୨୦୨୪ ସୁଦ୍ଧା ୧୦୦ ନୂଆ ବିମାନ ବନ୍ଦର; ଯାତ୍ରା କରିବ ୧୫୦ରୁ ଅଧିକ ଟ୍ରେନ୍‌

ନୂଆଦିଲ୍ଲୀ,୧।୨: ଚଳିତ ବର୍ଷର ବଜେଟ୍‌ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତା ରମଣ ଉପସ୍ଥାପନ କରିଛନ୍ତି। ପରିବହନ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସରକାର ବହୁ ଯୋଜନା ଉପରେ ଗୁରୁତ୍ୱାରୋପ କରିଛନ୍ତି। ୨୦୨୪ ସୁଦ୍ଧା ଦେଶରେ ୧୦୦ ନୂଆ ବିମାନ ବନ୍ଦର ନର୍ମାଣ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ସେହିପରି ୧୫୦ରୁ ଅଧିକ ଟ୍ରେନ୍‌ ଚଳାଚଳ କରିବ ବୋଲି ଅର୍ଥମନ୍ତ୍ରୀ ସୂଚନା ଦେଇଛନ୍ତି। ବଡ଼ ସହର ମଧ୍ୟରେ ଯୋଗାଯୋଗ ବୃଦ୍ଧି ପାଇଁ ତେଜସ୍‌ ଭଳି ଟ୍ରେନ୍‌ ଚଳାଚଳ ଉପରେ ବଜେଟରେ ଗୁରୁତ୍ୱାରୋପ କରାଯାଇଛି। ସେହିପରି ୫ଟି ନୂଆ ସ୍ମାର୍ଟ ସିଟି ନିର୍ମାଣ କରାଯିବ। ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଯୁବବର୍ଗଙ୍କୁ ନୂତନ ନିଯୁକ୍ତି ଯୋଗାଇ ଦିଆଯିବ। ଦେଶରେ ୨୫୦୦ କିମି ଏକ୍ସପ୍ରେସ୍‌ ଓ୍ବେ, ୯୦୦୦ କିମି ଇକୋନୋମିକ୍‌ କରିଡର, ୨୦୦୦ କିମିର ଷ୍ଟ୍ରାଟେଜିକ୍‌ ହାଇଓ୍ବେ ନିର୍ମାଣ କରାଯିବାର ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଦିଲ୍ଲୀ-ମୁମ୍ବାଇ ଏବଂ ଚେନ୍ନାଇ ବେଙ୍ଗାଲୁରୁ ଏକ୍ସପ୍ରେସ୍‌ ଓ୍ବେର ନିର୍ମାଣ ଶୀଘ୍ର ସମ୍ପନ୍ନ ହେବ ବୋଲି ଅର୍ଥମନ୍ତ୍ରୀ ସୂଚନା ଦେଇଛନ୍ତି। ଦେଶର ସମସ୍ତ ଜିଲାରେ ଏକ୍ସପୋର୍ଟ ଜୋନ୍‌ ସ୍ଥାପନ କରିବାକୁ କେନ୍ଦ୍ରୀୟ ବଜେଟରେ ଯୋଜନା ରହିଛି। ଏହାଦ୍ୱାରା ଛୋଟ ଏବଂ ମଧ୍ୟମ ବର୍ଗର ବ୍ୟବସାୟୀ ଉପକୃତ ହୋଇପାରିବେ। ଏଥି ପାଇଁ ୨୭,୦୦୦ କୋଟିର ବ୍ୟୟ ଅଟକଳ ପ୍ରସ୍ତୁତ କରାଯାଇଛି। ସେହିପରି ରାଷ୍ଟ୍ରୀୟ ଗ୍ୟାସ୍‌ ଗ୍ରୀଡ୍‌କୁ ୧୬,୨୦୦ କିମିରୁ ବୃଦ୍ଧି କରାଯାଇ ୨୭ ହଜାର କିମି କରାଯିବାର ଯୋଜନା ରହିଛି। ଜଳ ବିକାଶ ମାର୍ଗକୁ ବୃଦ୍ଧି କରାଯିବାର ଯୋଜନା ବଜେଟରେ ରହିଛି। ଏଥିପାଇଁ ଲକ୍ଷେ ୭୦ ହଜାର କୋଟି ଟଙ୍କାର ବ୍ୟୟ ଅଟକଳ ପ୍ରସ୍ତୁତ କରାଯାଇଥିବା ଅର୍ଥମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri