Posted inଗଜପତି

୨୦ ଫୁଟ ତଳକୁ ଖସିଲା ବସ୍‌, ୧୨ ଆହତ

ଆର.ଉଦୟଗିରି,୧୯ା୧୦(ଡି.ଏନ.ଏ.)-ନୂଆଗଡ଼ ବ୍ଲକର ତିତିସିଂ ନିକଟସ୍ଥ ତଳସୁରଙ୍ଗିଠାରେ ଏକ ଘରୋଇ ବସ୍‌ ଦୁର୍ଘଟଣାରେ ୧୨ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ଜଣ ଗୁରୁତର ଅଛନ୍ତି। ସେମାନେ ହେଲେ ଗାଡ଼ି ଚାଳକ ପରମାଣ ପରମାଣିକ (୪୫), ଟିନା ଦିଗାଲ (୧୫), ଦମୟନ୍ତି ଶବର (୬୫), ଅଜିତ କୁମାର ସାହୁ (୩୪), ବୀର ଲିମା (୪୫) ଓ ସୁଶୀଳ ଶବର (୫୦)। ଅନ୍ୟ ଆହତଙ୍କ ପରିଚୟ ମିଳିନାହିଁ। ପ୍ରକାଶ ଯେ, ବସଟି ଭୁବେନଶ୍ୱରରୁ ପାରଳାଖେମୁଣ୍ଡି ଯାଉଥିବା ସମୟରେ ତିତିସିଂ ନିକଟସ୍ଥ ତଳସୁରଙ୍ଗି ବୁଲାଣି ରାସ୍ତାରେ ୨୦ ଫୁଟ ତଳକୁ ଖସି ଯାଇଥିଲା। ଖଜୁରିପଦା ଫାଣ୍ଡି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚତ୍ ଆହତମାନଙ୍କୁ ଉଦ୍ଧାର କରି ଖଜୁରିପଦା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଥିରୁ ୭ ଜଣ ଗୁରୁତରଙ୍କୁ ପାରଳାଖେମୁଣ୍ଡି ଚିକିତ୍ସାଳୟକୁ ପଠାଯାଉଛି। ଦୁର୍ଘଟଣାର କାରଣ ଜଣାପଡ଼ିନଥିବା ବେଳେ ଗାଡିର ଅନ୍ୟ ଜଣ ଡ୍ରାଇଭର ଫେରାର ଥିବା ଫାଣ୍ଡି ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?