Posted inଫୁରସତ

୨୦୧୯ ଚନ୍ଦ୍ରଗ୍ରହଣ: ଭୁଲରେ କରନ୍ତୁ ନାହିଁ ଏହିସବୁ କାମ

ଆଷାଢ଼ ପୂର୍ଣ୍ଣିମା ବା ଗୁରୁପୂର୍ଣ୍ଣିମା ମଙ୍ଗଳବାର ବିଳମ୍ବିତ ରାତିରେ ଆଂଶିକ ଚନ୍ଦ୍ରଗ୍ରହଣ ସଂଗଠିତ ହେବ। ଏହା ୟୁରୋପ, ଏସିଆ, ଅଷ୍ଟ୍ରେଲିଆ, ଆଫ୍ରିକା, ଦକ୍ଷିଣ ଆମେରିକା ଆଦି ମହାଦେଶର ଅନେକ ଅଞ୍ଚଳ ସହ ଭାରତର ସମସ୍ତ ସ୍ଥାନରେ ଦୃଶ୍ୟମାନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ପୁରୀକୁ ଭାରତୀୟ ସମୟ ଅନୁସାରେ ମଙ୍ଗଳବାର ରାତ୍ରି ୧୨ଟା ୧୪ରେ ଚନ୍ଦ୍ରକାନ୍ତି ମାଲିନ୍ୟାରମ୍ଭ ହେବାକୁ ଥିବାବେଳେ ରାତ୍ରି ୧ଟା ୩୨ରେ ଆଂଶିକ ଗ୍ରହଣ ସ୍ପର୍ଶ, ୩ଟା ୧ରେ ଗ୍ରହଣ ମଧ୍ୟ, ୪ଟା ୩୦ରେ ସର୍ବମୋକ୍ଷ ଓ ନିଶାନ୍ତ ୫ଟା ୪୮ରେ ଚନ୍ଦ୍ରକାନ୍ତିମାଲିନ୍ୟ ଶେଷ ହେବ। ତେବେ ଗ୍ରହଣ ଲାଗିବା ସମୟରେ ଭୁଲରେବି ଏହିସବୁ କାମ କରନ୍ତୁ ନାହିଁ ।

– ଘରେ ଖାଦ୍ୟ ପ୍ରସ୍ତୁତ କରିବା ଓ ଏହାକୁ ଖାଇବା ସ୍ବାସ୍ଥ୍ୟପକ୍ଷେ କ୍ଷତିକାରକ।

– ଏହି ସମୟରେ ମୁଣ୍ଡରେ ତେଲ ଲଗାଇବା ଅନୁଚିତ।

– ଗ୍ରହଣ ସମୟରେ ଖାଇବା ଦ୍ୱାରା ଖାଦ୍ୟ ପେଟରେ ବିଷ ହୋଇ ଯାଇଥାଏ।

– ଚନ୍ଦ୍ରଗ୍ରହଣ ସମୟରେ ବାୟୁମଣ୍ଡଳରେ ବ୍ୟାକ୍ଟେରିଆ ଓ ସଂକ୍ରମଣର ପ୍ରକୋପ ବହୁ ମାତ୍ରାରେ ବଢ଼ିଥାଏ। ଖାଇବା ବେଳେ ଏହା ଅଧିକ ସଂକ୍ରମଣ ହେବାର ଆଶଙ୍କା ରହିଥାଏ।

– କୌଣସି ଶୁଭ କାର୍ଯ୍ୟ ଆରମ୍ଭ କରିବା ଅନୁଚିତ।

କ’ଣ କରିବା ଉଚିତ
– ଫଳ ଖାଇପାରିବେ। କାରଣ ଏଥିରେ କୌଣସି ପରିବର୍ତ୍ତନ ହୋଇ ନ ଥାଏ ।

ପବିତ୍ର ନଦୀରେ ସ୍ନାନ କରିପାରିବେ ।

– ଘରେ ରଖାଯାଇଥିବା ପାଣିରେ କୁଶ ପକାଇଲେ ପାଣି ଦୂଷିତ ହୋଇ ନ ଥାଏ ।

– ପ୍ରାର୍ଥନା, ଜପ ଓ ତପ କରିବା ଭଲ।

-ଗ୍ରହଣ ସମାପ୍ତ ହେବା ପରେ ଚନ୍ଦ୍ରଙ୍କ ପୂର୍ବାବସ୍ଥା ଦେଖି ଖାଇବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri