୨୦୨୨ ସୁଦ୍ଧା ବାଘ ସଂଖ୍ୟା ଦୁଇଗୁଣା ଯୋଜନା

ଭଞ୍ଜନଗର,୩୦।୭(ଡି.ଏନ.ଏ.)-ସୋମବାର ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ସ୍ଥାନୀୟ ଲାଲସିଂ ନର୍ସରୀ ପରିସରରେ ୫ମ ଆର୍ନ୍ତଜାତିକ ବାଘ ଦିବସ ପାଳିତ ହୋଇଯାଇଛି। ପୃଥିବୀର ୧୩ ଦେଶରେ ମହାବଳ ବାଘ ଦେଖା ଦିଅନ୍ତି। ବାଘ ସଂଖ୍ୟା କମିବା ଦ୍ୱାରା ଖାଦ୍ୟ ଶୃଙ୍ଖଳ ଓ ଜୌବ ବିବିଧତା ନଷ୍ଟ ହେଉଛି। ତେଣୁ ୨୦୧୦ ଜୁଲାଇ ୨୯ରୁ ବାଘର ସୁରକ୍ଷା ନେଇ ଆନ୍ତର୍ଜାତିକ ବାଘ ଦିବସ ପାଳନ ହେଉଛି। ୨୦୨୨ ସୁଦ୍ଧା ପୃଥିବୀରେ ବାଘ ସଂଖ୍ୟା ଦୁଇଗୁଣା କରିବା ଏହାର ଲକ୍ଷ୍ୟ। ବର୍ତ୍ତମାନ ପୃଥିବୀରେ ୩୯୦୦ ମହାବଳ ବାଘ ଥିବାବେଳେ ସେଥିମଧ୍ୟରୁ ଭାରତରେ ୨୯୬୭ଟି ଅଛି। ଓଡ଼ିଶାରେ ୨୮ ମହାବଳ ବାଘ ଅଛି। ପ୍ରତି ୪ ବର୍ଷରେ ବାଘ ଗଣନା ହେଉଛି। ୨୦୧୮ରେ ହୋଇଥିତ୍ବା ବାଘ ଗଣନା ରିପୋର୍ଟ ଆଜି ପ୍ରକାଶ ପାଇଛି। ସେଥିରେ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ୧୨ କଲରା ପତରିଆ ବାଘ ଥିବା ଜଣାପଡ଼ିଛି। ମହାବଳ ବାଘ ନାହିଁ। ବାଘର ସୁରକ୍ଷା କରିବାକୁ ହେଲେ ଶିକାର ରୋକିବା ସହ ସଚେତନତା ଜରୁରୀ। ଘଞ୍ଚ ଜଙ୍ଗଲ ସୃଷ୍ଟି ଓ ଶିକାର ରୋକାଗଲେ ବାଘ ସଂଖ୍ୟା ବୃଦ୍ଧି ପାଇପାରିବ। ଆୟୋଜିତ ବୈଠକରେ ଯୋଗଦେଇ ବକ୍ତାମାନେ ତାହା ମତବ୍ୟକ୍ତ କରିଥିଲେ। ଏସିଏଫ୍‌ ସୁଦର୍ଶନ ବାଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠତ ସଭାରେ ଡ଼ିଏଫ୍‌ଓ ଅକ୍ଷୟ କୁମାର ଦଳେଇ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏସିଏଫ୍‌ ଏମ୍‌. ମାଧବୀଲତା, ଅବସରପାପ୍ତ କଲେଜ ଅଧ୍ୟକ୍ଷ କୃତିବାସ ବିଶ୍ୱାଳ, ଡ. ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ଅବସରପ୍ରାପ୍ତ ରେଞ୍ଜର ଅନୁପମ ବାନାର୍ଜି, ସୁରେଶ ସ୍ବାଇଁ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗ ଦେଇ ବାଘ ସଂଖ୍ୟା ବୃଦ୍ଧି କିଭଳି ହେବ ସେନେଇ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

ମଦ ଦୋକାନକୁ ନେଇ ଅସନ୍ତୋଷ:  ବିରୋଧ, ରାସ୍ତାରୋକୋ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନମ୍ବର-୧ର ନିଗମାନନ୍ଦ ବିହାର ଛକ ନିକଟରେ ବିଦେଶୀ ମଦ ଦୋକାନ ଖୋଲିବାକୁ ନେଇ ଅସନ୍ତୋଷ ତେଜି ଉଠିଛି।…

ଜଗାଦର୍ଶନ ସାରି ଫେରୁଥିବାବେଳେ ଅଘଟଣ: କଣ୍ଟେନର ପଛପଟୁ ଧକ୍କା ଦେଲା ମିନିବସ୍‌

ବାଲେଶ୍ୱର/ବସ୍ତା, ୮।୭( ହରିଶଙ୍କର ପାଢ଼ୀ/ବାଞ୍ଛାନିଧି ଦେ) : ବସ୍ତା ଥାନା ଅର୍ନ୍ତଗତ ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟ କୁଣ୍ଡପୂର ଛକ ନିକଟରେ ବଡ଼…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri