୨୦ ଟଙ୍କା ବଢ଼ିଲା ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଶ୍ରମିକଙ୍କ ମଜୁରି

ଭୁବନେଶ୍ୱର, ୩୧।୩(ବ୍ୟୁରୋ): କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ମଜୁରି ବୃଦ୍ଧି କରିଛନ୍ତି। ପୂର୍ବରୁ ଶ୍ରମିକମାନଙ୍କୁ ମିଳୁଥିବା ମଜୁରିରେ ଆଉ ୨୦ ଟଙ୍କା ବୃଦ୍ଧି କରାଯାଇଛି। ଏ ନେଇ ମଙ୍ଗଳବାର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ଜଣାଇ ଦିଆଯାଇଛି। ଏହି ବର୍ଦ୍ଧିତ ରାଶି ୨୦୨୦ ଏପ୍ରିଲ ପହିଲାରୁ ଲାଗୁ କରାଯିବ।
ଓଡ଼ିଶାରେ ଏନ୍‌ଜିଏନ୍‌ଆର୍‌ଜିଏସ୍‌ରେ କାର୍ଯ୍ୟରତ ଶ୍ରମିକମାନେ ଦୈନିକ୧୮୮ ଟଙ୍କା ମଜୁରି ପାଉଥିଲେ। ଏହି ୨୦ ଟଙ୍କା ବୃଦ୍ଧି ହେବା ପରେ ଏପ୍ରିଲ ପହିଲାଠାରୁ ଶ୍ରମିକମାନଙ୍କୁ ଦୈନିକ ମଜୁରି ୨୦୮ ଟଙ୍କା ପ୍ରଦାନ କରାଯିବ। କେନ୍ଦ୍ର ସରକାର ୨୦୧୯-୨୦ ଆର୍ଥିକ ବର୍ଷ ଲାଗି ବକେୟା ଥିବା ଏନ୍‌ଜିଏନ୍‌ଆର୍‌ଜିଏସ୍‌ ବାବଦ ୪ ହଜାର ୪ଶହ ୮୧ କୋଟି ଟଙ୍କା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ପାଇଁ ମଞ୍ଜୁରୀ କରିିଛନ୍ତି। ୨୦୨୦-୨୧ ଆର୍ଥିକ ବର୍ଷର ପ୍ରଥମ ପର୍ଯ୍ୟାୟ ଅର୍ଥ ରାଶି ଏପ୍ରିଲ ୧୫ ସୁଦ୍ଧା ପଠାଇ ଦିଆଯିବ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାକୁ ଦେଖି କେନ୍ଦ୍ର ସରକାର ସମଗ୍ର ଦେଶକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟରେ ଶ୍ରମିକ ଶ୍ରେଣୀର ଲୋକମାନେ କାମଧନ୍ଦା ହରାଇ ଆର୍ଥିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେବେ ଶ୍ରମିକମାନେ କାର୍ଯ୍ୟ କରିବା ସମୟରେ କୋଭିଡ-୧୯ ଗାଇଡ୍‌ ଲାଇନ ଅନୁଯାୟୀ ସାମାଜିକ ଦୂରତ୍ୱକୁ କଡ଼ାକଡ଼ି ଭାବେ ପାଳନ କରିବା ସକାଶେ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ମଜୁରି ବୃଦ୍ଧି ଯୋଗୁ ଅନୁସୂଚିତ ଜାତି, ଜନଜାତି, ମହିଳା, କ୍ଷୁଦ୍ର ନାମମାତ୍ର ଚାଷୀ ଏବଂ ଗରିବ ଶ୍ରମିକ ଶ୍ରେଣୀର ଲୋକମାନେ ଏହାର ଫାଇଦା ପାଇବେ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି


Enter your email to get our daily news in your inbox.

All Right Reserved By Dharitri.Com

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ: ଉଚ୍ଛେଦ ଦାବିରେ ଶତାଧିକ ମହିଳା-ପୁରୁଷଙ୍କ ବିକ୍ଷୋଭ

ଅମରପାଲି, ୮।୧୦ (ପୀତାମ୍ବର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲିଆସୁଥିବା ଲାଇସେନ୍ସପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁଁ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ…

ଚମତ୍କାର ରେକର୍ଡ କଲେ ତିଲକ ବର୍ମା: ଟି-୨୦ କ୍ରିକେଟ୍‌ରେ ପ୍ରଥମଥର କଲେ ଏମିତି କମାଲ

ନୂଆଦିଲ୍ଲୀ,୧୦।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଲକ ବର୍ମାଙ୍କ ବ୍ୟାଟ ପୁଣିଥରେ ଗର୍ଜିଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ ରାଞ୍ଚିରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ସେ ମାତ୍ର ୧୮ଟି…

ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ

ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?