‘୨୦୨୪ ସୁଦ୍ଧା ପ୍ରତି ଘରେ ପହଞ୍ଚତ୍ବ ପାଇପ ଯୋଗେ ପାନୀୟଜଳ’

ପୁରୀ ଅଫିସ,୧୨ା୯: ବର୍ତ୍ତମାନ ସୁଦ୍ଧା ଭାରତର ସାଢେ ୧୮ ପ୍ରତିଶତ ପରିବାରକୁ ପାଇପ ଯୋଗେ ପାନୀୟଜଳ ପହଞ୍ଚତ୍ ପାରିଛି। ଆଗାମୀ ସାଢେ ୪ ବର୍ଷ ମଧ୍ୟରେ ଏହାକୁ ୪ ଗୁଣା ବୃଦ୍ଧି କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଏହା ନିଶ୍ଚିତ ଭାବେ ଏକ ଚ୍ୟାଲେଞ୍ଜ ହୋଇଥିଲେ ମଧ୍ୟ ୨୦୨୪ ସୁଦ୍ଧା ପ୍ରତ୍ୟେକ ଘରକୁ ପାଇପ ଯୋଗେ ପାନୀୟଜଳ ପହଞ୍ଚାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ କହିଛନ୍ତି।
ସ୍ଥାନୀୟ ମେ’ ଫେୟାର ହୋଟେଲରେ ଅନୁଷ୍ଠିତ ଦୁଇଦିନିଆ ଜଳଜୀବନ ମିଶନ କର୍ମଶାଳାର ଗୁରୁବାର ଉଦ୍‌ଯାପନୀ ଦିବସରେ କେନ୍ଦ୍ରମନ୍ତ୍ରୀ ସିଂ ଏବଂ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପାନୀୟଜଳ ଯୋଗାଣ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇଥିଲେ। ଗଣମାଧ୍ୟମକୁ କେନ୍ଦ୍ରମନ୍ତ୍ରୀ ଶେଖାୱତ କହିଥିଲେ, ପ୍ରତ୍ୟେକ ବ୍ୟକ୍ତିଙ୍କ ଜୀବନ ଧାରଣର ମାନ ଉନ୍ନତ କରିବା ଲାଗି କେନ୍ଦ୍ର ସରକାର ଉଦ୍ୟମ ଚଳାଇଛନ୍ତି। ପ୍ରତି ଗଁାକୁ ସଡ଼କ, ବିଦ୍ୟୁତ୍‌ ଯୋଗାଣ ସହ ପ୍ରତ୍ୟେକ ପରିବାରକୁ ଘର, ଶୌଚାଳୟ, ଗ୍ୟାସ୍‌ ଆଦି ସୁବିଧା ଯୋଗାଇଦେବା କାର୍ଯ୍ୟ ଜାରି ରହିଛି। ତେବେ ସବୁଠୁ ଅଧିକ ଜରୁରୀ ଆବଶ୍ୟକତା ହେଉଛି ପାନୀୟଜଳ। ପ୍ରତ୍ୟେକ ପରିବାରକୁ ପାଇପ ଯୋଗେ ପାନୀୟଜଳ ପହଞ୍ଚାଇବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରିବା ଅବସରରେ ଜଳଜୀବନ ମିଶନ ଘୋଷଣା କରିଥିଲେ। ଏହାକୁ କିପରି ସୁନିଶ୍ଚିତ କରାଯିବ ସେଥିଲାଗି କାର୍ଯ୍ୟ ଆରମ୍ଭ ହୋଇଛି। ପାରମ୍ପରିକ ଭୂତଳ ଜଳର ସଂରକ୍ଷଣ ଓ ରିଚାର୍ଜ, ବର୍ଷାଜଳ ସଂରକ୍ଷଣ ଓ ପରିଚାଳନା, ବନୀକରଣ ଏବଂ ପାରମ୍ପରିକ ଜଳ ଉତ୍ସର ପୁନରୁଦ୍ଧାର ଉପରେ କେନ୍ଦ୍ର ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଏ ସବୁ ପ୍ରତି ଧ୍ୟାନ ଦେଲେ ପ୍ରତ୍ୟେକ ପରିବାର ପାଖରେ ସ୍ବଚ୍ଛ ପାନୀୟ ଜଳ ଉପଲବ୍ଧ ହୋଇପାରିବ ବୋଲି କେନ୍ଦ୍ରମନ୍ତ୍ରୀ ଶେଖାୱତ ମତ ରଖିଥିଲେ।
ପୁରୀଠାରେ ଅନୁଷ୍ଠିତ ଜଳ ଜୀବନ ମିଶନର ପୂର୍ବାଞ୍ଚଳ କର୍ମଶାଳାରେ ଓଡ଼ିଶା ସମେତ ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ରାଜସ୍ଥାନ, ଆଣ୍ଡାମାନ ଏବଂ ନିକୋବର ସରକାରଙ୍କ ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀଙ୍କ ସମେତ ସାମାଜିକ କର୍ମୀ ଏବଂ ଅନ୍ୟ ଅଂଶୀଦାରମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri