Posted inଖେଳ

୨୧ ବର୍ଷରୁ ଟେବୁଲ ଟେନିସ: ମାନବ ବିଶ୍ୱର ୧ ନମ୍ବର

ନୂଆଦିଲ୍ଲୀ, ୩।୧(ପି.ଟି.): ସଦ୍ୟ ପ୍ରକାଶିତ ୨୧ ବର୍ଷରୁ କମ୍‌ ପୁରୁଷ ସିଙ୍ଗଲ୍ସ ବର୍ଗ ଅନ୍ତର୍ଜାତୀୟ ଟେବୁଲ ଟେନିସ ଫେଡେରେଶନ (ଆଇଟିଟିଏଫ୍‌) ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଯୁବ ଖେଳାଳି ମାନବ ଠାକ୍କର ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ୯ଟି ସ୍ଥାନ ଉପରକୁ ଉଠି ସେ ର଼୍ୟାଙ୍କିଙ୍ଗ୍‌ର ୧ ନମ୍ବର ସ୍ଥାନ ହାସଲ କରିଛନ୍ତି। ଗତ ଡିସେମ୍ବରରେ କାନାଡ଼ାର ମାରଖାମରେ ଅନୁଷ୍ଠିତ ଆଇଟିଟିଏଫ୍‌ ଚ୍ୟାଲେଞ୍ଜ ପ୍ଲସ୍‌ ବେନେମାକ୍ସ- ଭିରଗୋ ନର୍ଥ ଆମେରିକା ଓପନରେ ୨୧ ବର୍ଷରୁ କମ୍‌ ପୁରୁଷ ସିଙ୍ଗଲ୍ସ ଟାଇଟଲ ହାସଲ କରି ୧୯ ବର୍ଷୀୟ ମାନବ ର଼୍ୟାଙ୍କିଙ୍ଗ୍‌ରେ ଉନ୍ନତି କରିଛନ୍ତି। ଏହି ଟୁର୍ନାମେଣ୍ଟ ଫାଇନାଲରେ ସେ ଆର୍ଜେଣ୍ଟିନାର ମାର୍ଟିନ ବେଣ୍ଟାନକୋରଙ୍କୁ ୧୧-୩, ୧୧-୫, ୧୧-୬ ରେ ହରାଇ ଚାମ୍ପିୟନ ହୋଇଥିଲେ। ଚତୁର୍ଥ ଭାରତୀୟ ଭାବେ ମାନବ ଏହି ଟୁର୍ନାମେଣ୍ଟରେ ଚାମ୍ପିୟନ ହୋଇଛନ୍ତି। ତାଙ୍କ ପୂର୍ବରୁ ହରମିତ ଦେଶାଇ, ଜି. ସାଥିୟାଁ ଓ ସୌମ୍ୟଜିତ୍‌ ଘୋଷ ପୂର୍ବରୁ ଏହି ସଫଳତା ହାସଲ କରିଥିଲେ। ପୂର୍ବରୁ ମାନବ ୧୮ ବର୍ଷରୁ କମ୍‌ ବର୍ଗରେ ୨୦୧୮ ଫେବୃୟାରୀରେ ମଧ୍ୟ ବିଶ୍ୱର ୧ ନମ୍ବର ସ୍ଥାନ ହାସଲ କରିଥିଲେ। ୨୦୧୮ ଜାକାର୍ତ୍ତା ଏସିଆନ ଗେମ୍ସରେ ଭାରତୀୟ ପୁରୁଷ ଟେବୁଲଟେନିସ ଦଳ ବ୍ରୋଞ୍ଜ୍‌ ପଦକ ହାସଲ କରିଥିଲା ଓ ମାନବ ଏହି ଦଳର ସଦସ୍ୟ ଥିଲେ।
ଅନ୍ୟ ଭାରତୀୟଙ୍କ ମଧ୍ୟରେ ସାଥିୟାଁ ସିନିୟର ବର୍ଗରେ ୩୦ତମ ସ୍ଥାନ ବଜାୟ ରଖିଛନ୍ତି। ସେହିପରି ଅଚନ୍ତା ଶରଥ କମଲ ଗୋଟିଏ ସ୍ଥାନ ଉପରକୁ ଉଠି ୩୩ତମ ସ୍ଥାନରେ ରହିଛନ୍ତି। ସେହିପରି ଦେଶର ଶ୍ରେଷ୍ଠ ମହିଳା ଟେବୁଲ ଟେନିସ ଖେଳାଳି ମନିକା ବାତ୍ରା ପୂର୍ବପତି ୬୧ତମ ସ୍ଥାନ ବଜାୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri