୨୧ଜଣଙ୍କୁ ଆଦର୍ଶ ସମ୍ମାନ ୨୦୧୯

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ମହାତ୍ମା ଗାନ୍ଧୀ ଅହିଂସାର ମୂଳମନ୍ତ୍ର ଥିଲେ। ତାଙ୍କର ତ୍ୟାଗ ଆଜି ଦେଶକୁ ସ୍ବତନ୍ତ୍ର ପରିଚୟ ଦେଇଛି। ଗାନ୍ଧିଜୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେଲେ ତାହା ହିଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ଏଠାରେ ମତପ୍ରକାଶ ପାଇଛି। ଡୁଡ୍‌ନୁ ଫାଉଣ୍ଡେଶନ ପକ୍ଷରୁ ବୁଧବାର ସ୍ଥାନୀୟ ଇଡ୍‌କଲ ଅଡିଟୋରିୟମ୍‌ଠାରେ ଅନୁଷ୍ଠିତ ଦ୍ୱିତୀୟ ଆଦର୍ଶ ସମ୍ମାନ ସମାରୋହରେ ଯୋଗଦେଇଥିବା ବକ୍ତାମାନେ ଏହା କହିଥିଲେ। ସମାରୋହକୁ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ ଉଦ୍‌ଘାଟନ କରି ଗାନ୍ଧିଜୀଙ୍କ ଜୀବନ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ବାନ ଦେଇଥିଲେ। ସମ୍ମାନିତ ଅତିଥିଭାବେ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଲେଖକ ଶୁଭ୍ରାଂଶୁ ପଣ୍ଡା ଏବଂ ଓଡ଼ିଶା ଖଦିବାଦୀ ଫୋରମ୍‌ର ଅଧ୍ୟକ୍ଷା ଡ. ରୀନା ରାଉତରାୟ ଯୋଗଦେଇ ଗାନ୍ଧିଜୀଙ୍କ ଅହିଂସା ଓ ତ୍ୟାଗପୂତ ଜୀବନୀ ଉପରେ ଆଲୋକପାତ କରିଥିଲେ। ଡୁଡ୍‌ନୁ ଫାଉଣ୍ଡେଶନର ଅଧ୍ୟକ୍ଷା ବନ୍ଦନା ହରିଚନ୍ଦନ କାର୍ଯ୍ୟକ୍ରମରେ ସଭାପତିତ୍ୱ କରି ଫାଉଣ୍ଡେଶନର କାର୍ଯ୍ୟଧାରା ସମ୍ପର୍କରେ କହିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ବାଧୀନତା ସଂଗ୍ରାମୀ ସହଦେବ ବେହେରା, ଶହୀଦ ପ୍ରସନ୍ନ କୁମାର ସାହୁ, ଶହୀଦ ମନୋଜ କୁମାର ବେହେରା, କବି ରକ୍ଷକ ନାୟକ, ଏସ୍‌.ରାଜୀବ ଗୌରବ, ଡ. ଅଜୟ ସ୍ବାଇଁ, ମଧୁସୂଦନ ଦାସ, ଗୟାଧର ପରିଡ଼ା, ମୀରା ପରିଡ଼ା ଓ ଶଙ୍କର୍ଷଣ ପରିଡ଼ାଙ୍କ ଭଳି ୨୧ଜଣ ପ୍ରତିଭାଙ୍କୁ ୨୦୧୯ ଲାଗି ଆଦର୍ଶ ସମ୍ମାନ ପ୍ରଦାନ କରାଯାଇଥିଲା। ଡ. ମୃତ୍ୟୁଞ୍ଜୟ ରଥ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ବିକାଶ ରଞ୍ଜନ ରାଉତ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୨ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…

CJP ହିଂସାକୁ ନେଇ ବଡ଼ ଖୁଲାସା, ଜନ୍ତର-ମନ୍ତରରେ ୨୫୦୦ରୁ ଅଧିକ…

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ଜାରି ରହିଛି । ଏହି ସମୟରେ Facial Recognition System ଦ୍ବାରା ହିଂସା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା ହୋଇଛି…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri