୨୧୯ ଛାତ୍ରୀଛାତ୍ରଙ୍କୁ ୩ ଶିକ୍ଷକ

ଫିରିଙ୍ଗିଆ, ୮ା୩ – ସରକାର ଶିକ୍ଷାର ବିକାଶ ପାଇଁ ବହୁ ଯୋଜନା ପ୍ରଣୟନ କରୁଛନ୍ତି। ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ପ୍ରଚେଷ୍ଟା ମଧ୍ୟ ଜାରି ରଖିଛନ୍ତି। କିନ୍ତୁ ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ତୁଳନାରେ ଶିକ୍ଷକ ନିଯୁକ୍ତି କରୁ ନାହାନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଫିରିଙ୍ଗିଆ ବ୍ଲକ ସଲାଗୁଡା ସରକାରୀ ଉଚ୍ଚ ପ୍ରାଥମିକ ସେବାଶ୍ରମରେ।
ଏହି ବିଦ୍ୟାଳୟରେ ୨୧୯ ଜଣ ଛାତ୍ରୀଛାତ୍ର ପଢୁଛନ୍ତି। ମାତ୍ର ୩ ଜଣ ଶିକ୍ଷକ ସେମାନଙ୍କୁ ପାଠ ପଢାଉଛନ୍ତି। ଫଳରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଏନେଇ ଅଭିଭାବକ ମହଲରେ ଘୋର ଅସନ୍ତୋଷ ଦେଖାଦେଇଛି। ଶିକ୍ଷକଙ୍କ ଅଭାବ ନେଇ ଅଞ୍ଚଳବାସୀ ବାରମ୍ବାର ଅଭିଯୋଗ କଲେ ମଧ୍ୟ ପଦକ୍ଷେପ ନିଆଯାଉ ନାହିଁ। ତୁରନ୍ତ ଶିକ୍ଷକ ନିଯୁକ୍ତି କରା ନ ଗଲେ ଆନ୍ଦୋଳନ ହେବ ବୋଲି ସ୍ଥାନୀୟ ଲୋକେ ଚେତାବନୀ ଦେଇଛନ୍ତି।
ଉକ୍ତ ସେବାଶ୍ରମରେ ପ୍ରଥମରୁ ୭ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ହଷ୍ଟେଲରେ ରହି ୧୧୦ ଜଣ ଛାତ୍ରୀଛାତ୍ର ପଢୁଥିବାବେଳେ ୧୦୯ ଜଣ ପ୍ରତିଦିନ ଯିବା ଆସିବା କରନ୍ତି। ମୋଟ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୨୧୯ ହୋଇଥିବା ବେଳେ ଛାତ୍ରୀ ୧୩୩ ଓ ଛାତ୍ର ସଂଖ୍ୟା ୮୬। ୩ ଜଣ ଶିକ୍ଷକ ଏତେ ପିଲାଙ୍କୁ ପଢାଇବାରେ ଘୋର ସମସ୍ୟା ସୃଷ୍ଟି ହେଉଛି। ଏଠାର ପ୍ରଶାସନିକ ଅଧିକାରୀଙ୍କ ମନମାନି ଯୋଗୁ ଆଦିବାସୀ ଏବଂ ପଛୁଆବର୍ଗ ପିଲାଙ୍କ ଭବିଷ୍ୟତ ନଷ୍ଟ ହେଉଛି। ଏହାକୁ ଆଦୌ ବରଦାସ୍ତ କରାଯିବ ନାହିଁ, ଯଥାଶୀଘ୍ର ଶିକ୍ଷକ ନିଯୁକ୍ତି କରାଯାଉ ବୋଲି ବିଦ୍ୟାଳୟ ପରିଚାଳନା ସଭାପତି ଭରତ ଦିଗାଲ ଦାବି କରିଛନ୍ତି। ଏ ନେଇ ଜିଲା ମଙ୍ଗଳ ଅଧିକାରୀ ଶେଷଦେବ ବେହେରାଙ୍କୁ ମଧ୍ୟ ସମସ୍ୟା ବିଷୟରେ ଅବଗତ କରାଯାଇଥିବା ସେ କହିଛନ୍ତି। ଜିଲା ମଙ୍ଗଳ ଅଧିକାରୀ ବେହେରା ବିଦ୍ୟାଳୟ ଘଟଣା ସମ୍ପର୍କରେ ଅନୁଧ୍ୟାନ କରିବା ପରେ ଶିକ୍ଷକ ନିଯୁକ୍ତି କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ସୂଚନାଯୋଗ୍ୟ ଏହି ସେବାଶ୍ରମ ୨୦୧୬ରେ ନିର୍ମିତ ହୋଇଥିଲେ ହେଁ ଅନ୍ତେବାସୀଙ୍କ ପାଇଁ ଫ୍ୟାନଟିଏ ମଧ୍ୟ ନାହିଁ। ଫଳରେ ବହୁ ଅସୁବିଧାରେ ଗରମରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?