୨୦୨୪ ଲୋକ ସଭା ନିର୍ବାଚନକୁ ନେଇ ଏବେଠାରୁ ହେଲାଣି ଆକଳନ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହେବା ପୂର୍ବରୁ ଆମ ଆଦମୀ ପାର୍ଟି(ଏଏପି) କାର୍ଯ୍ୟାଳୟରେ ଉତ୍ସବ ପାଳନ କରାଯାଇଛି। ଏଥିରେ କର୍ମୀଙ୍କ ଉତ୍ସାହ ଦେଖିବାକୁ ମିଳିଛି। ତେବେ କାର୍ଯ୍ୟାୟଳ ବାହାରେ ଏକ ଭିନ୍ନ ଦୃଶ୍ୟ ସମସ୍ତଙ୍କ ଦୃଷ୍ଟିକୁ ଆସିଛି। ସେଠାରେ ଜଣେ ଏଏପି କର୍ମୀ ହାତରେ ଏମିତି ଏକ ବ୍ୟାନର ଧରି ଠିଆ ହୋଇଛନ୍ତି ଯାହା ଭବିଷ୍ୟତ ରାଜନୀତିକୁ ଦର୍ଶାଉଛି। ଉକ୍ତ ବ୍ୟାନରରେ ଯୁବକ ଜଣଙ୍କ ଲେଖିଛନ୍ତି ୨୦୨୪ ଲୋକ ସଭା ନିର୍ବାଚନରେ ମୋଦିଙ୍କ ବିପକ୍ଷରେ ଲଢିବେ କେଜରିଓ୍ବାଲ। ଅର୍ଥାତ୍‌ ଏବେଠାରୁ ଭବିଷ୍ୟତ ରାଜନୀତିକୁ ନେଇ ଅନୁମାନ ଲଗାଗଲାଣି ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଏଥର ଦିଲ୍ଲୀ ବିଧାନସଭା ନିର୍ବାଚନରେ ଏଏପି ଓ ଭାଜପା ମଧ୍ୟରେ କଡା ଟକ୍କର ହେଉଥିବା ବେଳେ ଏଏପି ବହୁମତଠାରୁ ଅଧିକ ଆସନରେ ଭାଜପାକୁ ପଛରରେ ପକାଇ ଆଗୁଆ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri