୨୦୨୧ ଅଲିମ୍ପିକ୍ସ: ସ୍ଥାନ ବଜାୟ ରଖିବେ ଯୋଗ୍ୟ ଆଥଲେଟ୍‌

ପ୍ୟାରିସ୍‌, ୨୭।୩(ଏଏଫ୍‌ପି): କୋଭିଡ-୧୯ ସଂକ୍ରମଣ ଲାଗି ୨୦୨୦ ଟୋକିଓ ଅଲିମ୍ପିକ୍ପ ସ୍ଥଗିତ ରହିଛି ଓ ଗୋଟିଏ ବର୍ଷ ଘୁଞ୍ଚିଯାଇଛି। ତେବେ ଏହା ସତ୍ତ୍ୱେ ଯେଉଁ ଆଥଲେଟ୍‌ମାନେ ୨୦୨୦ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି ସେମାନେ ସ୍ଥାନ ବଜାୟ ରଖିବେ। ଅର୍ଥାତ୍‌ ୨୦୨୧ରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ସରେ ମଧ୍ୟ ଏମାନେ ଅଂଶଗ୍ରହଣ କରିବାର ସୁଯୋଗ ହାସଲ କରିବେ ବୋଲି ବିଶ୍ୱସ୍ତ ସୁତ୍ରରୁ ଜଣାଯାଇଛି। ଅଲିମ୍ପିକ୍ସରେ ୧୧,୦୦୦ ଆଥଲେଟ୍‌ ଅଂଶଗ୍ରହଣ କରିବାର ଥିଲା। ଏମାନଙ୍କ ମଧ୍ୟରୁ ୫୭ ପ୍ରତିଶତ ଆଥଲେଟ୍‌ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାକୁ ଯୋଗ୍ୟତା ହାସଲ କରିଥିଲେ। ତେଣୁ ଆସନ୍ତାବର୍ଷ ଯେତେବେଳେ ଅଲିମ୍ପିକ୍ସ ଆୟୋଜନ ହେବ ସେତେବେଳେ ଏହି ଆଥଲେଟ୍‌ମାନେ ଭାଗ ନେବା ନିଶ୍ଚିତ ବୋଲି କୁହାଯାଇଛି।
ଅନ୍ତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଓ ୩୨ଟି ଅନ୍ତର୍ଜାତୀୟ ସ୍ପୋଟର୍‌ସ ଫେଡେରେଶନ ଟେଲି କନ୍‌ଫୋରେନ୍ସ ମାଧ୍ୟମରେ ଗୁରୁବାର ଏ ସଂକ୍ରାନ୍ତରେ ସବିଶେଷ ଆଲୋଚନା କରିଥିଲେ। ଯେଉଁ ଆଥଲେଟ୍‌ମାନେ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି ସେମାନଙ୍କ କ୍ୱାଲିଫିକେଶନକୁ ସମ୍ମାନ ଦିଆଯିବ ବୋଲି ଏଥିରେ ସହମତି ପ୍ରକାଶ ପାଇଥିଲା। ଆଇଓସି ଅଧ୍ୟକ୍ଷ ଥୋମାସ ବାକ୍‌ ପ୍ରଥମେ ଅଲିମ୍ପିକ୍ସ ଘୁଞ୍ଚିବା ନେଇ ସମସ୍ତଙ୍କୁ ବୁଝାଇଥିଲେ। ଏହାପରେ ୨୦୨୦ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଥିବା ଆଥଲେଟ୍‌ ସ୍ବତଃପ୍ରବୃତ୍ତ ଭାବେ ୨୦୨୧ ପାଇଁ ଯୋଗ୍ୟ ବିବେଚିତ ହେବେ ବୋଲି ସ୍ପଷ୍ଟ କରିଥିଲେ। କେବେ ଓ କିଭଳି ଖେଳାଳିମାନେ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିବେ ସେ ନେଇ ଚର୍ଚ୍ଚା ହୋଇଥିଲା। ତେବେ କେତେକ ଫେଡେରେଶନର ଆଥଲେଟ ଅଲିମ୍ପିକ୍ସ ପାଇଁ ଏପର୍ଯ୍ୟନ୍ତ ଯୋଗ୍ୟତା ହାସଲ କରିନାହାନ୍ତି। ତେବେ ଏଥିପାଇଁ ଅତିକମ୍‌ରେ ୩ ମାସର ସମୟ ଆବଶ୍ୟକ ବୋଲି ସେ କହିଛନ୍ତି।
ଟୋକିଓ ଅଲିମ୍ପିକ୍ସ ଜୁଲାଇ ୨୪ରୁ ଆରମ୍ଭ ହୋଇ ଅଗଷ୍ଟ ୯ ତାରିଖରେ ଶେଷ ହେବାର କାର୍ଯ୍ୟକ୍ରମ ରହିଥିଲା। ତେବେ ବାକ୍‌ ଓ ଆୟୋଜକ ଦେଶ ଜାପାନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେ ଟେଲିଫୋନରେ କଥା ହେବା ପରେ ମିଳିତ ଭାବେ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ଘୁଞ୍ଚାଇବା ପାଇଁ ଐତିହାସିକ ନିଷ୍ପତ୍ତି ନେଇଥିଲେ। ସାରା ବିଶ୍ୱରେ ଶାନ୍ତି ବିରାଜମାନ ଥିବା ବେଳେ ପ୍ରଥମଥର ପାଇଁ ଅଲିମ୍ପିକ୍ସକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଥିଲା। ତେବେ ଅଲିମ୍ପିକ୍ସ ପୁଣି କେବେ ଆୟୋଜନ ହେବ ସେ ନେଇ କୌଣସି ତାରିଖ ଘୋଷଣା କରାଯାଇ ନାହିଁ। ତେବେ ୨୦୨୧ ଗ୍ରୀଷ୍ମ ପୂର୍ବରୁ ଅଲିମ୍ପିକ୍ସ ଆୟୋଜନ କରାଯିବ ବୋଲି ବାକ୍‌ କହିଛନ୍ତି।
ସାରା ବିଶ୍ୱରେ ବକ୍ସିଂ ଭଳି ଏକାଧିକ ଅଲିମ୍ପିକ କ୍ରୀଡ଼ାର କ୍ୱାଲିଫାଇଙ୍ଗ୍‌ ଟୁର୍ନାମେଣ୍ଟଗୁଡିକ ଆୟୋଜନରେ ବାଧା ସୃଷ୍ଟି ହୋଇଛି। ସେଲିଂରେ ୯୦ ପ୍ରତିଶତ ଖେଳାଳି ଯୋଗ୍ୟତା ହାସଲ କରିସାରିଛନ୍ତି। ଆଗାମୀ ୪ ସପ୍ତାହ ମଧ୍ୟରେ ୨୦୨୧ ଅଲିମ୍ପିକ୍ସର ନୂଆ ତାରିଖ ଧାର୍ଯ୍ୟ କରାଯିବ। ଅବଶ୍ୟ ବିଭିନ୍ନ ଫେଡେରେଶନ ସେମାନଙ୍କ ସୁବିଧା ଅନୁଯାୟୀ ଭିନ୍ନ ଭିନ୍ନ ତାରିଖ ନେଇ ପ୍ରସ୍ତାବ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri