Posted inରାଜ୍ୟ

୨୦୩୦ ସୁଦ୍ଧା ଏଡ୍‌ସମୁକ୍ତ ଓଡ଼ିଶା ଲକ୍ଷ୍ୟ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଜିଲା ଏଡ୍‌ସ ପ୍ରତିରୋଧ ଓ ନିୟନ୍ତ୍ରଣ ୟୁନିଟ୍‌ର ସମୀକ୍ଷା ବୈଠକ ମଙ୍ଗଳବାର ଓଡିଶା ରାଜ୍ୟ ଏଡ୍‌ସ ନିୟନ୍ତ୍ରଣ ସମିତି (ଓସାକ୍ସ)ଠାରେ ଅନୁଷ୍ଠିତ ହୋଇଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା ଅଧ୍ୟକ୍ଷତା କରି ୨୦୩୦ ସୁଦ୍ଧା ଏଡ୍‌ସ ବିଲୋପ ପାଇଁ ନିରନ୍ତର ବିକାଶ ଲକ୍ଷ୍ୟ ହାସଲ ଦିଗରେ ଓଡ଼ିଶା ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି କହିଛନ୍ତି। ଏହି କାର୍ଯ୍ୟ ପାଇଁ ସମସ୍ତେ ମିଳିତ ଭାବେ ପ୍ରଚେଷ୍ଟା କରିବାକୁ ସଚିବ ପରାମର୍ଶ ଦେଇଛନ୍ତି। ବିଗତ ବର୍ଷଗୁଡ଼ିକ ତୁଳନାରେ ଓସାକ୍ସର କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହୋଇଛି। ପୂର୍ବ ଅପେକ୍ଷା ରାଜ୍ୟରେ ବର୍ତ୍ତମାନ ଟି.ବି-ଏଚ୍‌ଆଇଭି ମଧ୍ୟରେ ପାର୍ଥକ୍ୟ ହ୍ରାସ ପାଇଛି। ଏଡ୍‌ସ ନିରାକରଣ ପାଇଁ ଅଧିକ ପ୍ରଚାର ଓ ପ୍ରସାର ଉପରେ ଅଧିକ ଦୃଷ୍ଟିଦେବା ପାଇଁ ସମସ୍ତ ଅଧିକାରୀଙ୍କୁ ସଚିବ କହିଛନ୍ତି।
ବିଭାଗର ଯୁଗ୍ମ ସଚିବ ତଥା ଓସାକ୍ସର ପ୍ରକଳ୍ପ ନିର୍ଦ୍ଦେଶିକା ଗୁହା ପୁନମ ତାପସ କୁମାର କହିଥିଲେ ଯେ, ଏଆରଟିରୁ ବଞ୍ଚତ୍ତ ଏଚ୍‌ଆଇଭି ସଂକ୍ରମିତ ବ୍ୟକ୍ତିମାନଙ୍କୁ ପଞ୍ଜୀକୃତ କରାଇ ଉପଯୁକ୍ତ ଔଷଧ ସେବନ ପାଇଁ ପରାମର୍ଶ ଓ ପରୀକ୍ଷା କେନ୍ଦ୍ର (ଆଇସିଟିସି)ର ପରାମର୍ଶଦାତାମାନେ ପ୍ରତି ସପ୍ତାହର ଗୁରୁବାର ଦିନ କାର୍ଯ୍ୟ କରିବେ। ଟି.ବି ଓ ଏଚ୍‌ଆଇଭି ସଂକ୍ରମିତ ବ୍ୟକ୍ତିଙ୍କ ନିମନ୍ତେ ଉଦ୍ଦିଷ୍ଟ ପୋଷଣ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବା ପାଇଁ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀମାନଙ୍କୁ ସେ ପରାମର୍ଶ ଦେଇଥିଲେ। ରାଜ୍ୟର ୯୦ ପ୍ରତିଶତ ଲୋକ ନିଜର ଏଚଆଇଭି ସ୍ଥିତି ବିଷୟରେ ଜାଣିବା ନିମନ୍ତେ ଏହାର ପରୀକ୍ଷାକୁ ବ୍ୟାପକ କରାଯିବା ଉପରେ ସେ ଗୁରୁତ୍ୱ ଦେଇଥିଲେ। ଏଥିସହିତ ରାଜ୍ୟରେ ଥିବା ସମସ୍ତ ଜେଲ, ସ୍ବାଧାର ଗୃହ ଓ ଗ୍ରାମାଞ୍ଚଳରେ ଭିଏଚ୍‌ଏନ୍‌ଡିରେ ଏଚ୍‌ଆଇଭି ପରୀକ୍ଷା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସେ କହିଥିଲେ। ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ, ଜିଲା ଟି.ବି. ଅଧିକାରୀ ଏବଂ ଡିପିଏମ୍‌ମାନଙ୍କୁ ନେଇ ଅନୁଷ୍ଠିତ ଏହି ବୈଠକରେ ସ୍ବତନ୍ତ୍ର ସଚିବ ଡା. ବି.କେ. ବ୍ରହ୍ମା ଏବଂ ଡା. ହରପ୍ରସାଦ ପଟ୍ଟନାୟକଙ୍କ ସମେତ ଓସାକ୍ସର ଅନ୍ୟ ଅଧିକାରୀମାନେ ଉପସ୍ଥିତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri