୨୦୧୭ରେ ଓଡ଼ିଶାକୁ ହସ୍ତଶିଳ୍ପ କ୍ଷେତ୍ରରେ ସର୍ବାଧିକ ପୁରସ୍କାର

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ୨୦୧୭ ମସିହା ପାଇଁ ଓଡ଼ିଶାର ୫ ହସ୍ତଶିଳ୍ପୀ ରାଷ୍ଟ୍ରୀୟ ପୁରସ୍କାର ଓ ୩ ଜଣ ରାଷ୍ଟ୍ରୀୟ ମେରିଟ୍‌ ସାର୍ଟିଫିକେଟ୍‌ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଗୋଟିଏ ବର୍ଷରେ ଓଡ଼ିଶାରୁ ୮ ଶିଳ୍ପୀ ଜାତୀୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ ହେବା ବିଗତ ୨୫ ବର୍ଷ ମଧ୍ୟରେ ସର୍ବାଧିକ ବୋଲି ରାଜ୍ୟ ହସ୍ତତନ୍ତ ବୟନ ଓ ହସ୍ତଶିଳ୍ପ ବିଭାଗ ମନ୍ତ୍ରୀ ପଦ୍ମିନୀ ଦିଆନ କହିଛନ୍ତି। ଶୁକ୍ରବାର ଜନତା ମଇଦାନରେ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ କାର୍ଯ୍ୟକ୍ରମରେ ମନ୍ତ୍ରୀ ମୁଖ୍ୟଅତିଥି ଭାବେ ଯୋଗଦେଇ କୃତୀ ଶିଳ୍ପୀମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ସମ୍ମାନିତ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ କହିଛନ୍ତି, ୧୯୬୭ରୁ ୨୦୧୭ ପର୍ଯ୍ୟନ୍ତ ଆମ ରାଜ୍ୟର ହସ୍ତଶିଳ୍ପୀମାନେ ସମୁଦାୟ ୧୬୫ଟି ଜାତୀୟ ହସ୍ତଶିଳ୍ପ ପୁରସ୍କାର ଓ ଜାତୀୟ ମେରିଟ୍‌ ସାର୍ଟିଫିକେଟ୍‌ ପାଇଛନ୍ତି। ଏହାଛଡ଼ା ଓଡ଼ିଶାରୁ ୧୧ ଶିଳ୍ପଗୁରୁ, ୩ ପଦ୍ମଶ୍ରୀ ଓ ଜଣେ ପଦ୍ମ ବିଭୂଷଣ ପାଇବାର କୃତିତ୍ୱ ହାସଲ କରିଛନ୍ତି ବୋଲି ମନ୍ତ୍ରୀ ଉଲ୍ଲେଖ କରିଛନ୍ତି। ସୂଚନାଯୋଗ୍ୟ, ଆସନ୍ତା ୧୬ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀରେ ୧୦୪ ଷ୍ଟଲ୍‌ ନିର୍ମାଣ କରାଯାଇଛି। ଓଡ଼ିଶା ସରକାରଙ୍କ ଦ୍ୱାରା ଅନୁମୋଦିତ ୫୦ ହସ୍ତଶିଳ୍ପ ମଧ୍ୟରୁ ପ୍ରାୟ ୨୮ ହସ୍ତଶିଳ୍ପକୁ ନେଇ ୨୩ ଜିଲାର କାରିଗରମାନେ ପ୍ରଦର୍ଶନୀରେ ଭାଗ ନେଇଛନ୍ତି। ଉତ୍ସବରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସ୍ବତନ୍ତ୍ର ସଚିବ ଶ୍ରୀକାନ୍ତ ପୃଷ୍ଟି, ହସ୍ତଶିଳ୍ପ ଓ କୁଟୀର ଶିଳ୍ପ ନିର୍ଦ୍ଦେଶକ, ବି. କେ. ଦାଶ, ବିଭାଗୀୟ ଅତିରିକ୍ତ ସଚିବ ବୃନ୍ଦାବନ ବେହେରା, ବିଭାଗୀୟ ଯୁଗ୍ମ ସଚିବ ଅଞ୍ଜନା ପଣ୍ଡା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ଖୋଳିବାରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?