୨୦୩୦ ସୁଦ୍ଧା ଏଚ୍‌ଆଇଭି ମୁକ୍ତ ଓଡ଼ିଶା

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ଜନସାଧାରଣଙ୍କୁ ଏଚ୍‌ଆଇଭି ତଥା ଏଡ୍‌ସ ବିଷୟରେ ଅଧିକ ସଚେତନ କରିବାକୁ ଓଡ଼ିଶା ରାଜ୍ୟ ଏଡ୍‌ସ ନିୟନ୍ତ୍ରଣ ସମିତି (ଓସାକ୍ସ) ଦ୍ୱାରା ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ୨୦୩୦ ସୁଦ୍ଧା ଏଚ୍‌ଆଇଭି ସଂକ୍ରମଣର ମୂଳୋତ୍ପାଟନ କରି ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ ରହିଛି। ୭୧ତମ ସାଧାରଣତନ୍ତ୍ର ଦିବସ ଅବସରରେ ଲୋକଙ୍କୁ ସଚେତନ କରିବା ଲାଗି ରାଜ୍ୟସ୍ତରୀୟ ପରେଡ୍‌ ପ୍ରଜ୍ଞାପନ ମେଢ଼ରେ ଓସାକ୍ସ ବିଭିନ୍ନ ସଚେତନଧର୍ମୀ ବାର୍ତ୍ତା ଦେଇଛି। ଏହାସହ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଆଦିବାସୀ ମେଳା ୨୦୨୦ରେ ଓସାକ୍ସ ପକ୍ଷରୁ ଏକ ସ୍ବତନ୍ତ୍ର ଷ୍ଟଲ୍‌ ଖୋଲାଯାଇଛି। ଷ୍ଟଲ୍‌କୁ ଓସାକ୍ସ ପ୍ରକଳ୍ପ ନିର୍ଦ୍ଦେଶକ ଗୁହା ପୁନମ୍‌ ତାପସ କୁମାର ଏବଂ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାନ ନିର୍ଦ୍ଦେଶାଳୟ (ଏସ୍‌ଆଇଏଚ୍‌ ଆଣ୍ଡ୍‌ ଏଫ୍‌ଡବ୍ଲ୍ୟୁ) ନିର୍ଦ୍ଦେଶକ ଡ. ସରୋଜକାନ୍ତ ନାୟକ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ଗୁହା ପୁନମ୍‌ କୁମାର କହିଥିଲେ, ସାରା ଦେଶରେ ଓଡ଼ିଶା ଅତ୍ୟଧିକ ଆଶଙ୍କା ପ୍ରବଣ ରାଜ୍ୟ ଭାବେ ପରିଗଣିତ ହେଉ ନ ଥିଲେ ମଧ୍ୟ ଦିନକୁ ଦିନ ଏଚ୍‌ଆଇଭି ସଂକ୍ରମଣ ବ୍ୟାପିବାରେ ଲାଗିଛି। ରାଜ୍ୟରେ ସଂକ୍ରମିତମାନେ ଅଧିକାଂଶ ପ୍ରବାସୀ ଓଡ଼ିଆ ହୋଇଥିବାବେଳେ ତାଙ୍କ ପରିବାର ପରବର୍ତ୍ତୀ ସମୟରେ ସଂକ୍ରମଣର ଶିକାର ହେଉଛନ୍ତି। ବିନା ମୂଲ୍ୟରେ ଉପଲବ୍ଧ ସ୍ବାସ୍ଥ୍ୟସେବା ଏବଂ ସଚେତନତା କାର୍ଯ୍ୟକ୍ରମ ଦ୍ୱାରା ଏଚ୍‌ଆଇଭି ସଂକ୍ରମଣକୁ ନିୟନ୍ତ୍ରଣାଧୀନ କରାଯାଇପାରିବ। ଦୀର୍ଘଦିନ ଧରି ସୁସ୍ଥ ଜୀବନଯାପନ ପାଇଁ ଏଆର୍‌ଟି ଔଷଧ ସେବନ କରିବାକୁ ସେ କହିଥିଲେ। ସେ ଆହୁରି କହିଥିଲେ, ଓଡ଼ିଶାରେ ଏଚ୍‌ଆଇଭି ସଂକ୍ରମିତ ବ୍ୟକ୍ତିଙ୍କ ପ୍ରତି ଘୃଣା ଓ ଭେଦଭାବ ବହୁ ପରିମାଣରେ ଦୂର ହୋଇଛି। ବିଭିନ୍ନ ସାମାଜିକ ସଂଗଠନ ଏବଂ ଜନସାଧାରଣଙ୍କ ସକାରାତ୍ମକ ମନୋଭାବ ଯୋଗୁ ଏହା ସମ୍ଭବ ହୋଇପାରିଛି। ସମସ୍ତଙ୍କ ସମ୍ମାନର ସହ ବଞ୍ଚିବାର ମୌଳିକ ଅଧିକାର ରହିଛି। ଏହାକୁ ଉପଲବ୍ଧି କରି ସମସ୍ତେ ଏକାଠି ହୋଇ ୨୦୩୦ ସୁଦ୍ଧା ଏଚ୍‌ଆଇଭି ମୁକ୍ତ ଓଡ଼ିଶା ଗଠନ କରିବାକୁ ସେ ଆହ୍ବାନ ଦେଇଥିଲେ। ଏହି ଅବସରରେ ଲୋକନୃତ୍ୟ ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ମଝି ଆକାଶରେ ଗାଏବ ହେଲା ଆମେରିକାର ୧୬୦୦ କୋଟିର ଡ୍ରୋନ! ରହସ୍ୟମୟ ଭାବରେ ହର୍ମୁଜ ଉପରେ ହୋଇଗଲା ଅଦୃଶ୍ୟ

ଓ୍ବାଶିଂଟନ୍‌,୧୦।୪: ଆଜି ହର୍ମୁଜ ପ୍ରଣାଳୀ ଉପରେ ଏକ ସ୍ବତନ୍ତ୍ର ଆମେରିକା ନୌସେନା ନିରୀକ୍ଷଣ ଡ୍ରୋନ, MQ-4C ଟ୍ରାଇଟନ ହଠାତ୍‌ ଅଦୃଶ୍ୟ ହୋଇଯାଇଛି। ଏହି ଡ୍ରୋନଟିକୁ ଆମେରିକାର ସବୁଠାରୁ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri