୨୦୧୭ରେ ଓଡ଼ିଶାକୁ ହସ୍ତଶିଳ୍ପ କ୍ଷେତ୍ରରେ ସର୍ବାଧିକ ପୁରସ୍କାର

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ୨୦୧୭ ମସିହା ପାଇଁ ଓଡ଼ିଶାର ୫ ହସ୍ତଶିଳ୍ପୀ ରାଷ୍ଟ୍ରୀୟ ପୁରସ୍କାର ଓ ୩ ଜଣ ରାଷ୍ଟ୍ରୀୟ ମେରିଟ୍‌ ସାର୍ଟିଫିକେଟ୍‌ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଗୋଟିଏ ବର୍ଷରେ ଓଡ଼ିଶାରୁ ୮ ଶିଳ୍ପୀ ଜାତୀୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ ହେବା ବିଗତ ୨୫ ବର୍ଷ ମଧ୍ୟରେ ସର୍ବାଧିକ ବୋଲି ରାଜ୍ୟ ହସ୍ତତନ୍ତ ବୟନ ଓ ହସ୍ତଶିଳ୍ପ ବିଭାଗ ମନ୍ତ୍ରୀ ପଦ୍ମିନୀ ଦିଆନ କହିଛନ୍ତି। ଶୁକ୍ରବାର ଜନତା ମଇଦାନରେ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ କାର୍ଯ୍ୟକ୍ରମରେ ମନ୍ତ୍ରୀ ମୁଖ୍ୟଅତିଥି ଭାବେ ଯୋଗଦେଇ କୃତୀ ଶିଳ୍ପୀମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ସମ୍ମାନିତ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ କହିଛନ୍ତି, ୧୯୬୭ରୁ ୨୦୧୭ ପର୍ଯ୍ୟନ୍ତ ଆମ ରାଜ୍ୟର ହସ୍ତଶିଳ୍ପୀମାନେ ସମୁଦାୟ ୧୬୫ଟି ଜାତୀୟ ହସ୍ତଶିଳ୍ପ ପୁରସ୍କାର ଓ ଜାତୀୟ ମେରିଟ୍‌ ସାର୍ଟିଫିକେଟ୍‌ ପାଇଛନ୍ତି। ଏହାଛଡ଼ା ଓଡ଼ିଶାରୁ ୧୧ ଶିଳ୍ପଗୁରୁ, ୩ ପଦ୍ମଶ୍ରୀ ଓ ଜଣେ ପଦ୍ମ ବିଭୂଷଣ ପାଇବାର କୃତିତ୍ୱ ହାସଲ କରିଛନ୍ତି ବୋଲି ମନ୍ତ୍ରୀ ଉଲ୍ଲେଖ କରିଛନ୍ତି। ସୂଚନାଯୋଗ୍ୟ, ଆସନ୍ତା ୧୬ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀରେ ୧୦୪ ଷ୍ଟଲ୍‌ ନିର୍ମାଣ କରାଯାଇଛି। ଓଡ଼ିଶା ସରକାରଙ୍କ ଦ୍ୱାରା ଅନୁମୋଦିତ ୫୦ ହସ୍ତଶିଳ୍ପ ମଧ୍ୟରୁ ପ୍ରାୟ ୨୮ ହସ୍ତଶିଳ୍ପକୁ ନେଇ ୨୩ ଜିଲାର କାରିଗରମାନେ ପ୍ରଦର୍ଶନୀରେ ଭାଗ ନେଇଛନ୍ତି। ଉତ୍ସବରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସ୍ବତନ୍ତ୍ର ସଚିବ ଶ୍ରୀକାନ୍ତ ପୃଷ୍ଟି, ହସ୍ତଶିଳ୍ପ ଓ କୁଟୀର ଶିଳ୍ପ ନିର୍ଦ୍ଦେଶକ, ବି. କେ. ଦାଶ, ବିଭାଗୀୟ ଅତିରିକ୍ତ ସଚିବ ବୃନ୍ଦାବନ ବେହେରା, ବିଭାଗୀୟ ଯୁଗ୍ମ ସଚିବ ଅଞ୍ଜନା ପଣ୍ଡା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri