Posted inରାଜ୍ୟ

୨୦ରୁ ପୂର୍ତ୍ତ ବିଭାଗ ଆରମ୍ଭ କରିବ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ବନ୍ଦ ପଡ଼ିଥିବା କେତେକ ଗୁରୁତ୍ୱପୂର୍ଣ୍ଣ ନିର୍ମାଣ କାର୍ଯ୍ୟକୁ ସରକାର ଆରମ୍ଭ କରିବାକୁ ଯାଉଛନ୍ତି। ଚଳିତ ମାସ ୨୦ରୁ ଏହି କାର୍ଯ୍ୟ ଆରମ୍ଭ କରିବା ପାଇଁ ବିଭାଗ ପକ୍ଷରୁ ଶନିବାର ସଂପୃକ୍ତ ଯନ୍ତ୍ରୀମାନଙ୍କୁ ଚିଠି ଲେଖାଯାଇଛି। ପୂର୍ତ୍ତ ବିଭାଗ ଅତିରିକ୍ତ ସଚିବ ଆର.କେ. ଆଚାର୍ଯ୍ୟଙ୍କ ପକ୍ଷରୁ ୪ ମୁଖ୍ୟଯନ୍ତ୍ରୀଙ୍କୁ ଚିଠି ଲେଖାଯାଇଛି। ଏହିମାନେ ହେଉଛନ୍ତି- ମୁଖ୍ୟଯନ୍ତ୍ରୀ(ଡିପିଆଇ ଆଣ୍ଡ ଆର୍‌), ମୁଖ୍ୟଯନ୍ତ୍ରୀ(ବିଲ୍ଡିଂ), ମୁଖ୍ୟଯନ୍ତ୍ରୀ(ବିଶ୍ୱ ବ୍ୟାଙ୍କ୍‌) ଏବଂ ମୁଖ୍ୟଯନ୍ତ୍ରୀ(ଏନ୍‌ଏଚ୍‌)। ଏଥିସହିତ ଭୁବନେଶ୍ୱରସ୍ଥିତ ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଏଆଇ)ର ସିଜିଏମ୍‌ଙ୍କୁ ମଧ୍ୟ ଚିଠି ଲେଖାଯାଇଛି। ନିର୍ମାଣ କାର୍ଯ୍ୟ ବେଳେ ସାମାଜିକ ଦୂରତାକୁ ଗୁରୁତ୍ୱ ଦେବାକୁ ଚିଠି ମାଧ୍ୟମରେ ଉଲ୍ଲେଖ କରାଯାଇଛି। ଏତ୍‌ଦବ୍ୟତୀତ ବିଭାଗ ପକ୍ଷରୁ ଅନ୍ୟ କେତେକ ନିୟମାବଳୀ ମଧ୍ୟ ଜାରି କରାଯାଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଆବଶ୍ୟକ ଅନୁମତି ମିଳିବା ପରେ ପୂର୍ତ୍ତ ବିଭାଗ ଏପରି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri