Posted inଜାତୀୟ

୨୧ ବର୍ଷ ପରେ କଂଗ୍ରେସକୁ ମିିଳିବ ଅଣଗାନ୍ଧୀ ଅଧ୍ୟକ୍ଷ: ସିନ୍ଧେ, ଖାର୍ଗେଙ୍କ ମଧ୍ୟରୁ ଜଣେ

ନୂଆଦିଲ୍ଲୀ,୪ା୭: ରାହୁଲ ଗାନ୍ଧୀଙ୍କ ଇସ୍ତଫା ପରେ ବରିଷ୍ଠ ନେତା ସୁଶୀଲ କୁମାର ସିନ୍ଧେ କିମ୍ବା ମଲ୍ଲିକାର୍ଜୁନ ଖାର୍ଗେଙ୍କୁ କଂଗ୍ରେସ ଏହାର ନୂଆ ଅଧ୍ୟକ୍ଷ ଚୟନ କରିପାରେ ବୋଲି ଆଲୋଚନା ହେଉଛି। ପି.ଭି. ନରସିଂହ ରାଓ ଏବଂ ସୀତାରାମ କେଶରୀଙ୍କ ପରେ ତୃତୀୟ ଥର ଲାଗି କଂଗ୍ରେସର ନେତୃତ୍ୱ ଗାନ୍ଧୀ-ନେହେରୁ ପରିବାର ବାହାର ବ୍ୟକ୍ତିଙ୍କ ହାତକୁ ଯାଉଛି। ତେବେ ଚୂଡାନ୍ତ ନିଷ୍ପତ୍ତି ରାହୁଲ, ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ନେବେ ବୋଲି ଜଣାପଡିଛି।
୭୭ ବର୍ଷୀୟ ସିନ୍ଧେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ। ସେ ପୂର୍ବରୁ କେନ୍ଦ୍ର ସରକାରରେ ମନ୍ତ୍ରୀ ମଧ୍ୟ ଥିଲେ। ୨୦୦୨ ଉପରାଷ୍ଟ୍ରପତି ନିର୍ବାଚନରେ ସେ ଦଳୀୟ ପ୍ରାର୍ଥୀ ଥିଲେ। ମହାରାଷ୍ଟ୍ରରେ ଆଗକୁ ବିଧାନସଭା ନିର୍ବାଚନ ରହିଛି। ସିନ୍ଧେ ଦଳିତମାନଙ୍କ ପ୍ରିୟ ନେତା ହୋଇଥିବାବେଳେ ଗାନ୍ଧୀ ପରିବାରର ତାଙ୍କ ଉପରେ ପୂର୍ଣ୍ଣ ଭରସା ରହିଛି। ତାଙ୍କୁ କଂଗ୍ରେସ ଅଧ୍ୟକ୍ଷ ପଦରେ ଅବସ୍ଥାପିତ କରିବାର ଯଥେଷ୍ଟ ସମ୍ଭାବନା ଥିବା କୁହାଯାଉଛି। ଗତ ଥର ଲୋକ ସଭାରେ କଂଗ୍ରେସ ନେତା ଥିବା ୭୬ ବର୍ଷୀୟ ମଲ୍ଲିକାର୍ଜୁନ ଖାର୍ଗେ ସରକାରଙ୍କୁ ମୁକାବିଲା କରିବାରେ ବିରୋଧୀ ଦଳର ନେତୃତ୍ୱ ନେଇଥିଲେ। ପୂର୍ବରୁ ସେ କେନ୍ଦ୍ରରେ ମନ୍ତ୍ରୀ ମଧ୍ୟ ଥିଲେ। ସପ୍ତାହକ ମଧ୍ୟରେ କଂଗ୍ରେସ ଅଧ୍ୟକ୍ଷ ଚୟନ କରାଯିବ ବୋଲି ଦଳୀୟ ସୂତ୍ରରୁ ଜଣାପଡିଛି। ଦୀର୍ଘ ମାସେ ବ୍ୟାପୀ ରାହୁଲଙ୍କ ଇସ୍ତଫାକୁ ନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ବୁଧବାର ଅବସାନ ଘଟିଛି। ସେ ଆନୁଷ୍ଠାନିକ ଭାବେ ଇସ୍ତଫା ଦେବା ସହ ଇସ୍ତଫା ପତ୍ରକୁ ଟୁଇଟ୍‌ କରିଛନ୍ତି। ଅନ୍ୟପକ୍ଷରେ ଏହା କଂଗ୍ରେସର ନୂଆ ଡ୍ରାମା ବୋଲି ଭାଜପା କହିଛି। ରାହୁଲ ଇସ୍ତଫା ଦେଇଥିବାରୁ ସର୍ବପୁରାତନ ଦଳରେ ଏକ ନୂଆ ଯୁଗ ଆରମ୍ଭ ହେବ ଏବଂ ଦଳ ପୁନର୍ଗଠନ ଲାଗି ସୁଯୋଗ ମିଳିବ ବୋଲି ଭାଜପା ସହଯୋଗୀ ଶିବସେନା କହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲହର ରାହୁଲଙ୍କୁ ଉପାଡି ଦେଇଛି। ମୋଦିଙ୍କ ଶାସନ କାଳରେ କଂଗ୍ରେସ ଗାନ୍ଧୀ ପରିବାର ମୁକ୍ତ ହୋଇଛି ବୋଲି ଶିବସେନା ଏମ୍‌ପି ସଞ୍ଜୟ ରାଉତ କହିଛନ୍ତି। ରାହୁଲ ଭବିଷ୍ୟତରେ ପୁଣିଥରେ କଂଗ୍ରେସ ଅଧ୍ୟକ୍ଷ ହୋଇପାରିବେ ବୋଲି ଏନ୍‌ସି ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri