୨୦୧୮-୧୯ ଆର୍ଥିକ ବର୍ଷ : ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ୪୨୭ କୋଟି ସେସ୍‌ ସଂଗୃହୀତ

ଭୁବନେଶ୍ୱର,୨୨।୮(ବ୍ୟୁରୋ)- ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ୨୦୧୮-୧୯ ଆର୍ଥିକ ବର୍ଷରେ ୪୨୭ କୋଟି ଟଙ୍କାର ସେସ୍‌ ସଂଗୃହୀତ କରାଯାଇଛି, ଯାହାକି ବିଗତ ବର୍ଷଗୁଡ଼ିକ ତୁଳନାରେ ସର୍ବାଧିକ। କଲ୍ୟାଣ ବୋର୍ଡର ଅଦ୍ୟାବଧି ମୋଟ ୧୯୨୦ କୋଟି ଟଙ୍କା ସେସ୍‌ ସଂଗୃହୀତ ହୋଇଛି । ସେହିପରି ଏ ପର୍ଯ୍ୟନ୍ତ ୧୪୦୮ କୋଟି ଟଙ୍କା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ବିଭିନ୍ନ କଲ୍ୟାଣମୁଖୀ ଯୋଜନାରେ ପ୍ରଦାନ କରାଯାଇଥିବା ଜଣାପଡିଛି। ଅନୁରୂପ ଭାବେ ଚଳିତ ବର୍ଷ ସେସ୍‌ ଆଦାୟକୁ ବିଭାଗ ତରଫରୁ ଗୁରୁତ୍ୱ ପ୍ରଦାନ କରାଯାଇଛି। ଶ୍ରମ ବିଭାଗ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀମାନଙ୍କୁ ନେଇ କରିଥିବା ଏକ ସମୀକ୍ଷା ବୈଠକରୁ ଏହା ଜଣାପଡିଛି।
ନିର୍ମାଣ ଶ୍ରମିକ ପଞ୍ଜୀକରଣ ପ୍ରକ୍ରିୟାରେ ଅଧିକ ସ୍ବଚ୍ଛତା ଆଣିବା ଲକ୍ଷ୍ୟରେ କାର୍ଯ୍ୟସ୍ଥଳରେ ଶ୍ରମିକମାନଙ୍କ ନିକଟରେ ପହଞ୍ଚତ୍ ପଞ୍ଜୀକରଣ କରିବା ଉପରେ ମଧ୍ୟ ଗୁରୁତ୍ୱାରୋପ କରାଯାଇଛି। ଖିଲାପି ସଂସ୍ଥା ଓ ବ୍ୟକ୍ତିବିଶେଷ ସେମାନଙ୍କ ଦେୟ ଠିକଣା ସମୟରେ ପ୍ରଦାନ କରିବାକୁ ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଓଡ଼ିଶାର ଅଣସଙ୍ଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ନିର୍ମାଣ ଶ୍ରମିକମାନଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗ ଅଧୀନରେ ଓଡ଼ିଶା କୋଠାବାଡ଼ି ଏବଂ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ସ୍ଥାପନ କରାଯାଇ ଏକ ରାଜ୍ୟସ୍ତରୀୟ କଲ୍ୟାଣ ପାଣ୍ଠି ଗଠନ କରାଯାଇଛି।
କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ସେସ୍‌ ଆଇନ ଅନୁଯାୟୀ ରାଜ୍ୟ ସରକାର
୨୦୦୮ ଡିସେମ୍ବରରେ ବିଜ୍ଞପ୍ତି ଜାରି କରିଥିଲେ। ତଦନୁଯାୟୀ ରାଜ୍ୟର ପ୍ରତ୍ୟେକ ନିର୍ମାଣ ସଂସ୍ଥାଠାରୁ ନିର୍ମାଣ ପ୍ରକଳ୍ପର ମୋଟ ଖର୍ଚ୍ଚ (ଜମିର ମୂଲ୍ୟ ଓ କର୍ମଚାରୀ କ୍ଷତିପୂରଣ ଆଇନରେ ମିଳୁଥିବା କ୍ଷତିପୂରଣ ବ୍ୟତୀତ)ର ଏକ ପ୍ରତିଶତ ସେସ୍‌ ବାବଦ ଦେୟ ଓଡ଼ିଶା କୋଠାବାଡ଼ି ଓ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ପାଣ୍ଠିରେ ପଇଠ କରିବା ଜରୁରୀ। ମାତ୍ର ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟକ୍ତିଗତ ବାସଗୃହ ନିର୍ମାଣ କ୍ଷେତ୍ରରେ ଏହି ଏକ ପ୍ରତିଶତ ସେସ୍‌ ଆଦାୟକୁ ବାଦ ଦିଆଯାଇଛି। କଲ୍ୟାଣ ବୋର୍ଡ ତରଫରୁ ପଞ୍ଜୀକୃତ ହିତାଧିକାରୀମାନଙ୍କୁ ସହାୟତା ପ୍ରଦାନ ନିମନ୍ତେ ଏହି ପାଣ୍ଠିରୁ ଅର୍ଥ ବ୍ୟବସ୍ଥା କରାଯାଉଛି। ଶ୍ରମ ବିଭାଗରେ ପ୍ରଯୁକ୍ତି ବିଦ୍ୟା ଉପଯୋଗ ଉପରେ ମଧ୍ୟ ଗୁରୁତ୍ୱାରୋପ କରାଯାଇଛି। ଏପରିକି ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ତରଫରୁ ବର୍ତ୍ତମାନ ମାଲିକ କର୍ତ୍ତୃପକ୍ଷଙ୍କଠାରୁ ସିଧାସଳଖ ସେସ୍‌ ପାଇବା ନିମନ୍ତେ ଷ୍ଟେଟ୍‌ ବ୍ୟାଙ୍କର ଏସ୍‌ବି କଲେକ୍ଟକୁ ଉପଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଏହି ୫ଟି ରାଶିକୁ ଲାଗିପାରେ ବଡ଼ ଆର୍ଥିକ ଝଟ୍‌କା, ରହିବାକୁ ହେବ ସାବଧାନ!

ଜ୍ୟୋତିଷୀୟ ସଂଯୋଗ ଏବଂ ଗ୍ରହମାନଙ୍କ ଚଳନ ଯୋଗୁ ଅନେକ ରାଶିର ବ୍ୟକ୍ତିଙ୍କ ଜୀବନ ଉପରେ ଏହାର ବଡ଼ ପ୍ରଭାବ ପଡ଼ିବାକୁ ଯାଉଛି। ଏହି ଗ୍ରହ ସ୍ଥିତି ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri