୨୦ରୁ ‘କୃଷି ଓଡ଼ିଶା-୨୦୨୦’

ଭୁବନେଶ୍ୱର, ୧୮ା୧(ବ୍ୟୁରୋ): ରାଜ୍ୟର କୃଷକମାନଙ୍କୁ କୃଷିକ୍ଷେତ୍ରରେ ପ୍ରୟୋଗ ହେଉଥିବା ନୂତନ ଜ୍ଞାନକୌଶଳ ସହିତ ପରିଚିତ କରାଇବା ଲକ୍ଷ୍ୟ ନେଇ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଆସନ୍ତା ୨୦ରୁ ଆରମ୍ଭ ହେବାକୁ ଯାଉଛି ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୦’। ଭୁବନେଶ୍ୱର ଜନତା ମଇଦାନରେ ହେବାକୁ ଥିବା ଏହି ମହୋତ୍ସବ ୫ ଦିନ ଧରି ଚାଲିବ। କୃଷିର ଗୁରୁତ୍ୱ ଏବଂ କୃଷକଙ୍କ ଅବଦାନକୁ ସ୍ବୀକୃତି ପ୍ରଦାନ ସହିତ କୃଷି କ୍ଷେତ୍ରରେ ନୂତନ ଜ୍ଞାନକୌଶଳର ପ୍ରଦର୍ଶନ ଲକ୍ଷ୍ୟରେ ଚଳିତବର୍ଷ ୨୨୮ ଷ୍ଟଲ ନିର୍ମାଣ କରାଯାଇଛି। ଏଥିରେ ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ପ୍ରାୟ ୧୧୨ କମ୍ପାନୀ ଯୋଗଦେବେ। ଦେଶ, ବିଦେଶରେ କୃଷି କ୍ଷେତ୍ରରେ ଘଟୁଥିବା ନୂତନ ଜ୍ଞାନକୌଶଳ ଓ କୃଷି ପ୍ରଣାଳୀ ସହ ଓଡ଼ିଶାର ଚାଷୀଙ୍କୁ ପରିଚିତ କରାଇବା ନିମନ୍ତେ ପ୍ରତିଦିନ ଆଲୋଚନାଚକ୍ର ଓ ପାଠଶାଳାର ଆୟୋଜନ କରାଯାଇଛି। ପ୍ରତ୍ୟହ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଆଲୋଚନାଚକ୍ରର ଆୟୋଜନ କରାଯିବ। ଏଥିରେ ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ଅନୁଷ୍ଠାନର ବିଶିଷ୍ଟ କୃଷି ବିଜ୍ଞାନୀ, କୃଷି ବିଶେଷଜ୍ଞ, କୃଷି ଅଧିକାରୀ ଓ ରାଜ୍ୟ ସରକାରଙ୍କ ବରିଷ୍ଠ ପଦାଧିକାରୀମାନେ ଯୋଗଦେବେ। ମୁଖ୍ୟତଃ ଜଳବାୟୁ ଆଧାରିତ କୃଷି ଜ୍ଞାନକୌଶଳ, ଜଳସମ୍ପଦର ସୁବିନିଯୋଗ, ବିଭିନ୍ନ କୃଷି ସମସ୍ୟାର ସ୍ଥାୟୀ ସମାଧାନ, ମୂଲ୍ୟଯୁକ୍ତ ଉତ୍ପାଦ ପାଇଁ ବଜାର ସଂଯୋଗ, କୃଷି ଉଦ୍ୟୋଗୀମାନଙ୍କ ପାଇଁ ମୂଲ୍ୟ ଶୃଙ୍ଖଳ ପରିଚାଳନା, ଫସଲ ଅମଳ ପରବର୍ତ୍ତୀ ଯତ୍ନ ଓ ପରିଚାଳନା, କୃଷି କ୍ଷେତ୍ରରେ ବୀମାଭିତ୍ତିକ ଆପଦକାଳୀନ ସ୍ଥିତି ପରିଚାଳନା, ଲାଭପ୍ରଦ କୃଷି ପାଇଁ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ଭୂମିକା ଓ ଦାୟିତ୍ୱ ବିଷୟରେ ଆଲୋଚନା କରାଯିବ।
ଚଳିତବର୍ଷ କୃଷି କ୍ଷେତ୍ରରେ ସମବାୟ ଓ ଜାତୀୟ ବ୍ୟାଙ୍କ, ପଞ୍ଚାୟତିରାଜ ଜନପ୍ରତିନିଧି ଏବଂ ମହିଳାମାନଙ୍କ ଭୂମିକାକୁ ଗୁରୁତ୍ୱ ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୧ ତାରିଖକୁ ସମବାୟ ଓ ବ୍ୟାଙ୍କିଙ୍ଗ ଦିବସ, ୨୨ ତାରିଖକୁ ପଞ୍ଚାୟତିରାଜ ଜନପ୍ରତିନିଧି ଦିବସ ଏବଂ ୨୩ ତାରିଖକୁ ମହିଳା ଦିବସ ଭାବରେ ରଖାଯାଇଛି। ସେହିପରି କୃଷି ଓ ଆନୁଷଙ୍ଗିକ କ୍ଷେତ୍ରକୁ ଋଣ ଯୋଗାଣ କ୍ଷେତ୍ରରେ ବ୍ୟାଙ୍କଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବା ନେଇ ୨୨ତାରିଖରେ ରାଜ୍ୟର ବ୍ୟାଙ୍କ ଅଧିକାରୀମାନଙ୍କ ଏକ ସ୍ବତନ୍ତ୍ର ଅଧିବେଶନର ଆୟୋଜନ କରାଯାଇଛି। ଏଥିରେ ରାଜ୍ୟର ପ୍ରାୟ ୫୦୦ ବ୍ୟାଙ୍କ ଅଧିକାରୀମାନେ ଯୋଗଦେବେ। ଏହି ଅବସରରେ କୃଷି ଓ ଆନୁଷଙ୍ଗିକ କୃଷି ସମ୍ବନ୍ଧିତ କ୍ଷେତ୍ରରେ ପ୍ରଗତି ସମ୍ପର୍କରେ ତଥ୍ୟଭିତ୍ତିକ ଆକର୍ଷଣୀୟ ପ୍ରଦର୍ଶନୀ ମଣ୍ଡପର ଆୟୋଜନ କରାଯାଇଛି। କୃଷି ଓଡ଼ିଶା ଅବସରରେ ପ୍ରତ୍ୟେକ ସାରେ ରାଜ୍ୟସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଅଗ୍ରଣୀ ଚାଷୀ ଓ ଉତ୍ପାଦକ ସଂସ୍ଥାଗୁଡ଼ିକୁ ସମ୍ବର୍ଦ୍ଧିତ କରାଯିବ। ଏହାଛଡ଼ା ପ୍ରତିଦିନ ସାରେ ପ୍ରସଙ୍ଗଭିତ୍ତିକ ଆଲୋଚନା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ପରିବେଷଣ କରାଯିବ। ‘କୃଷି ଓଡ଼ିଶା-୨୦୨୦’କୁ ଆସନ୍ତା ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବେ ଏବଂ ୨୪ରେ ଉଦ୍‌ଯାପନୀ ସନ୍ଧ୍ୟାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ମୁଖ୍ୟଅତିଥି ଭାବେ ଯୋଗଦେବେ ବୋଲି କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି। ବିଭାଗ ପକ୍ଷରୁ ଶୁକ୍ରବାର ଜନତା ମଇଦାନଠାରେ ଆଯୋଜିତ ଖବରଦାତା ସମ୍ମିଳନୀରେ ମନ୍ତ୍ରୀ ଏହି ସୂଚନା ଦେବା ସହ ଚଳିତବର୍ଷ କୃଷି ଓଡ଼ିଶାକୁ କୃଷକଙ୍କ ପାଇଁ ଅଧିକ ଉପଯୋଗୀ ଓ ଲାଭଦାୟକ ନିମନ୍ତେ ଅଧିକ ଆକର୍ଷଣୀୟ ଓ ଶିକ୍ଷଣୀୟ କରିବା ଦିଗରେ ପଦକ୍ଷେପ ନିଆଯାଇଛି ବୋଲି କହିଛନ୍ତି। ବିଭାଗୀୟ ଅତିରିକ୍ତ ସଚିବ ଏମ୍‌.କେ. ପାଣି, ମେରି ଲାକ୍ରା, ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକ ଏଚ୍‌.କେ. ପଣ୍ଡା ଏବଂ ଓୟୁଏଟି ସମ୍ପ୍ରସାରଣ ବିଭାଗ ଡିନ୍‌ ପ୍ରଫେସର ପ୍ରଭାତ କୁମାର ରାଉଳ ଏହି ଅବସରରେ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri