Posted inଜାତୀୟ

୨୦ରୁ କମ୍‌ ପିଏଲ୍‌ଏ ସୈନ୍ୟ ନିହତ ହୋଇଥିବା ଚାଇନା ମାନିଲା

ନୂଆଦିଲ୍ଲୀ,୨୩ା୬(ଆଇଏଏନ୍‌ଏସ୍‌): ଗତ ୧୫ ତାରିଖରେ ଲଦାଖ ଅନ୍ତର୍ଗତ ଗଲଓ୍ବାନ ଉପତ୍ୟକାରେ ସଂଘର୍ଷ ବେଳେ ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ)ର ୨୦ରୁ କମ୍‌ ସୈନ୍ୟ ନିହତ ହୋଇଥିବା କଥା ଚାଇନା ସୋମବାର ପ୍ରଥମ ଥର ପାଇଁ ସ୍ବୀକାର କରିଛି। ମୃତକଙ୍କ ମଧ୍ୟରେ ଜଣେ କମାଣ୍ଡିଂ ଅଫିସର ଅଛନ୍ତି। ଭାରତ ୧୬ ଚାଇନା ସୈନ୍ୟଙ୍କ ମୃତଦେହ ପିଏଲ୍‌ଏକୁ ହସ୍ତାନ୍ତର କରିଥିବା ରବିବାର ଭାରତୀୟ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ସଂଘର୍ଷରେ ଭାରତର ୨୦ ଯବାନ ଶହୀଦ ହୋଇଥିବା କଥା ନୂଆଦିଲ୍ଲୀ ଘୋଷଣା କରିଥିବାବେଳେ ଏପର୍ଯ୍ୟନ୍ତ ଚାଇନା ନିଜ ସୈନ୍ୟବାହିନୀର କ୍ଷୟକ୍ଷତି ସମ୍ପର୍କରେ କିଛି ଜଣାଉ ନ ଥିଲା। ଚାଇନା ଉତ୍ତେଜନାଠାରୁ ଦୂରେଇ ରହିବାକୁ ଚାହୁଁଥିବାରୁ ମୃତାହତଙ୍କ ସଂଖ୍ୟା ସମ୍ପର୍କରେ ମୁହଁ ଖୋଲୁ ନ ଥିଲା ବୋଲି ସେଠାର ଜଣେ ବିଶେଷଜ୍ଞଙ୍କ ମନ୍ତବ୍ୟକୁ ଉଦ୍ଧାରକରି ବେଜିଂରେ ଚାଇନା କମ୍ୟୁନିଷ୍ଟ ପାର୍ଟି ସରକାରର ମୁଖପତ୍ର ଗ୍ଲୋବାଲ ଟାଇମ୍ସ ପକ୍ଷରୁ କୁହାଯାଇଛି। କଟ୍ଟରପନ୍ଥୀଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚାଇନାରେ ଅଧିକ ମୃତାହତ ହୋଇଥିବା କଥା ଭାରତୀୟ ଅଧିକାରୀମାନେ ପ୍ରଚାର କରୁଛନ୍ତି ବୋଲି ଚାଇନା ବିଶ୍ଲେଷକମାନେ ଅଭିଯୋଗ କରିଛନ୍ତି। ଗଲଓ୍ବାନ ସଂଘର୍ଷରେ ଚାଇନାର ୪୦ରୁ ଅଧିକ ସୈନ୍ୟ ନିହତ ହୋଇଥିବା ଭାରତର କେନ୍ଦ୍ରମନ୍ତ୍ରୀ ତଥା ପୂର୍ବତନ ସେନାମୁଖ୍ୟ ଜେନେରାଲ ଭି.କେ. ସିଂ ଶନିବାର ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ…

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?