୨୦ ଫୁଟ ତଳକୁ ଖସିଲା ଆଲୁମିନିୟମ ପାଉଡର ଲୋଡିଂ ଟ୍ୟାଙ୍କର: ଡ୍ରାଇଭର ମୃତ

ରାୟଗଡ଼ା ଅଫିସ, ୨।୧: ୩୨୬ ନଂ. ଜାତୀୟ ରାଜପଥର ଗୁମ୍ମା ଘାଟିରୁ ଗୁରୁବାର ଏକ ଆଲୁମିନିୟମ ପାଉଡର ବୋଝେଇ ଟ୍ୟାଙ୍କର ଖସିପଡ଼ିଛି। ଫଳରେ ଘଟଣା ସ୍ଥଳରେ ଡ୍ରାଇଭର ରାଘବେନ୍ଦ୍ର ସିଂ(୨୪)ଙ୍କ ମୃତ୍ୟୁ ଘଟିଥିବା ବେଳେ ହେଲ୍‌ପର ପୁଷ୍ପେନ୍ଦ୍ର ସିଂ ଗୁରୁତର ଆହତ ହୋଇଛନ୍ତି।

ସୂଚନାନୁଯାୟୀ, ସକାଳେ ଟ୍ୟାଙ୍କରଟି ଟିକିରି ଉତ୍କଳ ଆଲୁମିନିୟମ କମ୍ପାନୀରୁ ଆଲୁମିନିୟମ ପାଉଡର ନେଇ ମଧ୍ୟପ୍ରଦେଶ ଯାଉଥିଲା। ଗୁମ୍ମା ଘାଟି ଚଢ଼ୁଥିବା ସମୟରେ ଭାରସାମ୍ୟ ହରାଇ ଘାଟିରୁ ୨୦ ଫୁଟ ତଳକୁ ଖସି ପଡ଼ିଥିଲା। ଫଳରେ ଗାଡ଼ି ତଳେ ଚାପି ହୋଇ ଡ୍ରାଇଭର ମୃତ୍ୟୁବରଣ କରିଥିବାବେଳେ ହେଲ୍‌ପର ଆହତ ହୋଇଛନ୍ତି। ଘଟଣାସ୍ଥଳରେ କୁମ୍ଭିକୋଟା ଫାଣ୍ଡି ଅଧିକାରୀ ବିମଲ କୁମାର କଅଁର ଓ ଅଗ୍ନିଶମ ବାହିନୀ ପହଞ୍ଚି ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ଅବ୍ୟବସ୍ଥା ଘେରରେ ବିଦ୍ୟାଳୟ: ୪ ବର୍ଷ ବିତିଯାଇଥିଲେ ସୁଦ୍ଧା ସମ୍ପୂର୍ଣ୍ଣ ହୋଇନାହିଁ ଶ୍ରେଣୀଗୃହ

କେସିଙ୍ଗା,୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗତ ୨୪.୭.୧୯୮୩ରେ ସ୍ଥାପିତ ହୋଇଛି। ଏହି ବିଦ୍ୟାଳୟରେ ତତ୍କାଳୀନ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ ହୋଇଛନ୍ତି । ବିଇଓ ଗୁରୁବାର…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri