୨୦୦ ଟଙ୍କା ପାଇଁ କ୍ରିକେଟ ଖେଳୁଥିଲେ, ଏବେ ମିଳିଲା ଭାରତୀୟ ଦଳରେ ସ୍ଥାନ

ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଗସ୍ତ ପାଇଁ ଭାରତୀୟ ଦଳରେ ଅନେକ ନୂଆ ଚେହେରା ସ୍ଥାନ ପାଇଛନ୍ତି। ସେମାନଙ୍କ ମଧ୍ୟରୁ ନବଦୀପ ସଇନି ଅନ୍ୟତମ। ୨୦୧୯ ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପକ୍ଷରୁ ଖେଳୁଥିବା ନବଦୀପ ଓ୍ବେଷ୍ଟଇଣ୍ଡିଜ୍‌ ଗ୍ରସ୍ତରେ ଉଭୟ ଏକଦିବସୀୟ ଏବଂ ଟି-୨୦ ଦଳରେ ସ୍ଥାନ ପାଇଛନ୍ତି। ଦିଲ୍ଲୀ ପକ୍ଷରୁ ରଣଜୀ ଖେଳୁଥିବା ନବଦୀପ ଦ୍ରୁତ ଗତିରେ ବୋଲିଂ ସାଙ୍ଗକୁ ସଠିକ୍‌ ଲାଇନ୍‌ରେ ବଲ୍‌ ପକାଇବା ଯୋଗୁ ତାଙ୍କୁ ଦଳରେ ଚୟନ କରାଯାଇଛି। ଆଇପିଏଲରେ ମଧ୍ୟ ସେ ତାଙ୍କ ପ୍ରତିଭା ଦେଖାଇସାରିନ୍ତି। ୨୦୧୭-୧୮ ରଣଜୀ ସିଜିନ୍‌ରେ ଦିଲ୍ଲୀକୁ ଫାଇନାଲ ପହଞ୍ଚାଇବାରେ ନବଦୀପଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା। ସେ ୮ଟି ମ୍ୟାଚରୁ ୩୪ ଓ୍ବିକେଟ ନେଇଥିଲେ। କ୍ରିକେଟ ସଫଳତା ପାଇବା ପାଇଁ ତାଙ୍କୁ ଖୁବ୍‌ ପରିଶ୍ରମ କରିବାକୁ ପଡିଥିଲା। ମାତ୍ର ୨୦୦ ଟଙ୍କା ପାଇଁ ସେ ଗଳି କ୍ରିକେଟ ଟୁର୍ନାମେଣ୍ଟରେ ଭାଗ ନେଉଥିଲେ। ୨୦୧୩ ପର୍ଯ୍ୟନ୍ତ ଲେଦର୍‌ ବଲରେ ନୁହେଁ, ଟେନିସ୍‌ ବଲରେ ସେ ବୋଲିଂ କରୁଥିଲେ। ପୂର୍ବତନ ଭାରତୀୟ ଖେଳାଳି ଗୌତମ ଗମ୍ଭୀର ଏକ ଘରୋଇ କ୍ରିକେଟ ଲିଗ୍‌ରେ ନବଦୀପଙ୍କୁ ଭେଟିଥିଲେ। ତାଙ୍କ ପ୍ରତିଭାକୁ ଚିହ୍ନି ତାଙ୍କୁ ପ୍ରଥମେ ନେଟ୍‌ରେ ଅଭ୍ୟାସ ପାଇଁ ଡାକିଥିଲେ। ପରେ ତାଙ୍କୁ ଦୁଇହଳ ଜୋତା ଦେଇଥିଲେ। ପ୍ରତିଦିନ ସେ ଫିରୋଜ ଶାହ କୋଟଲାକୁ ଅଭ୍ୟାସ ପାଇଁ ଆସନ୍ତି। ଶେଷରେ ହରିୟାଣାର ହୋଇଥିଲେ ମଧ୍ୟ, ଦିଲ୍ଲୀ ପାଇଁ ରଣଜୀ ଖେଳିବାକୁ ଇଚ୍ଛା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

କିଏ ହେବ ଆଶା ଭୋସଲେଙ୍କ ସମ୍ପତ୍ତିର ଉତ୍ତରଧିକାରୀ? ୟାଙ୍କୁ ମିଳିବ କୋଟି କୋଟି ଟଙ୍କାର ସମ୍ପତ୍ତି…

ମୁମ୍ୱାଇ: ବଲିଉଡର ପ୍ରସିଦ୍ଧ ଗାୟିକା ଆଶା ଭୋସଲେ ଆଉ ଆମ ମଧ୍ୟରେ ନାହାନ୍ତି। ଆଠ ଦଶନ୍ଧି ଧରି ହିନ୍ଦୀ ସିନେମାକୁ ତାଙ୍କର ସୁମଧୁର କଣ୍ଠସୱରରେ ସୁନ୍ଦର କରିଥିବା…

ଯୁଦ୍ଧରେ ଇରାନ ବିପର୍ଯ୍ୟସ୍ତ: ଏହି ୫ ଉପସାଗରୀୟ ଦେଶଠାରୁ ଦାବି କଲା କ୍ଷତିପୂରଣ

ତେହରାନ୍‌,୧୫।୪: ପାଞ୍ଚଟି ଉପସାଗରୀୟ ଦେଶ ବିରୁଦ୍ଧରେ  ଇରାନ ଗମ୍ଭୀର ଅଭିଯୋଗ ଆଣିଛି। ଇରାନ ଦାବି କରିଛି ଯେ ଆମେରିକା ଏବଂ ଇସ୍ରାଏଲ ଦ୍ୱାରା ଫେବୃଆରୀ ୨୮ରେ ହୋଇଥିବା…

ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍‌କା ଦେଲା ଆମେରିକା, ବିଶ୍ୱରେ ଚହଳ!

ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ…

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri