‘୨୩ କୋଟି ଖର୍ଚ୍ଚ ପରେ ବି ନଗଡ଼ାରେ ବିକାଶ ନାହିଁ ’: ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ମାଗିଲେ ଏନ୍‌ଏଚ୍‌ଆର୍‌ସି

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଯାଜପୁର ଜିଲାର ନଗଡ଼ାରେ ପୁଷ୍ଟିହୀନତା ଖବର ପ୍ରକାଶ ପାଇବାର ୩ ବର୍ଷରୁ ଅଧିକ ହୋଇଗଲାଣି । ଏ ନେଇ ସରକାରଙ୍କ ପାଣ୍ଠିରୁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିଲେ ମଧ୍ୟ ବାସ୍ତବ ଚିତ୍ର କିଛି ଭିନ୍ନ ଦେଖିବାକୁ ମିଳୁଛି। ସେଠାକାର ଶିଶୁମାନଙ୍କୁ ଏବେ ବି ପୁଷ୍ଟିକର ଖାଦ୍ୟ ମିଳୁନାହିଁ। ସରକାରଙ୍କ ଅନୁଦାନ ସତ୍ତ୍ୱେ କାହିଁକି ନଗଡ଼ାର ଦୟନୀୟ ସ୍ଥିତିରେ ପରିବର୍ତ୍ତନ ହୋଇନାହିଁ, ସେ ସମ୍ପର୍କରେ ମୁଖ୍ୟ ଶାସନ ସଚିବଙ୍କଠାରୁ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ରିପୋର୍ଟ ମାଗିଛନ୍ତି।
ନଗଡ଼ାର ଏଭଳି ସ୍ଥିତି ଉପରେ ମାନବିକ ଅଧିକାର କର୍ମୀ ଅଖଣ୍ଡ ଗତ ଅଗଷ୍ଟ ମାସରେ ଏକ ପିଟିଶନ୍‌ ଦାୟର କରିଥିଲେ। ସେ ଦର୍ଶାଇଥିଲେ ଯେ, ୨୦୧୬ ଜୁଲାଇ ମାସରେ ଗଣମାଧ୍ୟମରେ ନଗଡ଼ାରେ ଶିଶୁମାନଙ୍କ ପୁଷ୍ଟିହୀନତାରେ ମୃତ୍ୟୁ କଥା ପଦାକୁ ଆସିଥିଲା। ଏହାପରେ ସରକାର ସଜାଗ ହୋଇଥିଲେ। ସେଠାରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରି କୋଟି କୋଟି ଟଙ୍କା ଖର୍ଚ୍ଚ କରିଥିଲେ। କିନ୍ତୁ ୩ ବର୍ଷରୁ ଅଧିକ ସମୟ ପରେ ବି ଅବସ୍ଥାରେ ଆଖିଦୃଶିଆ ପରିବର୍ତ୍ତନ ହୋଇନାହିଁ। ‘ଖାଦ୍ୟ ଅଧିକାର ଅଭିଯାନ’ ପକ୍ଷରୁ ସେଠାକୁ ଏକ ତଥ୍ୟ ଅନୁସନ୍ଧାନକାରୀ ଦଳ ଗତ ଜୁଲାଇ ୮ ତାରିଖରେ ଯାଇଥିଲେ। ସେମାନେ ଦେଖିବାକୁ ପାଇଥିଲେ ଯେ, ଏବେ ବି ଶିଶୁମାନେ ପୁଷ୍ଟିହୀନତାର ଶିକାର ଅଛନ୍ତି। ଭାତ, ଡାଲି ଓ ଲୁଣ ଖାଉଛନ୍ତି। ତିନି ଓଳି ଏହି ଜୁଆଙ୍ଗ ଶିଶୁଙ୍କୁ ଏହା ହିଁ ଖାଇବାକୁ ଦିଆଯାଉଛି। ସେମାନଙ୍କ ସ୍ଥିତି ବଦଳି ନାହିଁ। ଗାଁ ଲୋକଙ୍କ ପାଇଁ ଏମ୍‌ଜିଏନ୍‌ଆର୍‌ଜିଏସ୍‌ ମାଧ୍ୟମରେ ୮୮ ଲକ୍ଷ ଟଙ୍କା ଅନୁମୋଦନ ହୋଇଥିବା ବେଳେ ମାତ୍ର ୪ଲକ୍ଷ ଟଙ୍କା ଖର୍ଚ୍ଚ ହୋଇପାରିଛି। ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ ହୋଇପଡ଼ିଛି। ତେଣୁ ଗାଁ ଲୋକେ ବିଶୁଦ୍ଧ ଜଳରୁ ବଞ୍ଚତ୍ତ ହେଉଛନ୍ତି। ସୂଚନା ଅଧିକାର ଆଇନ ବଳରେ ମିଳିଥିବା ତଥ୍ୟ ଅନୁଯାୟୀ ନଗଡ଼ା ପାଇଁ ବିଭିନ୍ନ ପ୍ରକଳ୍ପରେ ୨୩ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇ ସାରିଛି। କିନ୍ତୁ ସେମାନଙ୍କୁ ମୁଖ୍ୟ ଧାରାରେ ସାମିଲ କରାଯାଇପାରିନାହିଁ। ଅଖଣ୍ଡଙ୍କ ଏହି ଅଭିଯୋଗକୁ ଅତି ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି ଏନ୍‌ଏଚ୍‌ଆର୍‌ସି। ଏହା ଉପରେ ୪ ସପ୍ତାହ ମଧ୍ୟରେ ରିପୋର୍ଟ ଦେବା ପାଇଁ କମିଶନ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟ ମଧ୍ୟରେ ରିପୋର୍ଟ ନ ଦେଲେ ମାନବିକ ଅଧିକାର ସୁରକ୍ଷା ଆଇନ ୧୯୯୩ ଧାରା ୧୩ ଅନୁଯାୟୀ ବ୍ୟକ୍ତିଗତ ଭାବେ ହାଜର ଦେବାକୁ ପଡ଼ିବ ବୋଲି କମିଶନ ତାଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri