୨୦୨୦ରେ ୭.୫% ରହିବ ଜିଡିପି

ନୂଆଦିଲ୍ଲୀ,୭-୬: ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳରେ ଭାରତ ଜିଡ଼ିପି ଅଭିବୃଦ୍ଧି ହାର ଗତି ଉପରେ ଅନ୍ତରାଷ୍ଟ୍ରୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌)ର ଭରସା ରହିଛି। ଏହା ଜି-୨୦ ନୋଟ୍‌ ସର୍ଭିଲାନ୍ସ ନୋଟ୍‌ ଜାରି କରି କହିଛି ଯେ, ୨୦୧୯ରେ ଭାରତର ଜିଡ଼ିପି ହାର ୭.୩% ରହିବ। ସେହିପରି ୨୦୨୦ରେ ଏହା ଆହୁରି ବୃଦ୍ଧି ପାଇ ୭.୫%ରେ ପହଞ୍ଚତ୍ବ। ଭାରତ ବ୍ୟତୀତ ଚାଇନାର ଜିଡ଼ିପି ଚଳିତ ବର୍ଷ ୬.୩% ଏବଂ ୨୦୨୦ରେ ୬.୧ ପ୍ରତିଶତ ରହିବ ବୋଲି ନୋଟ୍‌ରେ ଅନୁମାନ କରାଯାଇଛି। ଆସନ୍ତା ୮ ଓ ୯ରେ ଜାପାନରେ ବିକଶିତ ଏବଂ ବିକାଶଶୀଳ ଦେଶଗୁଡ଼ିକୁ ନେଇ ଗଠିତ ଜି-୨୦ ଦେଶଗୁଡ଼ିକର ଅର୍ଥମନ୍ତ୍ରୀ ଏବଂ କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ନରଙ୍କ ବୈଠକ ବସିବ। ଏଥିରେ ଭାରତ ପକ୍ଷରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏବଂ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ ଯୋଗ ଦେବେ। ଏହି ବୈଠକ ପୂର୍ବରୁ ଜି-୨୦ ସର୍ଭିଲାନ୍ସ ନୋଟ୍‌ ପ୍ରସ୍ତୁତ କରାଯାଇଥାଏ। ଏହି ନୋଟ୍‌ ଜରିଆରେ ଜି-୨୦ ଦେଶଗୁଡ଼ିକ ନିଜର ତଥା ବିଶ୍ୱର ଆର୍ଥିକ ସ୍ଥିତି ସମ୍ପର୍କରେ ଆଲୋଚନା କରିଥାନ୍ତି। ସୂଚନାଥାଉ କି, ଭାରତ ସମେତ ଆର୍ଜେଣ୍ଟିନା, ବ୍ରାଜିଲ, କାନାଡା, ଚାଇନା, ୟୁରୋପୀୟ ସଂଘ, ଫ୍ରାନ୍ସ, ଜର୍ମାନୀ, ଇଣ୍ଡୋନେସିଆ, ଜାପାନ, ମେସ୍କିକୋ, ରୁଷ୍‌, ଦକ୍ଷିଣ ଆଫ୍ରିକା, ବ୍ରିଟେନ ଓ ଆମେରିକା ଜି-୨୦ରେ ସାମିଲ ରହିଛି। ଏଥିପୂର୍ବରୁ ବିଶ୍ୱ ବ୍ୟାଙ୍କ ଭାରତର ଅଭିବୃଦ୍ଧି ହାର ୭.୫% ରହିବ ବୋଲି ଆଶାବ୍ୟକ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri