତାରିଖ ମଧ୍ୟରେ ପଠାଯିବ ବୋଲି ସୂଚନା ମିଳିଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୭ଟି ଲୁହାପଥର ଏବଂ ୩ଟି ଲୁହାପଥର ଓ ମାଙ୍ଗାନିଜ ଖଣିର ନିଲାମ ହେବ। ସେହି ଖଣିଗୁଡିକ ହେଲା ନୂଆଗାଁ, ଠାକୁରାଣୀ, ଜିଲିଙ୍ଗ, ଝରିବାହାଲ, ରୋଇଡା-୨, ଜୁରୁରୀ, ଗଣୁଆ ଲୁହାପଥର ଖଣି ଏବଂ ସିଲଝୋରା-କାଳିମାଟି, ନାରାୟଣପୋଷି ଓ ମହୁଲସୁଖ ଲୁହାପଥର ଓ ମାଙ୍ଗାନିଜ ଖଣି। ପ୍ରତ୍ୟେକ ଟେଣ୍ଡର ଫି’ ୫ ଲକ୍ଷ ରଖାଯାଇଛି।
କେନ୍ଦ୍ରରେ ମୋଦି ସରକାର କ୍ଷମତାକୁ ଆସିବା ପରେ ୨୦୧୫ରେ ଖଣି ଆଇନକୁ ସଂଶୋଧନ କରି ସମସ୍ତ ଖଣିକୁ ନିଲାମ କରିବାକୁ ନିଷ୍ପତ୍ତି ନେଇଥିଲେ। ୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ଦେଶର ୩୨୯ଖଣିର ଲିଜ୍‌ ଅବଧି ଶେଷ ହେଉଛି। ଏହି ସମୟ ମଧ୍ୟରେ ଓଡିଶାରୁ ୨୪ଟି ଖଣିର ଅବଧି ମଧ୍ୟ ଶେଷ ହେଉଛି। ଏଠାରେ ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ୨ଟି କ୍ରୋମାଇଟ ଖଣି ପାଇଁ ବିଜ୍ଞପ୍ତି ପ୍ରକାଶ କରି ସାରିଛନ୍ତି। ତେବେ ଓଡିଶା ଖଣି ନିଗମର ସୁକିନ୍ଦା କ୍ରୋମାଇଟ ଖଣିକୁ ଟାଟା ଷ୍ଟିଲ୍‌ ପାଇଁ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri