Posted inଖେଳ

୨୦୨୨ ଜୁଲାଇ ୧୫ରୁ ବିଶ୍ୱ ଆଥଲେଟିକ୍ସ

୨୦୨୧ରେ ହେବାକୁଥିବା ବିଶ୍ୱ ଆଥଲେଟିକ୍‌ ଚାମ୍ପିୟନଶିପ୍‌ ୨୦୨୨ ଜୁଲାଇ ୧୫ରୁ ୨୨ ପର୍ଯ୍ୟନ୍ତ ଆମେରିକାର ଅର୍ଗାନସ୍ଥିତ ଇଉଜେନିଠାରେ ଅନୁଷ୍ଠିତ ହେବ। ବର୍ମିଂହାମଠାରେ ହେବାକୁଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ା ସହିତ ସମ୍ଭାବ୍ୟ ସମୟକୁ ଏଡ଼ାଇବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ବିଶ୍ୱରେ କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ଟୋକିଓ ଅଲିମ୍ପିକ୍ସକୁ ୨୦୨୧କୁ ଘୁଞ୍ଚାଇ ଦିଆଯାଇଛି। ଫଳରେ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌କୁ ଗତମାସରେ ୨୦୨୨କୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନିଆଯାଇଥିଲା।”ୱାଲର୍‌ଡ ଆଥଲେଟିକ୍ସ କାଉନସିଲ ନୂଆ ତାରିଖକୁ ଅନୁମୋଦନ କରିଛି। ୨୦୨୨ ଜୁଲାଇ-ଅଗଷ୍ଟରେ ହେବାକୁଥିବା ଅନ୍ୟ ୨ ବଡ଼ ଚାମ୍ପିୟନଶିପ୍‌ ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା, ମ୍ୟୁନିକ୍‌ ମଲ୍ଟି ସ୍ପୋଟର୍‌ସ ୟୁରୋପିଆନ ଚାମ୍ପିିୟନଶିପ୍‌ର ଆୟୋଜକ ଏବଂ ସ୍ପୋଟର୍‌ସ ଷ୍ଟେକ୍‌ହୋଲ୍ଡରଙ୍କ ସହିତ ବ୍ୟାପକ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି“ ବୋଲି ୱାଲର୍‌ଡ ଆଥଲେଟିକ୍ସ ପକ୍ଷରୁ ପ୍ରକାଶ କରାଯାଇଛି। ଆଥଲେଟ୍‌ମାନେ ଯେପରି ବିଶ୍ୱର ସମସ୍ତ ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇପାରିବେ ତାକୁ ଧ୍ୟାନରେ ରଖାଯାଇଛି ବୋଲି କୁହା ଯାଇଛି। ପ୍ରକାଶ ଯୋଗ୍ୟ ଯେ, ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ପ୍ରକୃତରେ ୨୦୨୧ ଅଗଷ୍ଟ ୬ରୁ ୧୫ ପର୍ଯ୍ୟନ୍ତ ହେବାର ଥିଲା। ମାତ୍ର ଟୋକିଓ ଅଲିମ୍ପିକ୍ସ ଆୟୋଜକମାନେ କ୍ରୀଡ଼ା ମହାକୁମ୍ଭକୁ ୨୦୨୧ ଜୁଲାଇ ୨୩ରୁ ଅଗଷ୍ଟ ୮କୁ ଧାର୍ଯ୍ୟ କରିବାପରେ ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ନୂଆ ତାରିଖ ସମ୍ପର୍କରେ ଚିନ୍ତା କରାଯାଇଥିଲା। ୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଇଂଲଣ୍ଡର ବର୍ମିଂହାମଠାରେ ଜୁଲାଇ ୨୭ରୁ ଅଗଷ୍ଟ ୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ୟୁରୋପିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ମ୍ୟୁନିକ୍‌ରେ ସେହିବର୍ଷ ଅଗଷ୍ଟ ୧୧ରୁ ୨୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

‘ମୋର ଶେଷ ବିଶ୍ୱକପ…’, କ୍ରିକେଟରୁ ବିଦାୟ ନେବା ନେଇ ଭାବପ୍ରବଣ ବୟାନ ଦେଲେ ବିରାଟ କୋହଲି, ପ୍ରଶଂସକ ଜାଣିଲେ…

ନୂଆଦିଲ୍ଲୀ,୨୬।୯: ବିରାଟ କୋହଲି ନିଜେ ଘୋଷଣା କରିଛନ୍ତି ଯେ ୨୦୨୭ ODI ବିଶ୍ୱକପ ତାଙ୍କର ଶେଷ ବିଶ୍ୱକପ ଟୁର୍ଣ୍ଣାମେଣ୍ଟ ହେବ। ୨୦୧୧ ବିଶ୍ୱକପ ବିଜୟୀ ଦଳର ସଦସ୍ୟ…

ଗିଲଙ୍କ କ୍ୟାପଟେନ୍ସି ଉପରେ କୋହଲିଙ୍କ ବଡ଼ କଥା, ଭବିଷ୍ୟତକୁ ନେଇ କହିଲେ…

ନୂଆଦିଲ୍ଲୀ,୨୬।୯: ରୋହିତ ଶର୍ମାଙ୍କ ପରେ ଶୁଭମନ ଗିଲଙ୍କୁ ଭାରତର ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ କରାଯାଇଛି। ତାଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ଆସନ୍ତା ୨୭ ସେପ୍ଟେମ୍ବର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?