Posted inଖେଳ

୨୦୨୪ ଟି୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଉଗାଣ୍ଡା

ନୂଆଦିଲ୍ଲୀ,୩୦।୧୧: ଆଗାମୀ ଆଇସିସି ଟି୨୦ ବିଶ୍ୱକପ୍ ୨୦୨୪ ମସିହାରେ ଜୁନ୍ ମାସରେ ଆୟୋଜିତ ହେବ। ୱେଷ୍ଟଇଣ୍ଡିଜ୍ ଏବଂ ଆମେରିକା ଏହି ମେଗା ଇଭେଣ୍ଟ ଆୟୋଜନ କରୁଛନ୍ତି। ଏହି ଟୁର୍ଣ୍ଣାମେଣ୍ଟ ପାଇଁ ଆଫ୍ରିକୀୟ ଦେଶ ଉଗାଣ୍ଡା ଶେଷ ଦଳ ଭାବରେ ଯୋଗ୍ୟତା ଅର୍ଜନ କରିଛି। ଆଗାମି ଟି୨୦ ବିଶ୍ୱକପରେ ସମୁଦାୟ ୨୦ ଟି ଦଳ ଅଂଶଗ୍ରହଣ କରିବେ।

ଆଫ୍ରିକା ମହାଦେଶରୁ ଦୁଇଟି ଦଳ ଆଇସିସି ପୁରୁଷ ଟି -୨୦ ବିଶ୍ୱକପ ୨୦୨୪ ପାଇଁ ଯୋଗ୍ୟତା ଅର୍ଜନ କରିବାର ଥିଲା। ଯେଉଁଥିରେ ନାମିବିଆ ପ୍ରଥମ ଦଳ ଭାବରେ ସ୍ଥାନ ପାଇଥିଲାବେଳେ ଉଗାଣ୍ଡା ଦଳ ଦ୍ୱିତୀୟ ତଥା ଶେଷ ଦଳ ଭାବରେ ଏହାର ସ୍ଥାନ ସୁରକ୍ଷିତ କରିବାରେ ସକ୍ଷମ ହୋଇଛି। ତେବେ ଜିମ୍ବାୱେ ଦଳ ମଧ୍ୟ ଏହି ଯୋଗ୍ୟତା ପର୍ଯ୍ୟାୟରେ ଅଂଶଗ୍ରହଣ କରିଥିଲେ ମଧ୍ୟ ଦିନିକିଆ ବିଶ୍ୱକପ ପରି ଏଠାରୁ ମଧ୍ୟ ଖାଲି ହାତରେ ଫେରିଛି।

ଆଫ୍ରିକୀୟ ଅଞ୍ଚଳରୁ ଆଇସିସି ଟି -୨୦ ବିଶ୍ୱକପ ୨୦୨୪ ପାଇଁ ଖେଳାଯାଉଥିବା ଯୋଗ୍ୟତା ପର୍ଯ୍ୟାୟ ମୁକାବିଲାରେ ୭ ଦଳ ଅଂଶଗ୍ରହଣ କରିଥିଲେ। ଯେଉଁଥିରେ ନାମିବିଆର ଦଳ ପଏଣ୍ଟ ଟେବୁଲରେ ପ୍ରଥମ ସ୍ଥାନରେ ଥିବାବେଳେ ଉଗାଣ୍ଡା ଦଳ ୬ ଟି ମ୍ୟାଚରେ ପାଞ୍ଚଟି ବିଜୟ ସହ ଦ୍ୱିତୀୟ ସ୍ଥାନରେ ରହିଛି।

ପ୍ରଥମ ଥର ପାଇଁ ୱେଷ୍ଟଇଣ୍ଡିଜ୍ ଏବଂ ଆମେରିକା ଦ୍ୱାରା ଆୟୋଜିତ ହେବାକୁ ଥିବା ଟି -୨୦ ବିଶ୍ୱକପରେ ୨୦ ଟି ଦଳ ଅଂଶଗ୍ରହଣ କରିବେ। ହୋଷ୍ଟ ହୋଇଥିବାରୁ ୱେଷ୍ଟଇଣ୍ଡିଜ୍ ଏବଂ ଆମେରିକା ସେମାନଙ୍କ ସ୍ଥାନ ନିଶ୍ଚିତ କରିସାରିଛନ୍ତି। ଏହା ବ୍ୟତୀତ ଅଷ୍ଟ୍ରେଲିଆ, ଇଂଲଣ୍ଡ, ଭାରତ, ନେଦରଲ୍ୟାଣ୍ଡ, ନ୍ୟୁଜିଲ୍ୟାଣ୍ଡ, ପାକିସ୍ଥାନ, ଦକ୍ଷିଣ ଆଫ୍ରିକା, ଶ୍ରୀଲଙ୍କା, ଆଫଗାନିସ୍ତାନ, ବାଂଲାଦେଶ, ଆୟର୍ଲାଣ୍ଡ, ସ୍କଟଲ୍ୟାଣ୍ଡ, ପାପୁଆ ନ୍ୟୁ ଗିନି, କାନାଡା, ନେପାଳ, ଓମାନ, ନାମିବିଆ ଏବଂ ଉଗାଣ୍ଡା ଦଳ ଏହି ଟୁର୍ଣ୍ଣାମେଣ୍ଟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?