୨୦ ହଜାର ଟଙ୍କାରେ ୭ ଦିନର ପୁଅ ବିକ୍ରି

ବାଲେଶ୍ୱର ଅଫିସ,୧୪।୯-ଦାରିଦ୍ର୍ୟର ତାଡନା ସହି ନ ପାରି ଏକ ଦମ୍ପତି ତାଙ୍କ ୭ଦିନର ପୁଅକୁ ୨୦ହଜାର ଟଙ୍କାରେ ବିକ୍ରି କରିଦେବା ଘଟଣା ବାଲେଶ୍ୱର ଜିଲା ଦରଘାପଡିଆ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୂଲମଜୁରି ଲାଗୁଥିବା ଅସହାୟ ପିତା ଓ ପର ଘରେ ବାସନ ମାଜୁଥିବା ମା’ ପିଲାକୁ ଲାଳନପାଳନ କରିବାରେ ଅସମର୍ଥ ହୋଇ ଏପରି କରିଥିବା କହିଛନ୍ତି।
ଦରଘାପଡ଼ିଆ ଅଞ୍ଚଳର ଏକ ଦମ୍ପତି(ସେକ୍‌ ପୀରୁ ଖଁା, ସ୍ତ୍ରୀ ହୁଶେନ ବିବି) ଙ୍କର ମୋଟ ୭ଟି ସନ୍ତାନ। ପୂର୍ବରୁ ଥିବା ୬ ସନ୍ତାନଙ୍କୁ ଚଳାଇବା ଉଭୟଙ୍କ ପକ୍ଷେ କଷ୍ଟକର ଥିଲା। ସେଥିମଧ୍ୟରୁ ୨ ପୁତ୍ର ସନ୍ତାନଙ୍କୁ ସେମାନେ ତାଙ୍କ ସମ୍ପର୍କୀୟଙ୍କୁ ଦେଇ ସାରିଛନ୍ତି। ଏବେ ପୁଣି ଏକ ସନ୍ତାନ ଜନ୍ମ ହେବାରୁ ଉଭୟେ ମାନସିକ ଚିନ୍ତାରେ ଥିଲେ। ସେମାନେ ଏହି ସପ୍ତମ ସନ୍ତାନକୁ ବିକ୍ରି କରିଦେବାକୁ ମନସ୍ଥ କରିଥିଲେ। ଶୁକ୍ରବାର ଅପରାହ୍ନରେ ଏହି ଦମ୍ପତି ତାଙ୍କର ୭ ଦିନର ପୁଅକୁ ଫୁଲବଜାର ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ବିକି ଦେଇଥିଲେ। ଉକ୍ତ ବ୍ୟକ୍ତି ୨୦ହଜାର ଟଙ୍କା ଦେଇ ପିଲାକୁ ନେବା ସହ କାଗଜପତ୍ରରେ ଦସ୍ତଖତ ମଧ୍ୟ କରାଇ ନେଇଥିବା ସମ୍ପୃକ୍ତ ମହିଳା କହିଛନ୍ତି। ସରକାରୀ ସହାୟତା ମିଳିଲେ ସେ ପୁଅକୁ ଫେରାଇ ଆଣିବେ ବୋଲି ଗଣମାଧ୍ୟମ ପ୍ରତିନିଧିଙ୍କ ନିକଟରେ କହିଛନ୍ତି।
ଏ ସମ୍ପର୍କରେ ଟାଉନ ଥାନାଧିକାରିଣୀ ସରୋଜିନୀ ନାୟକ କହିଛନ୍ତି ଯେ, ଥାନାରେ ଏଭଳି କୌଣସି ଅଭିଯୋଗ ହୋଇନାହଁି। ଜିଲା ଶିଶୁ ମଙ୍ଗଳ ସୁରକ୍ଷା ଅଧିକାରୀ ଯୁବକ ମାଝିଙ୍କୁ ଯୋଗାଯୋଗ କରାଯିବାରୁ ସେ କହିଛନ୍ତି ଯେ, ମୋ ପାଖରେ ଏ ସମ୍ପର୍କିତ କିଛି ତଥ୍ୟ ନାହିଁ। ତଦନ୍ତ ପରେ ଯାହା ପଦକ୍ଷେପ ନିଆଯିବ। ଉପଜିଲାପାଳ ନୀଲୁ ମହାପାତ୍ର କହିଛନ୍ତି, ଘଟଣା ସମ୍ପର୍କରେ ଅବଗତ ନ ଥିଲେ। ସଙ୍ଗେ ସଙ୍ଗେ ଏହାର ତଦନ୍ତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

କର୍ମୀଙ୍କ ମନ ଜିଣୁଛି ପ୍ରାର୍ଥୀଙ୍କ ଭାଇରାଲ୍‌ ଭାଷଣ

ଖଇରା,୬ା୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀ ଜୋରଦାର ପ୍ରଚାରରେ ଲାଗିପଡ଼ିଛନ୍ତି। ଏଥର ଏଠାରେ ତ୍ରିମୁଖି ପ୍ରତିଦ୍ୱନ୍ଦିତା ହେବ...

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri