Posted inଜାତୀୟ

୨୦୫୦ରୁ ଅଧିକ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି ପାକିସ୍ତାନ

ନୂଆଦିଲ୍ଲୀ,୧୫।୯: ସୀମାରେ ପାକ୍‌ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ଜାରି ରହିଛି। ପାକିସ୍ତାନ ଦ୍ୱାରା ମଧ୍ୟ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଉଛି। ବୈଦେଶିକ ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଏକ ବୟାନରେ କୁହାଯାଇଛି କି ପାକିସ୍ତାନ ସୀମାରେ ୨୦୫୦ରୁ ଅଧିକ ଥର ଅସ୍ତ୍ରବିରତି ଉଲ୍ଲଂଘନ କରି ସାରିଲାଣି। ଭାରତୀୟ ସେନା ଶିବିରକୁ ଲକ୍ଷ୍ୟ କରି ପାକିସ୍ତାନ କରିଥିବା ଗୁଳିଗୋଳା ବର୍ଷଣରେ ଏପର୍ଯ୍ୟନ୍ତ ୨୧ ଜଣଙ୍କ ମୃତ୍ୟୁ ମଧ୍ୟ ହୋଇ ସାରିଲାଣି। ପାକିସ୍ତାନକୁ ଏନେଇ ବାରମ୍ବାର ବୁଝା ଯାଉଥିଲେ ମଧ୍ୟ ସେ ଏଥିପ୍ରତି କର୍ଣ୍ଣପାତ କରୁନାହିଁ। ଭାରତ ପକ୍ଷରୁ କେବେ ପ୍ରଥମ ଥର ଲାଗି ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇ ନ ଥିବା ବେଳେ ପାକିସ୍ତାନ କେବେବି ସୀମାରେ ଶାନ୍ତ ବତାବରଣରେ ରହିବାକୁ ପସନ୍ଦ କରୁ ନ ଥିବା କହିଛି ବୈଦେଶିକ ମନ୍ତ୍ରଣାଳୟ।


Enter your email to get our daily news in your inbox.

All Right Reserved By Dharitri.Com

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri