ପ୍ୟାରିସ୍,୩୧।୩ (ଏଏଫ୍ପି)- କରୋନା ଭାଇରସ ସଂକ୍ରମଣ ସାରା ବିଶ୍ୱକ୍ରୀଡ଼ାକୁ ପ୍ରଭାବିତ କରିଛି। ଟୋକିଓ ଅଲିମ୍ପିକ୍ସ ଗୋଟିଏ ବର୍ଷ ଘୁଞ୍ଚିଯିବା ପରେ ଅନୁରୂପ ଭାବେ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍କୁ ମଧ୍ୟ ଘୁଞ୍ଚାଇ ଦିଆଯାଇଛି। ଆମେରିକାର ଅରେଗନ ରାଜ୍ୟସ୍ଥିତ ୟୁଗେନେରେ ୨୦୨୧ରେ ଆୟୋଜନ ହେବାକୁ ଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍କୁ ୨୦୨୨କୁ ଘୁଞ୍ଚାଇ ଦିଆଯାଇଛି।
୨୦୨୦ ଟୋକିଓ ଅଲିମ୍ପିକ୍ସ କରୋନା ଭାଇରସ ସଂକ୍ରମଣ କାରଣରୁ ସ୍ଥଗିତ ରଖାଯାଇଥିଲା। ଏବେ ଏହି ମେଗା ଇଭେଣ୍ଟ ୨୦୨୧ ଜୁଲାଇ ୨୩ ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୮ ତାରିଖରେ ଶେଷ ହେବ। ସେହି ଅନୁସାରେ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍କୁ ଆୟୋଜକମାନେ ମଧ୍ୟ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଚାମ୍ପିୟନଶିପ୍ ୨୦୨୧ ଅଗଷ୍ଟ ୬ରୁ ଆରମ୍ଭ ହୋଇ ୧୫ ତାରିଖରେ ଶେଷ ହେବାର କାର୍ଯ୍ୟକ୍ରମ ଥିଲା। ଅଲିମ୍ପିକ୍ସ ପାଇଁ ଏହି ଚାମ୍ପିୟନଶିପ୍ ନିର୍ଦ୍ଧାରିତ ସମୟରେ ଆୟୋଜନ ହେବା ଅସମ୍ଭବ ହୋଇ ପଡିଛି।
ଅଲିମ୍ପିକ୍ସର ନୂଆ ତାରିଖ ଘୋଷଣା ନେଇ ଆମେ ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି (ଆଇଓସି) ଓ ଜାପାନ ଆୟୋଜକମାନଙ୍କୁ ସମର୍ଥନ କରୁଛୁ ବୋଲି ଓ୍ବାଲର୍ଡ ଆଥଲେଟିକ୍ସ କହିଛି। ଅଲିମ୍ପିକ୍ସ ଘୁଞ୍ଚିବା ଦ୍ୱାରା ଆଥଲେଟମାନେ ସମୟ ପାଇବେ ଓ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିବାକୁ ଟ୍ରେନିଂର ସୁଯୋଗ ମଧ୍ୟ ହାସଲ କରିବେ। ଓ୍ବାଲର୍ଡ ଆଥଲେଟିକ ଚାମ୍ପିୟନଶିପ୍ର ନୂଆ ତାରିଖ ନେଇ କାର୍ଯ୍ୟ କରୁଛୁ ଓ ଆୟୋଜକମାନଙ୍କ ସହ ଅଲୋଚନା କରୁଛୁ। ତେବେ ଏଥିପାଇଁ ସମସ୍ତେ ବୁଝାମଣା କରିବା କିଛି ତ୍ୟାଗ କରିବା ଆବଶ୍ୟକ ବୋଲି ଓ୍ବାଲର୍ଡ ଆଥଲେଟିକ୍ସ ତରଫରୁ କୁହାଯାଇଛି।
ଅନ୍ୟପଟେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ବର୍ମିଂହାମରେ ୨୦୨୨ ଜୁଲାଇ ୨୭ରୁ ଅଗଷ୍ଟ ୭ ତାରିଖ ମଧ୍ୟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ତେଣୁ ନୂଆ ତାରିଖ ଧାର୍ଯ୍ୟ କରିବା ପୂର୍ବରୁ ଆମେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଫେଡେରେଶନ ଓ ଆୟୋଜକଙ୍କ ସହ ଆଲୋଚନା କରୁଛୁ ବୋଲି ଓ୍ବାଲର୍ଡ ଆଥଲେଟିକ୍ସ ତରଫରୁ କୁହାଯାଇଛି। କେବଳ ସେତିକି ନୁହଁ ୨୦୨୨ ୟୁରୋପିଆ ଆଥଲେଟିକ୍ସ ଚାମ୍ପିୟନଶିପ୍ ଆୟୋଜକଙ୍କ ସହିତ ଆଲୋଚନା ଜାରି ରହିଛି। ଏହି ଇଭେଣ୍ଟ ମ୍ୟୁନିକ୍ରେ ଅଗଷ୍ଟ ୧୧ରୁ ଆରମ୍ଭ ହୋଇ ୨୧ ତାରିଖରେ ଶେଷ ହେବ। ଚଳିତ ବର୍ଷ ୟୁରୋପିଆନ ଚାମ୍ପିୟନଶିପ୍ ପ୍ୟାରିସ୍ରେ ଅଗଷ୍ଟ ୨୬ରୁ ୩୦ ତାରିଖ ମଧ୍ୟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ଏହି ଇଭେଣ୍ଟକୁ ସ୍ଥଗିତ ରଖିବା ପାଇଁ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନଆଯାଇନାହିଁ।
Posted inHome, Home Left, କରୋନା ଭାଇରସ୍, ଖେଳ View All
ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍
ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍ଯାପିତ ହୋଇଯାଇଛି...
ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍ ଆସିଲା ଭାଲୁ : ପରେ…
ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...
ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା
କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...
ସଙ୍କଟରେ ପକ୍ଷୀକୁଳ
ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...
ଉଦ୍ଦେଶ୍ୟ ଓ ଉଦାସୀନତା
ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...
କାଠଗଡ଼ାକୁ ଯିବେ ରହମାନ୍ ଡକୈତ
ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...
ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ
ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...
ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି
ଭୁବନେଶ୍ୱର,୨୮ା୧୨(ସୁନିତ୍ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...
Archives


