‘୨୩ କୋଟି ଖର୍ଚ୍ଚ ପରେ ବି ନଗଡ଼ାରେ ବିକାଶ ନାହିଁ ’: ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ମାଗିଲେ ଏନ୍‌ଏଚ୍‌ଆର୍‌ସି

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଯାଜପୁର ଜିଲାର ନଗଡ଼ାରେ ପୁଷ୍ଟିହୀନତା ଖବର ପ୍ରକାଶ ପାଇବାର ୩ ବର୍ଷରୁ ଅଧିକ ହୋଇଗଲାଣି । ଏ ନେଇ ସରକାରଙ୍କ ପାଣ୍ଠିରୁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିଲେ ମଧ୍ୟ ବାସ୍ତବ ଚିତ୍ର କିଛି ଭିନ୍ନ ଦେଖିବାକୁ ମିଳୁଛି। ସେଠାକାର ଶିଶୁମାନଙ୍କୁ ଏବେ ବି ପୁଷ୍ଟିକର ଖାଦ୍ୟ ମିଳୁନାହିଁ। ସରକାରଙ୍କ ଅନୁଦାନ ସତ୍ତ୍ୱେ କାହିଁକି ନଗଡ଼ାର ଦୟନୀୟ ସ୍ଥିତିରେ ପରିବର୍ତ୍ତନ ହୋଇନାହିଁ, ସେ ସମ୍ପର୍କରେ ମୁଖ୍ୟ ଶାସନ ସଚିବଙ୍କଠାରୁ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ରିପୋର୍ଟ ମାଗିଛନ୍ତି।
ନଗଡ଼ାର ଏଭଳି ସ୍ଥିତି ଉପରେ ମାନବିକ ଅଧିକାର କର୍ମୀ ଅଖଣ୍ଡ ଗତ ଅଗଷ୍ଟ ମାସରେ ଏକ ପିଟିଶନ୍‌ ଦାୟର କରିଥିଲେ। ସେ ଦର୍ଶାଇଥିଲେ ଯେ, ୨୦୧୬ ଜୁଲାଇ ମାସରେ ଗଣମାଧ୍ୟମରେ ନଗଡ଼ାରେ ଶିଶୁମାନଙ୍କ ପୁଷ୍ଟିହୀନତାରେ ମୃତ୍ୟୁ କଥା ପଦାକୁ ଆସିଥିଲା। ଏହାପରେ ସରକାର ସଜାଗ ହୋଇଥିଲେ। ସେଠାରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରି କୋଟି କୋଟି ଟଙ୍କା ଖର୍ଚ୍ଚ କରିଥିଲେ। କିନ୍ତୁ ୩ ବର୍ଷରୁ ଅଧିକ ସମୟ ପରେ ବି ଅବସ୍ଥାରେ ଆଖିଦୃଶିଆ ପରିବର୍ତ୍ତନ ହୋଇନାହିଁ। ‘ଖାଦ୍ୟ ଅଧିକାର ଅଭିଯାନ’ ପକ୍ଷରୁ ସେଠାକୁ ଏକ ତଥ୍ୟ ଅନୁସନ୍ଧାନକାରୀ ଦଳ ଗତ ଜୁଲାଇ ୮ ତାରିଖରେ ଯାଇଥିଲେ। ସେମାନେ ଦେଖିବାକୁ ପାଇଥିଲେ ଯେ, ଏବେ ବି ଶିଶୁମାନେ ପୁଷ୍ଟିହୀନତାର ଶିକାର ଅଛନ୍ତି। ଭାତ, ଡାଲି ଓ ଲୁଣ ଖାଉଛନ୍ତି। ତିନି ଓଳି ଏହି ଜୁଆଙ୍ଗ ଶିଶୁଙ୍କୁ ଏହା ହିଁ ଖାଇବାକୁ ଦିଆଯାଉଛି। ସେମାନଙ୍କ ସ୍ଥିତି ବଦଳି ନାହିଁ। ଗାଁ ଲୋକଙ୍କ ପାଇଁ ଏମ୍‌ଜିଏନ୍‌ଆର୍‌ଜିଏସ୍‌ ମାଧ୍ୟମରେ ୮୮ ଲକ୍ଷ ଟଙ୍କା ଅନୁମୋଦନ ହୋଇଥିବା ବେଳେ ମାତ୍ର ୪ଲକ୍ଷ ଟଙ୍କା ଖର୍ଚ୍ଚ ହୋଇପାରିଛି। ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ ହୋଇପଡ଼ିଛି। ତେଣୁ ଗାଁ ଲୋକେ ବିଶୁଦ୍ଧ ଜଳରୁ ବଞ୍ଚତ୍ତ ହେଉଛନ୍ତି। ସୂଚନା ଅଧିକାର ଆଇନ ବଳରେ ମିଳିଥିବା ତଥ୍ୟ ଅନୁଯାୟୀ ନଗଡ଼ା ପାଇଁ ବିଭିନ୍ନ ପ୍ରକଳ୍ପରେ ୨୩ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇ ସାରିଛି। କିନ୍ତୁ ସେମାନଙ୍କୁ ମୁଖ୍ୟ ଧାରାରେ ସାମିଲ କରାଯାଇପାରିନାହିଁ। ଅଖଣ୍ଡଙ୍କ ଏହି ଅଭିଯୋଗକୁ ଅତି ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି ଏନ୍‌ଏଚ୍‌ଆର୍‌ସି। ଏହା ଉପରେ ୪ ସପ୍ତାହ ମଧ୍ୟରେ ରିପୋର୍ଟ ଦେବା ପାଇଁ କମିଶନ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟ ମଧ୍ୟରେ ରିପୋର୍ଟ ନ ଦେଲେ ମାନବିକ ଅଧିକାର ସୁରକ୍ଷା ଆଇନ ୧୯୯୩ ଧାରା ୧୩ ଅନୁଯାୟୀ ବ୍ୟକ୍ତିଗତ ଭାବେ ହାଜର ଦେବାକୁ ପଡ଼ିବ ବୋଲି କମିଶନ ତାଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri