୨୦୨୧ ଜନଗଣନା,ଏନ୍‌ପିଆର ସ୍ଥଗିତ ରହୁ

ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ୨୦୨୧ ଜନଗଣନା ଓ ନ୍ୟାଶନାଲ ପପୁଲେଶନ ରେଜିଷ୍ଟ୍ରାର(ଏନ୍‌ପିଆର) ଅପ୍‌ଡେଟ ପ୍ରକ୍ରିୟା ସ୍ଥଗିତ ରଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁକ୍ରବାର ଚିଠି ଲେଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଦେଶରେ ୨୦୨୧ ଜନଗଣନା ଏବଂ ଏନ୍‌ପିଆର କରିବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ସେହି ଅନୁଯାୟୀ ଓଡିଶାରେ ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଏବଂ ଗଣନା, ଜନଗଣନା ଏବଂ ବର୍ତ୍ତମାନ ଜନସଂଖ୍ୟା ପଞ୍ଜିକା ପ୍ରସ୍ତୁତ ଲାଗି ଏପ୍ରିଲ ୧ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ ସରିଛି। ଏହି ପ୍ରକ୍ରିୟାରେ ସମସ୍ତ ତଥ୍ୟ ସଂଗ୍ରହ କରିବାକୁ ଦେଶର ପ୍ରାୟ ୩୦ଲକ୍ଷ କର୍ମଚାରୀ ନିୟୋଜିତ ହେବେ। ଏଥିଲାଗି ସେହି କର୍ମଚାରୀଙ୍କୁ ପର୍ଯ୍ୟାପ୍ତ ଟ୍ରେନିଂ, ସଚେତନତା ପ୍ରଚାର ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ କରିବାକୁ କୁହାଯାଇଛି। ମାତ୍ର କରୋନା ସଂକ୍ରମଣ ଆଶଙ୍କା ଦୃଷ୍ଟିରୁ ବର୍ତ୍ତମାନ ପରିସ୍ଥିତିରେ ଜନସଂଖ୍ୟା ଗଣନା କାର୍ଯ୍ୟ କରା ନ ଯିବା ଆବଶ୍ୟକ। କରୋନା ସହ ଲଢିବାକୁ ରାଜ୍ୟ ସରକାର ଅନେକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ଜନଗଣନା କାର୍ଯ୍ୟ ଆରମ୍ଭ ହେଲେ ଏଥିରେ ସମ୍ପୃକ୍ତ କର୍ମଚାରୀ ଏବଂ ଜନସାଧାରଣଙ୍କ ସ୍ବାସ୍ଥ୍ୟ ପ୍ରତି ଗୁରୁତର ବିପଦ ସୃଷ୍ଟି ହେବ। ଲୋକଙ୍କ ବୃହତ୍‌ ସ୍ବାର୍ଥ ଦୃଷ୍ଟିରୁ ବର୍ତ୍ତମାନ ଦେଶରେ ଉକ୍ତ କାର୍ଯ୍ୟକ୍ରମ ବନ୍ଦ କରାଯାଉ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri