Posted inଜାତୀୟ

୨୦୨୦ ସୁଦ୍ଧା ଦେଶର ୮୪ ବିମାନ ବନ୍ଦରରେ ଲାଗିବ ବଡ଼ି ସ୍କାନର

ନୂଆଦିଲ୍ଲୀ,୨।୬: ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ଖୁବ୍‌ ଶୀଘ୍ର ବଡ଼ିସ୍କାନର ଲଗାଯିବାର ଯୋଜନା କରାଯାଇଛି। ୨୦୨୦ ସୁଦ୍ଧା ଦେଶର ୮୪ ବିମାନ ବନ୍ଦରରେ ଏହି ସୁବିଧା ଉପଲବ୍ଧ ହେବ। ସମ୍ପ୍ରତି ବିମାନ ବନ୍ଦରରେ ଥିବା ମେଟାଲିକ୍‌ ବଡ଼ିସ୍କାନର ଦ୍ୱାରା କେବଳ ଧାତବ ପଦାର୍ଥ ସମ୍ପର୍କରେ ସୂଚନା ମିଳିପାରୁଛି। ମାତ୍ର ବଡ଼ିସ୍କାନର ସହାୟତାରେ ଉଭୟ ଧାତବ ତଥା ଅଣ-ଧାତବ ପଦାର୍ଥ ସମ୍ପର୍କରେ ସୂଚନା ମିଳିପାରିବ ବୋଲି ବେସାମରିକ ବିମାନ ଚଳାଚଳ ସୁରକ୍ଷା ବ୍ୟୁରୋ ପକ୍ଷରୁ କୁହାଯାଇଛି। ଏବେ ଦେଶରେ ୧୦୫ଟି ବିମାନବନ୍ଦର ଥିବାବେଳେ ସେଥିମଧ୍ୟରୁ ୨୮ଟି ଅତି ସମ୍ବେଦନଶୀଳ ବନ୍ଦର ଭାବେ ଚିହ୍ନଟ ହୋଇଛି। ସେହିପରି ୫୬ ବନ୍ଦରକୁ ସମ୍ବେଦନଶୀଳ ଭାବେ ଚିହ୍ନଟ କରାଯାଇଛି। ସମ୍ବେଦନଶୀଳ ତଥା ଅତି ସମ୍ବେଦନଶୀଳ ବିମାନ ବନ୍ଦରରେ ମାର୍ଚ୍ଚ ୨୦୨୦ ସୁଦ୍ଧା ବଡ଼ି ସ୍କାନର ଲଗାଯିବ। ସେହିପରି ଅବଶିଷ୍ଟ ବନ୍ଦରରେ ୨୦୨୧ ମାର୍ଚ୍ଚ ସୁଦ୍ଧା ଏହି ବ୍ୟବସ୍ଥା ସ୍ଥାପିତ କରାଯିବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri