୨୩ରୁ ଖଲ୍ଲିକୋଟ କଲେଜରେ ଡ୍ରାଇଭିଂ ଲାଇସେନ୍ସ କ୍ୟାମ୍ପ:  ଇନ୍‌ସ୍ୟୁରାନ୍ସ ସାର୍ଟିଫିକେଟ ମିଳିବ

ଛତ୍ରପୁର,୨୨ା୯(ଡି.ଏନ.ଏ)-ନୂଆ ମୋଟରଯାନ ଆଇନ୍‌ ଲାଗୁ ହେବା ପରେ ଗାଡିମୋଟର କାଗଜପତ୍ର ଓ ଡ୍ରାଇଭିଂ ଲାଇସେନ୍ସ କରିବା ପାଇଁ ଛତ୍ରପୁରସ୍ଥିତ ପରିବହନ କାର୍ଯ୍ୟାଳୟରେ ପ୍ରବଳ ଭିଡ ହେଉଛି ା ଡ୍ରାଇଭିଂ ଲାଇସେନ୍ସ ପାଇଁ ଦୂରଦୂରାନ୍ତରୁ ଆସୁଥିବା ଅଧିକାଂଶ ବ୍ୟକ୍ତି ଭିଡକୁ ଦେଖି ନିରାଶ ହେଉଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ଆରଟିଓ ସଞ୍ଜୟ କୁମାର ବିଶ୍ୱାଳ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଡ୍ରାଇଭିଂ ଲାଇସେନ୍ସ ପାଇଁ କ୍ୟାମ୍ପ କରାଯିବ ବୋଲି କହିଛନ୍ତି। ଆସନ୍ତା ୨୩ ତାରିଖରେ ବ୍ରହ୍ମପୁରସ୍ଥିତ ଖଲ୍ଲିକୋଟ କଲେଜ ପରିସରରେ ଏହା ପରୀକ୍ଷାମୂଳକ ଭବେ ଆରମ୍ଭ କରାଯିବ। ୩ ଧରି ହେବାକୁ ଥିବା ଉକ୍ତ କ୍ୟାମ୍ପ ପ୍ରତ୍ୟହ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ କାର୍ଯ୍ୟ କରିବ ା ଏଠାରେ କେବଳ ଖଲ୍ଲିକୋଟ ସ୍ବୟଂଶାସିତ କଲେଜ ଛାତ୍ରୀଛାତ୍ରଙ୍କୁ ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କରାଯିବ ା ଯେଉଁ ମାନଙ୍କ ବୟସ ଅଠର ବର୍ଷରୁ ଊର୍ଦ୍ଧ୍ୱ ସେମାନେ ଡ୍ରାଇଭିଂ ଲାଇସେନ୍ସ ପାଇବାକୁ ଉପଯୁକ୍ତ ବିବେଚିତ ହେବେ ା ଛାତ୍ରୀଛାତ୍ର ଜନ୍ମ ତାରିଖ ପ୍ରମାଣପତ୍ର, ଆଧାରକାର୍ଡ ଏବଂ ବ୍ଲଡ ଗ୍ରୁପ୍‌ର ପ୍ରମାଣପତ୍ର ଆଣିବୋ ସେମାନେ ଅନ୍‌ଲାଇନ୍‌ରେ ଦରଖାସ୍ତ କରିବେ ା ଏଥିସହ ଲର୍ନିଂ ଲାଇସେନ୍ସ ପାଇଁ ଆବଶ୍ୟକୀୟ ଦେୟ ଅନଲାଇନ୍‌ରେ ଜମା କରାଯିବ। ଅନଲାଇନ୍‌ରେ କିଛି ସାଙ୍କେତିକ ପରୀକ୍ଷା କରାଯିବା ପରୀକ୍ଷାରେ ଉତୀର୍ଣ୍ଣ ହେବା ପରେ ସେହି ସ୍ଥାନରେ ଲର୍ନିଂ ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କରାଯିବ ା ଉକ୍ତ ସ୍ଥାନରେ ମୋଟରଯାନ ଗୁଡିକର ପ୍ରଦୂଷଣ ପରୀକ୍ଷା କରାଯିବା ସହ ଇନସ୍ୟୁରାନ୍ସ କରାଇବାର ବ୍ୟବସ୍ଥା ଉପଲବ୍ଧ ହେବ ା ଏହି କ୍ୟାମ୍ପକୁ ପରିଚାଳନା ପାଇଁ କନିଷ୍ଠ ଏମ୍‌ଭିଆଇ ପ୍ରତାପ କୁମାର ବେହେରାଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି ା ଏହାର ସଫଳତା ଅନୁଧ୍ୟାନ କରିବା ପରେ ପ୍ରତି ବ୍ଲକ ଏବଂ ପୌରସଂସ୍ଥାରେ ଡ୍ରାଇଭିଂ ଲାଇସେନ୍ସ କ୍ୟାମ୍ପ ଆୟୋଜନ କରାଯିବ ବୋଲି ଆର୍‌ଟିଓ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?