Posted inଜାତୀୟ

୨୦୧୯ରେ ଭାରତରେ ୪ହଜାର ଶହେ ୯୬ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ: ୯ ହଜାର ୩ ଶହ କୋଟି କ୍ଷତି

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୧।୧: ଗତ ୨୦୧୯ ବର୍ଷରେ ପୃଥିବୀର ୨୧ଟି ଦେଶରେ ମୋଟ ୧୮ ହଜାର ୨ ଶହ ୨୫ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ ରହିଥିଲା। ସେଥିମଧ୍ୟରୁ ୧୧ ହଜାର ୮ ଶହ ୫୭ ଘଣ୍ଟା ଇଣ୍ଟରନେଟ୍‌ ଉପରେ କଟକଣା ଜାରି ହୋଇଥିଲା। ସେହିପରି ସୋସିଆଲ ମିଡ଼ିଆ ଉପରେ ୬ ହଜାର ୩ ଶହ ୬୮ ଘଣ୍ଟା ପ୍ରତିବନ୍ଧକ ଜାରି ହୋଇଥିଲା। ଇଣ୍ଟରନେଟ୍‌ ସେବା ବନ୍ଦ ଦ୍ୱାରା ୫୭ ହଜାର ୩ଶହ ୨୪ କୋଟି ଟଙ୍କାର କ୍ଷତି ହୋଇଥିଲା। ଏନେଇ ବିପିଏନ୍‌ ଓ୍ବେବସାଇଟ୍‌ ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ତାଲିକାରରେ ମ୍ୟାନ୍‌ମାରରେ ସର୍ବାଧିକ ୪ ହଜାର ୮ଶହ ୮୦ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ ରହିଥିବା ଦର୍ଶାଯାଇଛି। ଏହା ଯୋଗୁ ୫ଶହ ୩୫ କୋଟି ଟଙ୍କା କ୍ଷତି ହୋଇଥିଲା। ଏହି ତାଲିକାରେ ଦ୍ୱିତୀୟ ସ୍ଥାନରେ ଚାଦ୍‌ ରହିଛି। ଏଠାରେ ୨୦୧୯ରେ ୪ ହଜାର ୭ଶହ ୨୮ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ ରହିଥିଲା। ସେବା ବନ୍ଦ ଦ୍ୱାରା ୯ଶହ କୋଟିର କ୍ଷତି ହୋଇଥିଲା। ତାଲିକାର ତୃତୀୟ ସ୍ଥାନରେ ଭାରତ ରହିଛି। ଭାରତରେ ମୋଟ ୪ ହଜାର ଶହେ ୯୬ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ ରହିଥିଲା। ସେଥିମଧ୍ୟରୁ କେବଳ ଜମ୍ମୁ-କଶ୍ମୀରରେ ୩ ହଜାର ୬ ଶହ ୯୨ ଘଣ୍ଟା ଇଣ୍ଟରନେଟ୍‌ ବନ୍ଦ ରହିଥିଲା। ଏହାଦ୍ୱାରା ଭାରତରେ ୯ ହଜାର ୩ ଶହ କୋଟି ଟଙ୍କାର କ୍ଷତି ହୋଇଥିବା ରିପୋର୍ଟରେ ପ୍ରକାଶ ପାଇଛି। ଜମ୍ମୁ-କଶ୍ମୀରରେ ଏହା ଯୋଗୁ ୭ ହଜାର ୬ ଶହ କୋଟି ଟଙ୍କାର କ୍ଷତି ହୋଇଥିଲା। ସେହିପରି ସୁଦାନରେ ୧୫ ଶହ ୬୦ ଘଣ୍ଟା ଏବଂ କଙ୍ଗୋରେ ୪ଶହ ୫୬ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ ରହିଥିଲା। ଏହା ଦ୍ୱାରା ଯଥାକ୍ରମେ ୧୩ ହଜାର ୨ ଶହ ୯୦ କୋଟି ଏବଂ ୪ ଶହ ୩୫ କୋଟି ଟଙ୍କାର କ୍ଷତି ହୋଇଥିବା ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri