୨୦୨୨ ଯାଏ ଜାରି ରହିପାରେ ସାମାଜିକ ଦୂରତ୍ୱ

ଓ୍ବାଶିଂଟନ,୧୭ା୪: କରୋନା ଭାଇରସ୍‌ ସଂକ୍ରମଣ ରୋକିବା ପାଇଁ ଅଦ୍ୟାବଧି ବିଶ୍ୱର କୌଣସି ରାଷ୍ଟ୍ର ଭାକ୍‌ସିନ ପ୍ରସ୍ତୁତ କରିପାରି ନାହାନ୍ତି। ସାମାଜିକ ଦୂରତ୍ୱ ବା ସୋସିଆଲ ଡିଷ୍ଟାନ୍ସିଂ ହିଁ ଏହି ଘାତକ ମହାମାରୀରୁ ମୁକ୍ତି ପାଇଁ ଏକମାତ୍ର ଔଷଧ ବୋଲି ବିବେଚନା କରାଯାଉଛି। ତେବେ ସୋସିଆଲ୍‌ ଡିଷ୍ଟାନ୍ସିଂ ଅବଲମ୍ବନ ଲାଗି କେବଳ ଗୋଟିଏ ଥର ଲକ୍‌ଡାଉନ୍‌ କରିଦେଲେ ଏହି ଭୂତାଣୁ ନିୟନ୍ତ୍ରଣକୁ ଆସିବ ନାହିଁ। ବର୍ଷ ବର୍ଷ ଧରି ମଝିରେ ମଝିରେ ଏହି ଉପାୟକୁ ଆପଣାଇବାକୁ ପଡ଼ିବ। ଅନ୍ତତଃ ୨୦୨୨ ପର୍ଯ୍ୟନ୍ତ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ପଡ଼ିବ ବୋଲି ବୈଜ୍ଞାନିକମାନେ ଚେତାଇ ଦେଇଛନ୍ତି।
ଜର୍ନାଲ ସାଇନ୍ସରେ ପ୍ରକାଶିତ ନିବନ୍ଧ ଅନୁସାରେ ଥରେ ଲକ୍‌ଡାଉନ୍‌ କରିଦେବା ଫଳରେ ମହାମାରୀ କରୋନା ନିୟନ୍ତ୍ରଣକୁ ଆସିବ ନାହିଁ। କଟକଣା ନିରନ୍ତର ଲାଗି ନ ରହିଲେ ଏହାର ଅତିରିକ୍ତ ବୃଦ୍ଧି ବର୍ତ୍ତମାନଠାରୁ ଆହୁରି ଭୟଙ୍କର ହୋଇପାରେ। ଏପରି କି ଭାକ୍‌ସିନ ନ ବାହାରିଲେ ଅଥବା ପ୍ରଭାବଶାଳୀ ଚିକିତ୍ସା କରା ନ ଗଲେ ୨୦୨୫ ପର୍ଯ୍ୟନ୍ତ କରୋନା ଭାଇରସ୍‌ ପୁଣି ମୁଣ୍ଡ ଟେକିପାରେ ବୋଲି ହାଭାର୍ଡ ୟୁନିଭର୍ସିଟିର ଏପିଡେମିଓଲୋଜି ପ୍ରଫେସର ମାର୍କ ଲିପ୍‌ଷ୍ଟିକ୍‌ ସତର୍କ କରାଇଦେଇଛନ୍ତି। ବିଶ୍ୱବିଦ୍ୟାଳୟର ମହାମାରୀ ବିଜ୍ଞାନ ଆନୁକୂଲ୍ୟରେ ଅଧ୍ୟୟନର ନେତୃତ୍ୱ ନେଇଥିବା ଲିପ୍‌ଷ୍ଟିକ୍‌ କହିଛନ୍ତି, ସଂକ୍ରମଣ ମୁଖ୍ୟତଃ ଦୁଇ ପ୍ରକାର ଲୋକଙ୍କଠାରୁ ବଢ଼ିଥାଏ। ଗୋଟିଏ ହେଲା ସଂକ୍ରମିତ ଓ ଅନ୍ୟଟି ଅତି ସମ୍ବେଦନଶୀଳ ବ୍ୟକ୍ତିଙ୍କଠାରୁ। ଯଦି ପର୍ଯ୍ୟାପ୍ତ ପରିମାଣର ପ୍ରତିଷେଧକ ଉପଲବ୍ଧ ନ ଥିବ ତେବେ ବହୁସଂଖ୍ୟକ ଲୋକଙ୍କ ଜୀବନ ବିପଦ ମଧ୍ୟକୁ ଠେଲି ହୋଇଯିବା ଆଶଙ୍କା ରହିଛି। ୨୦୨୦ ଗ୍ରୀଷ୍ମରେ ଏହି ଭୂତାଣୁ ସଂକ୍ରମଣ ହ୍ରାସ ପାଇବ ବୋଲି ପୂର୍ବରୁ ଯାହା ଅନୁମାନ କରାଯାଉଥିଲା ତାହା ସମ୍ପୂର୍ଣ୍ଣ ଭାବେ ଭୁଲ ପ୍ରମାଣିତ ହୋଇଛି ବୋଲି ଲିପ୍‌ଷ୍ଟିକ୍‌ କହିଛନ୍ତି। ତାଙ୍କର ଏହି ରିପୋର୍ଟ ଆମେରିକା ସରକାରଙ୍କ ସାଇଣ୍ଟିଫିକ୍‌ ଆଡ୍‌ଭାଇଜରି ଗ୍ରୁପ୍‌ ଫର୍‌ ଏମର୍ଜେନ୍ସି (ସେଜ୍‌) ପକ୍ଷରୁ ଉନ୍ମୋଚିତ ହୋଇଛି। ହାଭାର୍ଡ ଟି.ଏଚ୍‌. ଚାନ୍‌ ସ୍କୁଲ୍‌ ଅଫ୍‌ ପବ୍ଲିକ୍‌ ହେଲ୍‌ଥର ଗବେଷକମାନେ ମଧ୍ୟ ଅନୁରୂପ ମତବ୍ୟକ୍ତ କରି ବିଶ୍ୱବାସୀଙ୍କୁ ସତର୍କ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri