୨୦ ଫୁଟ ଗଭୀର କୂଅରେ ଖସିପଡ଼ିିଥିବା ଭାଲୁ ଉଦ୍ଧାର

ଛେଣ୍ଡିପଦା,୧୨।୮(ସ୍ବ.ପ୍ର.) : ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର କୋଶଳା ନିକଟସ୍ଥ ଭାଗଲାକଟା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ କୂଅ ଭିତରେ ଭାଲୁ ପଡ଼ିଥିଲା। ନିକଟସ୍ଥ କୋଶଳା ସଂରକ୍ଷିତ ଜଙ୍ଗଲରୁ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ଆସିଥିବା ଭାଲୁଟି ଭାଗଲାକଟା ଗ୍ରାମର ବିକ୍ରମ ସାହୁଙ୍କ ପୋଟଳ ବଗିଚାରେ ଥିବା ୨୦ଫୁଟର ଗଭୀର ଖୋଲା ଶୁଖିଲା କୂଅ ଭିତରେ ଖସି ପଡ଼ିଥିଲା। ବିକ୍ରମଙ୍କ ପରିବାର ଲୋକେ ସୋମବାର ସକାଳେ ବଗିଚାକୁ ପୋଟଳ ତୋଲିବା ପାଇଁ ଆସିଥିବା ବେଳେ ଭାଲୁଟି କୂଅରେ ପଡ଼ିଥିବା ଦେଖିଥିଲେ। ଏ ନେଇ ଗ୍ରାମବାସୀଙ୍କୁ କହିବା ସହିତ ବନବିଭାଗକୁ ଖବର ଦେଇଥିଲେ। ଖବର ପାଇ ଛେଣ୍ଡିପଦା ବନାଞ୍ଚଳ ଅଧିକାରୀ ଦୁର୍ଗାଚରଣ ସାହୁ ଓ ବନବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ପାଇଁ ଉଦ୍ୟମ କରିଥିଲେ। ଦୀର୍ଘ ଦୁଇ ଘଣ୍ଟା ଉଦ୍ୟମ ପରେ ଏକ ଶିଡ଼ି ସାହାଯ୍ୟରେ ଭାଲୁଟିକୁ ଉଦ୍ଧାର କରିବାରେ ବିଭାଗୀୟ କର୍ମଚାରୀମାନେ ସକ୍ଷମ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

ବଜେଟ୍‌ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି…

କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ ଘୋଷଣା ପରେ କଳାହାଣ୍ଡି…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ବଜେଟକୁ ନେଇ ଭାଜପା ଉପରେ ବର୍ଷିଲେ ଅଖିଳେଶ, ଜନତାଙ୍କୁ ସ୍ବପ୍ନ ଦେଖାଇଲା…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାର ୨୦୨୬ ବଜେଟ୍ ଉପସ୍ଥାପନ କରିବା ପରେ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବଜେଟ୍ ଏବଂ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri