Posted inଖେଳ

୨୦୨୧ରେ ହୋଇପାରେ ୧୯ ବର୍ଷରୁ କମ୍‌ ମହିଳା ବିଶ୍ୱକପ୍‌

ନୂଆଦିଲ୍ଲୀ,୨୦।୨- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ପୁରୁଷ ଇଭେଣ୍ଟ ବହୁ ଲୋକପ୍ରିୟତା ଓ ସଫଳତା ହାସଲ କରିଛି। ଏବେ ଆଇସିସି ସମାନ ବୟସ ବର୍ଗରେ ମହିଳା ବିଶ୍ୱକପ୍‌ ଆୟୋଜନ କରିବାକୁ ଲକ୍ଷ୍ୟ ରଖିଛି। ଏହା ଯୁବା ମହିଳା କ୍ରିକେଟରଙ୍କ ପାଇଁ ଶୁଭ ଖବର। ଏହି ଇଭେଣ୍ଟ ଆୟୋଜନ ପାଇଁ ବିଡ୍‌ ଦାଖଲ ପ୍ରକ୍ରିୟା ଆରମ୍ଭ କରିବାକୁ ଯାଉଛି ଆଇସିସି। ଏହା ଆଗାମୀ ବର୍ଷଠାରୁ ଆରମ୍ଭ କରିବା ନେଇ ଯୋଜନା ରହିଛି। ଆଗାମୀ ଫ୍ୟୁଚର ଟୁର ପ୍ରୋଗ୍ରାମ (ଏଫ୍‌ଟିପି)ରେ ୨୦୨୩ରୁ ୩୧ ମଧ୍ୟରେ ଆଇସିସି ତା’ର ପୁରୁଷ ଇଭେଣ୍ଟ ସଂଖ୍ୟା ବୃଦ୍ଧି କରୁଥିବାବେଳେ ମହିଳା କ୍ରିକେଟଙ୍କ କଥା ଭୁଲି ଯାଇନାହିଁ। ଗତ ବୋର୍ଡ ବୈଠକରେ ଆଇସିସି ୨୦୨୩ରୁ ୩୧ ମଧ୍ୟରେ ୪ଟି ୧୯ ବର୍ଷରୁ କମ୍‌ ମହିଳା ବିଶ୍ୱକପ୍‌ ଇଭେଣ୍ଟକୁ ମଞ୍ଜୁରୀ ଦେଇଛି। କିନ୍ତୁ ଏହାକୁ ୨୦୨୧ ସୁଦ୍ଧା ଆରମ୍ଭ କରିବାକୁ ପଡ଼ିବ ବୋଲି ଆଇସିସି ସୂତ୍ରରୁ ଜଣାପଡ଼ିଛି। ୧୯ ବର୍ଷରୁ କମ୍‌ ମହିଳା ବିଶ୍ୱକପ୍‌ ଦ୍ୱାରା ମହିଳାଙ୍କୁ ପୁରୁଷଙ୍କ ଭଳି ସମାନ ସୁଯୋଗ ପ୍ରଦାନ କରାଯାଇପାରିବ। ତେବେ ଇଭେଣ୍ଟଟି କେଉଁ ଫର୍ମାଟରେ ଖେଳାଯିବ, ତାହା ଏପର୍ଯ୍ୟନ୍ତ ଧାର୍ଯ୍ୟ ହୋଇନାହିଁ। ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ୱକପ୍‌ ୫୦ ଓଭରିଆ ଫର୍ମାଟରେ ଖେଳାଯାଉଥିବାବେଳେ ମହିଳାଙ୍କ ଇଭେଣ୍ଟ ଟି୨୦ ଫର୍ମାଟରେ ଖେଳାଯାଇପାରେ। ଏହା ଦ୍ୱାରା ଅଧିକରୁ ଅଧିକ ଦଳ ଏଥିରେ ଅଂଶଗ୍ରହଣ କରିପାରିବେ। ଏବେ ପ୍ରାୟ ଦେଶରେ ଯୁବା ମହିଳା କ୍ରିକେଟରଙ୍କ ପାଇଁ ଭଲ ବ୍ୟବସ୍ଥା ନାହିଁ। ଆଇସିସି ଫୁଲ ସଦସ୍ୟଙ୍କ ବ୍ୟତୀତ ଆସୋସିଏଟ୍‌ ଦେଶମାନେ ଏହି ଇଭେଣ୍ଟରେ ଭାଗନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri