୨୨ରେ ନିଯୁକ୍ତି ମେଳା: ବ୍ୟାପକ ପ୍ରଚାର ଉପରେ ଫୋକସ୍‌

ଢେଙ୍କାନାଳ ଅଫିସ, ୫।୧ – ଢେଙ୍କାନାଳ ମିନି ଷ୍ଟାଡିୟମଠାରେ ଆସନ୍ତା ୨୨ ତାରିଖରେ ଜିଲାସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହେବ। ଏହି ଉପଲକ୍ଷେ ଶନିବାର ପୂର୍ବାହ୍ନ ୧୧ଟାରେ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରି ଜିଲାର ସମସ୍ତ ଶିଳ୍ପାନୁଷ୍ଠାନ ମେଳାରେ ଭାଗନେବାକୁ ନିବେଦନ କରିଥିଲେ। ଏଥିସହ ନିଯୁକ୍ତି ମେଳାରେ ବ୍ଲକରୁ ସର୍ବନିମ୍ନ ୪୦୦ ପ୍ରାର୍ଥୀ ଅଂଶଗ୍ରହଣ କରିବା ଏବଂ ବ୍ୟାପକ ପ୍ରଚାର ପ୍ରସାର କରିବା ଉପରେ ଫୋକସ୍‌ କରିବାକୁ ସେ ବିଡିଓଙ୍କୁ ପରାମର୍ଶ ଦେଇଛନ୍ତି।
ନିଯୁକ୍ତି ମେଳାରେ ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ପ୍ରତିଷ୍ଠିତ କମ୍ପାନୀ ଯୋଗଦେବେ। ୫ମରୁ ସ୍ନାତକ ଶ୍ରେଣୀ, ଆଇଟିଆଇ, ଡିପ୍ଲୋମା ପଢ଼ିଥିବା ପିଲାଙ୍କୁ ଯୋଗ୍ୟତା ଭିତ୍ତିରେ ବିଭିନ୍ନ ପଦବୀ ପାଇଁ ଚୟନ କରାଯିବ। ଅଙ୍ଗନଓ୍ବାଡି କର୍ମୀ, ଆଶାକର୍ମୀ, ପଞ୍ଚାୟତ ପ୍ରତିନିଧି, କଲେଜ କର୍ତ୍ତୃପକ୍ଷ, ଶିକ୍ଷାନୁଷ୍ଠାନ ସହଯୋଗରେ ନିଯୁକ୍ତି ମେଳାର ପ୍ରଚାର କରାଯିବ। ଜିଲା କ୍ରୀଡ଼ା ଅଧିକାରୀଙ୍କ ସହଯୋଗରେ ବିଜୁ ଯୁବ ବାହିନୀ କର୍ମକର୍ତ୍ତାମାନେ ପ୍ରଚାରରେ ନିୟୋଜିତ ହେବେ।
ବୈଠକରେ ସରକାରୀ ଆଇଟିଆଇ, ପଲିଟେକ୍‌ନିକ୍‌, ଜନଶିକ୍ଷଣ ସଂସ୍ଥା, ଓରମାସ୍‌, ଆରଆଇସି ଜିଏମ୍‌, ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ, କ୍ରୀଡ଼ା ବିଭାଗ, ଟାଟା ଷ୍ଟିଲ ବିଏସ୍‌ଏଲ୍‌, ଏମ୍‌ଜିଏମ୍‌ ମିନେରାଲ, ରୁଙ୍ଗ୍‌ଟା ମାଇନ୍ସ, ଶକ୍ତି ସୁଗାର୍ସ, ଉତ୍କଳ ଆଜବେଷ୍ଟସ, ମାଙ୍ଗିଲାଲ ରୁଙ୍ଗ୍‌ଟାର ଅଧିକାରୀମାନେ ଉପସ୍ଥିତ ଥିଲେ। ଜିଲା ନିୟୋଜନ ଅଧିକାରୀ ଆଶିଷ କୁମାର ବସନ୍ତିଆ ବୈଠକ ପରିଚାଳନା କରିଥିବାବେଳେ ସରକାରୀ ଆଇଟିଆଇ ଟ୍ରେନିଂ ଅଫିସର ଅରୁଣ କୁମାର ମହାରଣା ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri