୨୩.୫ଲକ୍ଷ ଶ୍ରମିକଙ୍କୁ ନିଜ ରାଜ୍ୟରେ ଛାଡ଼ିଛି ୧୭୭୩ ଟ୍ରେନ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରବାସୀ ଶ୍ରମିକ, ତୀର୍ଥଯାତ୍ରୀ, ପର୍ଯ୍ୟଟକ, ଛାତ୍ରୀଛାତ୍ର ଓ ଅସହାୟ ବ୍ୟକ୍ତିଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ସେବାର ବ୍ୟବସ୍ଥା କରିଛି ଭାରତୀୟ ରେଳ ମନ୍ତ୍ରଣାଳୟ। ମେ’ ୧ରୁ ସେବା ଆରମ୍ଭ କରିଥିବା ଶ୍ରମିକ ସ୍ବତନ୍ତ୍ର ଟ୍ରେନ ୨୦ ତାରିଖ ସୁଦ୍ଧା ବିଭିନ୍ନ ରାଜ୍ୟରୁ ୨୩.୫ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମିକଙ୍କୁ ନିଜ ରାଜ୍ୟରେ ପହଞ୍ଚାଇଛି। ତେବେ ଗତ ୧୯ ତାରିଖରେ ସର୍ବାଧିକ ୨୦୫ଟି ଶ୍ରମିକ ସ୍ପେଶାଲ ଟ୍ରେନ ଦେଶର ବିଭିନ୍ନ ରାଜ୍ୟରୁ ୨.୫ଲକ୍ଷରୁ ଅଧିକ ଯାତ୍ରୀଙ୍କୁ ପରିବହନ କରିଛି। ବିଭିନ୍ନ ରାଜ୍ୟରୁ ମୋଟ ୧୭୭୩ ଟ୍ରେନ୍‌ ଯାତ୍ରୀଙ୍କୁ ନେଇ ଆନ୍ଧ୍ରପ୍ରଦେଶ, ଆସାମ, ବିହାର, ଛତିଶଗଡ, ଗୁଜୁରାଟ, ହିମାଚଳ ପ୍ରଦେଶ, ଜମ୍ମୁ-କଶ୍ମୀର, ଝାଡଖଣ୍ଡ, କର୍ନାଟକ, କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ମିଜୋରାମ, ନାଗାଲାଣ୍ଡ, ଓଡିଶା, ରାଜସ୍ଥାନ, ତାମିଲନାଡୁ, ତେଲଙ୍ଗାନା, ତ୍ରିପୁରା, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗରେ ପହଞ୍ଚାଇଛି। ଯାତ୍ରା ସମୟରେ ଯାତ୍ରୀମାନଙ୍କୁ ମାଗଣା ଭୋଜନ ଏବଂ ପାଣି ଦିଆଯିବା ସହ ସ୍କ୍ରିନିଂ ବ୍ୟବସ୍ଥାକୁ ସୁନିଶ୍ଚିତ କରାଯାଇଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?