୨୦୨୧ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବା ଲକ୍ଷ୍ୟ: ଚାଇନିଜ୍‌, ରଷିଆନ୍‌ ଭାଷା ଶିଖିବେ ଟୁର୍‌ ଅପରେଟର୍‌; ଭୁବନେଶ୍ୱରରେ ବିମାନ ସଂଖ୍ୟା ବଢ଼ାଇବ ସ୍ପାଇସ୍‌ଜେଟ୍‌

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ୨୦୨୧ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ପର୍ଯ୍ୟଟନ ଶିଳ୍ପରେ ହେଉଥିବା ପୁଞ୍ଜି ବିନିଯୋଗକୁ ଦୃଷ୍ଟିରେ ରଖି ସେହି ଅନୁଯାୟୀ ଦେଶ, ବିଦେଶରୁ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି କରିବାକୁ ରାଜ୍ୟ ପର୍ଯ୍ୟଟନ ବିଭାଗର ଲକ୍ଷ୍ୟ ରହିଛି। ୨୦୧୬-୧୭ରେ ଓଡ଼ିଶାକୁ ମୋଟ ୧,୩୧,୯୦,୨୨୪ ପର୍ଯ୍ୟଟକ ଆସିଥିବାବେଳେ ୨୦୧୭-୧୮ରେ ୧,୪୩,୬୪,୫୪୧ ଏବଂ ୨୦୧୮-୧୯ରେ ମୋଟ ୧,୫୬,୨୩,୨୫୦ ପର୍ଯ୍ୟଟକ ଓଡ଼ିଶା ଆସିଥିଲେ। ଏହି ସଂଖ୍ୟାକୁ ବୃଦ୍ଧି କରି ୨୦୨୧ ସୁଦ୍ଧା ୨କୋଟି ୫୦ଲକ୍ଷରେ ପହଞ୍ଚାଇବା ସହ ଓଡ଼ିଶାକୁ ଦେଶର ଶ୍ରେଷ୍ଠ ୩ ଟୁରିଷ୍ଟ୍‌ ଡେଷ୍ଟିନେଶନରେ ପରିଣତ କରିବାକୁ ଟାର୍ଗେଟ ରଖାଯାଇଥିବା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କହିଛନ୍ତି।
କର୍ନାଟକ ମଡେଲ ଭଳି ଓଡ଼ିଶାରେ ପର୍ଯ୍ୟଟନ ବିଭାଗ ଏବଂ ଜଙ୍ଗଲ ଓ ପରିବେଶ ବିଭାଗ ଏକାଠି ହୋଇ ପରିବେଶ ପର୍ଯ୍ୟଟନ ବିକାଶ ଦିଗରେ କାର୍ଯ୍ୟ କରୁଥିବାବେଳେ କମ୍ୟୁନିଟି ଇନ୍‌ଭଲଭମେଣ୍ଟ ଉପରେ ଗୁରୁତ୍ୱ ଦିଆଯାଉଛି। ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ରାଜ୍ୟରେ ଖୁବ୍‌ଶୀଘ୍ର ୮ ଟୁରିଷ୍ଟ ପୋଲିସ ସେଲ୍‌ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି। ଟ୍ରାଭେଲ ଓ ଟୁର୍‌ ଗାଇଡ୍‌ମାନଙ୍କୁ ପୂର୍ବରୁ ଫ୍ରେଞ୍ଚ୍‌, ସ୍ପାନିସ୍‌ ଭଳି ଭାଷା ଶିଖାଯାଉଥିବାବେଳେ ଏବେ ଚାଇନିଜ୍‌ ଏବଂ ରଷିଆନ୍‌ ଭାଷାରେ ମଧ୍ୟ ଶିକ୍ଷା ଦେବାକୁ ସ୍ଥିର ହୋଇଥିବା ବିଭାଗୀୟ ସଚିବ ବିଶାଲ ଦେବ ସୂଚନା ଦେଇଛନ୍ତି। ଏହାଛଡ଼ା ଓଲା ଏବଂ ଉବର୍‌ ଡ୍ରାଇଭରମାନଙ୍କ ପାଇଁ ମଧ୍ୟ ବିଭାଗ ପକ୍ଷରୁ ସ୍ବତନ୍ତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ପର୍ଯ୍ୟଟନ ବ୍ରାଣ୍ଡିଂ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଥିବାବେଳେ ଦିଲ୍ଲୀ, ବମ୍ବେ ଓ କୋଲକାତା ବିମାନ ବନ୍ଦରରେ ବିଜ୍ଞାପନ ମାଧ୍ୟମରେ ଓଡ଼ିଶା ପର୍ଯ୍ୟଟନର ପ୍ରଚାର ପ୍ରସାର କରାଯାଉଛି। ଖୁବ୍‌ଶୀଘ୍ର ହାଇଦ୍ରାବାଦ, ଚେନ୍ନାଇ ଓ ବାଙ୍ଗାଲୁରୁ ବିମାନବନ୍ଦରରେ ଓଡ଼ିଶା ଟୁରିଜମ୍‌ର ବ୍ରାଣ୍ଡିଂ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ସେହିଭଳି ଭୁବନେଶ୍ୱର ବିମାନବନ୍ଦରରୁ ବିଭିନ୍ନ ଅଞ୍ଚଳକୁ ସିଧାସଳଖ ବିମାନ ସେବା ଯୋଗାଇ ଦିଆଯିବା ଉପରେ ଗୁରୁତ୍ୱ ଦିଆଯାଉଛି। ଆଗାମୀ ଦିନରେ ସ୍ପାଇସ୍‌ଜେଟ୍‌ ଭୁବନେଶ୍ୱରରୁ ଅଧିକ ବିମାନ ଚଳାଚଳ କରିବ ବୋଲି ସଚିବ ସୂଚନା ଦେଇଛନ୍ତି। ଓଡ଼ିଶାକୁ ସ୍ପୋର୍ଟସ କ୍ୟାପିଟାଲରେ ପରିଣତ କରିବା ପରେ ଏବେ ଟୁରିଜମ୍‌ କ୍ୟାପିଟାଲରେ ପରିଣତ କରିବାକୁ ଲକ୍ଷ୍ୟ ରଖାଯାଇଥିବା ଉଭୟ ମନ୍ତ୍ରୀ ଓ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ରୋକିବା ପାଇଁ ୪ଟି ସର୍ତ୍ତ ଜାରି କଲେ ଟ୍ରମ୍ପ, ବଡ଼ ଧମକ ଦେଇ କହିଲେ- ଇରାନ ନ ମାନିଲେ…

ନୂଆଦିଲ୍ଲୀ,୨୨।୫: ମଧ୍ୟପ୍ରାଚ୍ୟ ଆଉ ଏକ ଯୁଦ୍ଧର ଆଶଙ୍କାରେ ପଡ଼ିପାରେ। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ବିପଦରେ ପଡ଼ିଛି, ଏବଂ ପୁଣି ଥରେ ଯୁଦ୍ଧ ଆରମ୍ଭ ହୋଇପାରେ।…

୨ ପୁଅକୁ ବଞ୍ଚାଇବାକୁ ଯାଇ ନଦୀରେ ବୁଡିଯାଇଥିଲେ ବ୍ୟକ୍ତି, ଜାଲ ପକାଇ ମୃତଦେହକୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ନନ୍ଦପୁର/ ପାଡୁଆ, ୨୨।୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ପାନ୍ଥଲୁଙ୍ଗ ପଞ୍ଚାୟତ ଦେଇ ପ୍ରବାହିତ ମାଛକୁଣ୍ଡ ନଦୀର ଶୋଭାପୁଟ…

ଆସୁଛି ଲଘୁଚାପ, ଏହି ଦିନଠୁ ପ୍ରବଳ ବର୍ଷିବ

ଭୁବନେଶ୍ବର,୨୨ା୫: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…

୨୩ରେ ସମ୍ମାନିତ ହେବେ ୯୦%ରୁ ଅଧିକ ମାର୍କ ରଖିଥିବା ୮୪ ଛାତ୍ରୀଛାତ୍ର, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ…

ଭବାନୀପାଟଣା,୨୨।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରଗତି ଅନୁଷ୍ଠାନ ପକ୍ଷରୁ ଆସନ୍ତା ୨୩ ତାରିଖ ଶନିବାର ଭବାନୀପାଟଣା ଟାଉନ ହଲରେ ଭବ୍ୟ ସମ୍ବର୍ଦ୍ଧନା ସଭା ମେଧା…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri