୨୩ରୁ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି: ଯୋଗଦେବେ ୧୦ ହଜାର ପୁରାତନ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଆସନ୍ତା ୨୩ରୁ ୨୭ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ଉତ୍କଳ ବିଶ୍ୱବିଦ୍ୟାଳୟର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ଲାଟିନମ ଜୁବିଲି ପାଳନ କରାଯିବ। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ କାର୍ଯ୍ୟସୂଚୀ ନିର୍ଦ୍ଧାରଣ ହୋଇଛି। ଉକତ୍ଳ ବିଶ୍ୱବିଦ୍ୟାଳୟ ପରିସରସ୍ଥ ବିଜୁ ପଟ୍ଟନାୟକ ଖେଳପଡ଼ିିଆରେ ୨୩ ତାରିଖ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ଲାଟିନମ୍‌ ଜୁବିଲି ଉତ୍ସବକୁ ଉଦ୍‌ଘାଟନ କରିବେ। ସମ୍ମାନିତ ଅତିଥି ଭାବେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଯୋଗଦେବେ। ୨୪ ତାରିଖରେ ପୁରାତନ ଛାତ୍ରୀଛାତ୍ରଙ୍କ ମହାମିଳନ ଆୟୋଜନ ହେବ। ଏଥିରେ ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରୁ ପ୍ରାୟ ୧୦ ହଜାରରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରୀଛାତ୍ର ଯୋଗଦେବେ ବୋଲି ସୂଚନା ମିଳିଛି। ସକାଳ ୯ଟାରୁ ୧୦ଟା ୪୫ ପର୍ଯ୍ୟନ୍ତ ପୁରାତନ ଛାତ୍ରୀଛାତ୍ରମାନେ ସେମାନଙ୍କ ବିଭାଗ ପରିଦର୍ଶନ କରିବେ। ଆଲୁୁମିନି ବିଭାଗ ଆବାହକ ତଥା ପୂର୍ବତନ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେବେ। ସମ୍ମାନିତ ଅତିଥି ଭାବେ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଏମ୍‌ପି ଅଚ୍ୟୁତ ସାମନ୍ତ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ ଚନ୍ଦ୍ର ଘଡେଇ, ପୂର୍ବତନ ମନ୍ତ୍ରୀ ପଞ୍ଚାନନ କାନୁନଗୋ, ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନ ଯୋଗଦେବେ। ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ‘ଇଣ୍ଡଷ୍ଟ୍ରି ଆଣ୍ଡ ଏକାଡେମିଆ କନେକ୍ଟ: ରିସର୍ଚ୍ଚ, ପ୍ଲେସମେଣ୍ଟ ଓ କ୍ୟାମ୍ପସ ଡେଭଲପମେଣ୍ଟ’ ବିଷୟରେ ଆଲୋଚନା ହେବ। ୨୫ତାରିଖ ସକାଳେ ଅଭିଭାବକମାନେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ବିଭାଗ ଓ ହଷ୍ଟେଲ ବୁଲିବେ। ପୂର୍ବାହ୍ନରେ ଅଭିଭାବକ, ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀଙ୍କୁ ନେଇ ଏକ ସମ୍ମିଳନୀ ଆୟୋଜନ ହେବ। ବିହାରସ୍ଥ ଡ. ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ପ୍ରଫୁଲ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ସମ୍ମିଳନୀରେ ଅବସରପ୍ରାପ୍ତ ଆଇପିଏସ୍‌ ଅଧିକାରୀ ଚନ୍ଦ୍ରଭାନୁ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ସମ୍ମାନିତ ଅତିଥି ଭାବେ ପ୍ରଫେସର ଅଶୋକ ଦାସ, ଆଇଏଏସ୍‌ ମଧୁସୂଦନ ପାଢୀ ଏବଂ ଶାଶ୍ୱତ ମିଶ୍ର ଯୋଗଦେବେ। ଅପରାହ୍ନରେ ସେମାନେ ବିଭିନ୍ନ ହଷ୍ଟେଲ ଓ କ୍ୟାମ୍ପସ ବୁଲିବାର କାର୍ଯ୍ୟକ୍ରମ ରହିଛି। ୨୬ରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆଲୋଚନାଚକ୍ର, ବକ୍ତୃତା, କୁଇଜ, କ୍ୟାମ୍ପସ ସଫେଇ ଓ ସାମାଜିକ ଦାୟିତ୍ୱବୋଧ ଆଦି ସଂକ୍ରାନ୍ତ କାର୍ଯ୍ୟକ୍ରମ ହେବ। ସନ୍ଧ୍ୟାରେ ମୁଖ୍ୟ ମଞ୍ଚରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ଶେଷ ଦିବସରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ରଭାତ ଫେରି, ଚାରାରୋପଣ, ରକ୍ତଦାନ ଶିବିର ଆଦି କରାଯିବ। ଉଦଯାପନୀ ଉତ୍ସବରେ ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ଯୋଗଦେବେ। ଏହି ଅବସରରେ ଅନ୍ତର୍ଜାତୀୟ କାର୍ଯ୍ୟାଳୟର ଓ୍ବେବସାଇଟ ରୁରାଲ ଟେକ୍ନୋଲୋଜି ପାର୍କର ଉଦ୍‌ଘାଟନ କରାଯିବ ବୋଲି ସ୍ଥିର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri