୨୦ଦିନ ପାଇଁ ମହଜୁଦ ରହିଛି ଅତ୍ୟାବଶ୍ୟକ ସାମଗ୍ରୀ

ଭୁବନେଶ୍ୱର,୬ା୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ହୁହୁ ହୋଇ ବଢ଼ି ଚାଲିଥିବାବେଳେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ କଟକଣା ଲୋକଙ୍କ ମନରେ ଖାଦ୍ୟ ଚିନ୍ତାକୁ ବଢ଼ାଇ ଦେଇଛି। ଏପଟେ ଧୀରେ ଧୀରେ ଦୋକାନରୁ ଅତ୍ୟାବଶ୍ୟକ ସାମଗ୍ରୀ ସରିଆସିଲାଣି। ଆଗକୁ ରାଜଧାନୀରେ ଖାଦ୍ୟ ସମସ୍ୟା ଦେଖାଦେବ ବୋଲି ଲୋକଙ୍କ ମନରେ ଆଶଙ୍କା ପ୍ରକାଶ ପାଇଛି। ତେଣୁ ଯେତେବେଳେ ଟିକେ ସୁଯୋଗ ମିଳୁଛି ଲୋକେ ଦୋକାନ ବଜାରରେ ଭିଡ଼ ଜମାଉଛନ୍ତି। ୪୮ଘଣ୍ଟିଆ ଶଟ୍‌ଡାଉନ୍‌ ହଟିଯାଇଥିବାବେଳେ ସୋମବାର ଏଭଳି ଆଶଙ୍କା ମଧ୍ୟ ଦେଖାଦେବ ଓ ସାମାଜିକ ଦୂରତ୍ୱକୁ ଲୋକେ ଉଲ୍ଲଂଘନ କରିବାର ସମ୍ଭାବନା ରହିଛି। ଏଭଳି ସ୍ଥିତିକୁ ଦୂର କରିବା ପାଇଁ ଅଧିକ ସମୟ ଦୋକାନ ଖୋଲିବା ସହ ରାସ୍ତା ଉପରେ ଅଧିକ କାଉଣ୍ଟର ଖୋଲାଯିବ। ଲୋକମାନେ ସମାନ ଦାମ୍‌ରେ ସାମଗ୍ରୀ ପାଇପାରିବେ ବୋଲି ରାଜ୍ୟ ବ୍ୟବସାୟୀ ମହାସଂଘ ସମ୍ପାଦକ ସୁଧାକର ପଣ୍ଡା କହିଛନ୍ତି। ଏ ସଂକ୍ରାନ୍ତରେ ଭୁବନେଶ୍ୱର ଡିସିପି ଅନୁପ ସାହୁଙ୍କ ସହ ମଧ୍ୟ କଥାହୋଇଥିବା ଓ ପ୍ରତିଶ୍ରୁତି ମିଳିଥିବା ସେ କହିଛନ୍ତି। ସେ କୁହନ୍ତି, ଆମକୁ ସରକାରଙ୍କ ଆଭିମୁଖ୍ୟକୁ ବୁଝିବାକୁ ହେବ। ଆମେ ଅଧିକରୁ ଅଧିକ ସମୟ ଦୋକାନ ଖୋଲିବା ପାଇଁ ଡିସିପିଙ୍କୁ ଅନୁରୋଧ କରିଛୁ। ଯେତେ ଅଧିକ ସମୟ ଦୋକାନ ଖୋଲିଲେ ଗହଳି କମିଯିବ। ଏହା ସଫଳ ହେଲେ ପର୍ଯ୍ୟାୟକ୍ରମେ ଅନ୍ୟ ସ୍ଥାନରେ ଏପରି ବ୍ୟବସ୍ଥା ହେବ। ଆମ ନିକଟରେ ପର୍ଯ୍ୟାପ୍ତ ଖାଦ୍ୟ ସାମଗ୍ରୀ ମହଜୁଦ ରହିଛି। ୨୦ ଦିନ ବାହାରୁ ମାଲ୍‌ ନ ଆସିଲେ ମଧ୍ୟ କିଛି ଅସୁବିଧା ହେବ ନାହିଁ। ଲୋକମାନେ ଭୟଭୀତ ହୋଇ ଆବଶ୍ୟକତାଠାରୁ ଅଧିକ କିଣନ୍ତୁ ନାହିଁ ବୋଲି ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri