Posted inଖେଳ

୨୦୧୮-୧୯ ଘରୋଇ ସେସନ: ୬,୪୭୧ଜଣ ଖେଳିଲେ ୨,୦୦୦ ମ୍ୟାଚ୍‌

ନୂଆଦିଲ୍ଲୀ,୧ା୫ (ପି.ଟି.)- ୨୦୧୮-୧୯ ଭାରତୀୟ ଘରୋଇ କ୍ରିକେଟ ସେସନ ଐତିହାସିକ ଥିଲା। ଏଥିରେ ମୋଟ ୨,୦୦୦ରୁ ଉର୍ଦ୍ଧ୍ୱ ମ୍ୟାଚ୍‌ ଖେଳାଯାଇଥିଲା। ୨୩ ବର୍ଷରୁ କମ୍‌ ମହିଳା ଚ୍ୟାଲେଞ୍ଜର ଟ୍ରଫି ଫାଇନାଲ ସହ ଏହି ଘରୋଇ ସେସନର ସମାପ୍ତି ଘଟିଥିଲା। ତେବେ ମେ ୧୨ ତାରିଖରେ ଚଳିତ ଆଇପିଏଲ୍‌ର ଫାଇନାଲ ମ୍ୟାଚ୍‌ ସମ୍ପନ୍ନ ହେବା ସହ  ଭାରତୀୟ ଘରୋଇ କ୍ରିକେଟ ସେସନର ଆନୁଷ୍ଠାନିକ ପରିସମାପ୍ତି ହେବ। ଏହି ସେସନରେ ଭାରତୀୟ କ୍ରିକେଟରେ ବହୁ କିଛି ପ୍ରଥମ ଘଟଣା ଦେଖିବାକୁ ମିଳିଛି।  ପ୍ରଥମଥର ପାଇଁ ଭାରତୀୟ ଘରୋଇ କ୍ରିକେଟରେ ୨୦୨୪ଟି ମ୍ୟାଚ୍‌ ଖେଳାଯାଇଛି। ୩୭ଟି ଦଳ ୩,୪୪୪ ଦିନ କ୍ରିକେଟ ଖେଳିଛନ୍ତି। ତେବେ ୨୦୧୭- ୧୮ ସେସନରେ ୧୦୩୨ଟି ମ୍ୟାଚ୍‌ ଖେଳାଯାଇଥିଲା ଓ ଏଥିରେ ୨୮ଟି ଦଳ ଅଂଶଗ୍ରହଣ କରିଥିଲେ। ୧୮୯୨.୫ ଦିନ କ୍ରିକେଟ ଖେଳାଯାଇଥିଲା।

ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଅନୁସାରେ କୁଶଳ କାର୍ଯ୍ୟସୂଚୀ ନିର୍ଦ୍ଧାରଣ କରାଯିବା ଯୋଗୁ ଏପରି ସମ୍ଭବ ହୋଇପାରିଛି।  ସବୁଦୃଷ୍ଟିକୁ ବିଚାର କରାଯାଇ କାର୍ଯ୍ୟସୂଚୀ ସ୍ଥିରୀକୃତ ହୋଇଛି। ପୂର୍ବାପେକ୍ଷା ମ୍ୟାଚ୍‌ ଦିବସରେ ୮୧ ପ୍ରତିଶତ ବୃଦ୍ଧି ହୋଇଛି ବୋଲି କୁହାଯାଇଛି। ସାରା ସେସନରେ ୧୩୦୧୫ ଖେଳାଳିଙ୍କ ପଞ୍ଜୀକରଣ ହୋଇଥିଲା। ତେବେ ଏହି ସେସନରେ ୬୪୭୧ଜଣ ଖେଳାଳି ଅଂଶଗ୍ରହଣ କରିବାର ସୁଯୋଗ ପାଇଥିଲେ। ଦେଶବ୍ୟପୀ ୧୦୦ଟି ସହରରେ ସିନିୟର ଓ ବିଭିନ୍ନ ବୟସ ବର୍ଗର ମ୍ୟାଚ୍‌ ଖେଳାଯାଇଥିଲା। ବିସିସିଆଇ ୧୭୦ ଜଣ ଭିଡିଓ ଆନାଲିଷ୍ଟଙ୍କୁ କାମରେ ଲଗାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

“ଦୋସା ଇଡ୍‌ଲି ସାମ୍ବର ଚଟଣି” ଗୀତକୁ ନେଇ CSK-RCB ମଧ୍ୟରେ ବିବାଦ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: : ଚଳିତ IPL ୨୦୨୬ ସିଜିନ ସମୟରେ ଚେନ୍ନାଇ ସୁପର କିଙ୍ଗସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ନୂତନ ବିବାଦ ଦେଖାଦେଇଛି। ଚେନ୍ନାଇ…

ମୁଁ ୧୦୦ ପ୍ରତିଶତ ଫିଟ୍‌ ନାହିଁ: ଚାଞ୍ଚଲ୍ୟକର ଖୁଲାସା କଲେ କୋହଲି

ନୂଆଦିଲ୍ଲୀ,୧୭।୪: ୨୦୨୬ ଆଇପିଏଲ ସିଜିନରେ ବିରାଟ କୋହଲିଙ୍କ ବ୍ୟାଟିଂ ସଫଳ ହୋଇଛି। ତାଙ୍କ ବ୍ୟାଟିଂକୁ ବହୁତ ପ୍ରଶଂସା ମିଳୁଥିଲେ ମଧ୍ୟ ତାଙ୍କ ଫିଟନେସକୁ ମଧ୍ୟ ସମାନ ଭାବରେ…

ପଡ଼ିଆ ମଝିରେ ହାର୍ଦ୍ଦିକ ପାଣ୍ଡ୍ୟା- ବୁମ୍‌ରାଙ୍କ ମଧ୍ୟରେ ହେଲା ଭୟଙ୍କର ଝଗଡ଼ା! କାରଣ ଜାଣିଲେ…

ନୂଆଦିଲ୍ଲୀ,୧୭।୪: IPL ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏପର୍ଯ୍ୟନ୍ତ କିଛି ଭଲ ଚାଲିନାହିଁ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଦଳ ଲଗାତାର ଚାରୋଟି ମ୍ୟାଚ ହାରିଛି। ବିଶ୍ୱର ସବୁଠାରୁ…

ମୁମ୍ୱାଇକୁ ହରାଇଲା ପଞ୍ଜାବ

ମୁମ୍ୱାଇ,୧୬ା୪: ପ୍ରଭସିମରନ ସିଂ ଓ ଅଧିନାୟକ ଶ୍ରେୟସ ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ…

ଡି’ କକ୍‌ଙ୍କ ଅପରାଜିତ ଶତକ

ମୁମ୍ୱାଇ,୧୬ା୪: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ପରସ୍ପରକୁ ଭେଟିଛନ୍ତି। କ୍ୱିଣ୍ଟନ ଡି’ କକ୍‌ଙ୍କ ଅପରାଜିତ ଶତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri